ପାଟଣା ୧, ସାହାରପଡା ବ୍ଲକରୁ ୩ ନୂଆ କରୋନା ପଜିଟିଭ ଚିହ୍ନଟ: ମାଛଗଡ଼ ପଞ୍ଚାୟତ ୭୨ ଘଣ୍ଟା ଶର୍ଟଡାଉନ ଘୋଷଣା

ପାଟଣା,୨୦।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକରୁ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବ୍ଲକରେ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଛି। ଚିହ୍ନଟ ଜଣକ ଚେମେଣା ପଞ୍ଚାୟତର ଦିଲ୍ଲୀ ଫେରନ୍ତା ୩୫ ବର୍ଷୀୟ ବ୍ୟକ୍ତି ବୋଲି ଶୁକ୍ରବାର ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସୂଚନା ଦିଆହୋଇଛି। ସେ ଜଣେ ସିଆର୍‌ପିଏଫ୍‌ ଯବାନ ହୋଇଥିବା ବେଳେ ଦିଲ୍ଲୀରୁ ଆସି କ୍ୱାରାଣ୍ଟାଇନ୍‌ ସେଣ୍ଟରେ ରହିଥିଲେ। ତାଙ୍କୁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ବ୍ଲକର ମୋଟ ୮ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଅନୁରୂପ ଭାବେ ସାହରପଡା ବ୍ଲକରେ ଶୁକ୍ରବାର ୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଖୁଣ୍ଟାପଡା ପଞ୍ଚାୟତର ଜଣେ ୩୦ ବର୍ଷୀୟ ବ୍ୟକ୍ତି। ସେ ମହାରାଷ୍ଟ୍ରରୁ ଫେରି କ୍ୱାଣ୍ଟାଇନରେ ରହିଥିଲେ। ଅନ୍ୟ ଦୁଇଜଣଙ୍କ ମଧ୍ୟରୁ ୧୮ ଓ ୨୦ ବର୍ଷୀୟ ଯୁବକ ରହିଛନ୍ତି। ଉଭୟ ମାଛଗଡ଼ ପଞ୍ଚାୟତ କ୍ୱାରାଣ୍ଟାଇନ ସେଣ୍ଟରରେ ରହୁଥିଲେ। ସେମାନେ ଗୁଜୁରାଟ ଫେରନ୍ତା। ଏମାନଙ୍କୁ ମିଶାଇ ସାହରପଡ଼ା ବ୍ଲକରେ ପଜିଟିଭ ସଂଖ୍ୟା ୫ରେ ପହଞ୍ଚିଛି। ସମସ୍ତଙ୍କୁ ଜିଲା କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ମାଛଗଡ଼ କ୍ୱାରାଣ୍ଟାଇନ ସେଣ୍ଟରରେ ୨ ପଜିଟିଭ୍‌ ବାହାରିବା ପରେ ସରପଞ୍ଚ ଈଶ୍ୱର ଚନ୍ଦ୍ର ନାଏକ ଶୁକ୍ରବାର ରାତି ୧୨ଟାରୁ ପଞ୍ଚାୟତର ସମସ୍ତ ଗାଁକୁ ୭୨ ଘଣ୍ଟା ପାଇଁ ଶର୍ଟଡାଉନ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥାୟୀ ସେତୁ ଦାବିରେ ଗ୍ରାମବାସୀଙ୍କ ଆମରଣ ଅନଶନ: ଭରା ନଦୀ ଘେରରେ ୧୩୦ ପରିବାର, ୧୭୨୧ ଜୀବନ

ରାଜକନିକା, ୭।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଆଳି ନିର୍ବାଚନମଣ୍ଡଳୀ ଅଧୀନ ରାଜକନିକା ବ୍ଲକର ତ୍ରୈଲୋକ୍ୟପୁର ପଞ୍ଚାୟତ ଅନ୍ତର୍ଗତ ଦ୍ୱୀପାଞ୍ଚଳ ଗାଁ ଭାବେ ପରିଚିତ ଗଙ୍ଗାଧର…

ସ୍ତ୍ରୀଙ୍କୁ ଗୁଳିକଲେ ସ୍ବାମୀ: ରେଢ଼ାଖୋଲର ଲାଣ୍ଡିମାଲ ଗାଁରେ ଚାଞ୍ଚଲ୍ୟ

ରେଢ଼ାଖୋଲ, ୭।୯: ସମ୍ବଲପୁର ଜିଲା ରେଢ଼ାଖୋଲ ଅଞ୍ଚଳରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ୱ ଅଧିକାରୀ, ଏକକାଳୀନ ୩ସ୍ଥାନରେ ଚଢ଼ାଉ

ପିପିଲି,୭।୯: ଲାଞ୍ଚ କାରବାର ବିରୋଧରେ ଓଡ଼ିଶା ଭିଜିଲାନ୍ସ ଟିମ୍ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୁରୀ ଜିଲା ପିପିଲି ତହସିଲ ଅଧୀନ ସିଉଳା ଆରଆଇ ସର୍କଲର…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ

ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

କୁମ୍ଭ-ବିଛା ସମେତ ୪ ରାଶି ପାଇଁ ଭାଗ୍ୟଶାଳୀ ଏହି ସପ୍ତାହ: ଚାକିରିରେ ପ୍ରମୋସନ ସହ ବଢ଼ିବ ଦରମା!

ଭୁବନେଶ୍ୱର: ନୂଆ ସପ୍ତାହର ଆରମ୍ଭ ବୁଧଙ୍କ ଗୋଚର ସହ ହେଉଛି। ଜ୍ୟୋତିଷ ଗଣନା ଅନୁସାରେ, ଏହି ସପ୍ତାହ କୁମ୍ଭ, ମିଥୁନ, ବିଛା ଓ ମୀନ ରାଶିର ଲୋକଙ୍କ…

ଏହି ଦିନଠୁ ଯାଞ୍ଚ ହେବ ଅଗ୍ନି ସୁରକ୍ଷା

ଭୁବନେଶ୍ୱର,୭।୯: ଚିଫ୍‌ ଫାୟାର ଅଫିସର ଦେବେନ୍ଦ୍ର ସ୍ବାଇଁ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଗ୍ନି ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri