ପାଟନାଳୀ ପୁନରୁଦ୍ଧାର ନାଁରେ ୧୦ ଲକ୍ଷ ହଡ଼ପ ଉଦ୍ୟମ

ବରୀ, ୩୧।୫ (ସ୍ବ.ପ୍ର.)-ଉପକୂଳ ଜିଲାଗୁଡ଼ିକର ଖାଲୁଆ ଜମିରେ ଉଦ୍‌ବୃତ୍ତ ଜଳ ନିଷ୍କାସନ ହେବାରେ ସମସ୍ୟା ଯୋଗୁ ହଜାର ହଜାର ହେକ୍ଟର ଚାଷଜମିରେ ଫସଲ ନଷ୍ଟ ହେଉଛି। ତେବେ ଚାଷ ଜମିକୁ ଜଳସେଚନ ସୁବିଧା ସହ ଉଦ୍‌ବୃତ୍ତ ବର୍ଷାଜଳ ନିଷ୍କାସନ ନିମନ୍ତେ ପାଟନାଳୀ ଖନନ ପାଇଁ ବରୀ ବ୍ଲକର ଚାଷୀମାନେ ଦୀର୍ଘଦିନ ଧରି କରିଆସୁଥିବା ଦାବିକୁ ଗୁରୁତ୍ୱ ଦେଇ ୨ଟି ପାଟନାଳୀ ପୁନରୁଦ୍ଧାର ପାଇଁ ଡ୍ରେନେଜ୍‌ ବିଭାଗ ପକ୍ଷରୁ ୧୦ଲକ୍ଷ ଟଙ୍କା ମଞ୍ଜୁର ହୋଇଛି। ହେଲେ ଚାଷୀଙ୍କ ବିକାଶ ପାଇଁ ଖର୍ଚ୍ଚ ହେଉଥିବା ଲକ୍ଷାଧିକ ଟଙ୍କା ପାଣିରେ ପଡ଼ିବ ବୋଲି ବ୍ଲକ ଅଞ୍ଚଳର ଚାଷୀ ଅଭିଯୋଗ କରିଛନ୍ତି।
ଅଭିଯୋଗ ମୁତାବକ, ବ୍ଲକ ଅଧୀନ ସାରନ୍ଦା ପାଟନାଳୀ ଓ କ୍ଷେମେଶ୍ୱର ପଲ୍ଲିଶ୍ରୀ ପାଟନାଳୀ ପୁନରୁଦ୍ଧାର ପାଇଁ ୫ଲକ୍ଷ ଲେଖାଏଁ ମଞ୍ଜୁର କରାଯାଇଛି। ୫ ମିଟର ଓସାର ଓ ୩.୫ ଫୁଟ୍‌ ଗଭୀର ଖନନ କରାଯିବାକୁ ଆକଳନ ରହିଛି। ମାତ୍ର ଖନନ ନାମରେ ନାଳର ଉଭୟ ପାର୍ଶ୍ୱରେ ଥିବା ଘାସ ଚାଞ୍ଛିବା ସହ କେତେକ ସ୍ଥାନରେ କଳମ ଗଛ କଟାଯାଇଥିବା ଦେଖିବାକୁ ମିଳିଛି। ୩.୫ ଫୁଟ୍‌ ଗଭୀର ଖୋଳାଯିବା ସ୍ଥାନରେ କେବଳ ଘାସ ମୂଳ ଉଠିବା ପର୍ଯ୍ୟନ୍ତ ମାଟି ଖୋଳାଯାଇଛି। ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଇ ପାଟନାଳୀ ପୁନରୁଦ୍ଧାର କରାଯାଉଥିବା ବେଳେ ଏହା ଚାଷୀଙ୍କ କାର୍ଯ୍ୟରେ ଲାଗିବା ଉପଯୋଗୀ କରାଯାଉ ନ ଥିବାରୁ ଚାଷୀମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏ ସମ୍ପର୍କରେ ସମ୍ପୃକ୍ତ ବିଭାଗର ନିର୍ବାହୀ ଯନ୍ତ୍ରୀଙ୍କୁ ପଚାରିବାରେ, ଚାଷୀଙ୍କ ଆପତ୍ତି ଅନୁସାରେ ନାଳ ଖନନ ପାଇଁ କାର୍ଯ୍ୟାଦେଶ ଦିଆଯାଇଛି। ଠିକାଦାର କାମ ଆରମ୍ଭ କରିଛନ୍ତି। ଆକଳନ ଅନୁସାରେ କାର୍ଯ୍ୟ କରା ନଗଲେ ବିଲ୍‌ ମଧ୍ୟ ସେହି ଅନୁସାରେ କରାଯିବ। ଚାଷୀମାନଙ୍କୁ କାମ ସମ୍ପୂର୍ଣ୍ଣ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ଶିଶୁୁତ୍ରକୁ ଜନ୍ମ ଦେଇ ଆଖିବୁଜିଦେଲେ ମା’: ହସ୍ପିଟାଲରେ ତାଲାମାରି ଚମ୍ପଟ ମାରିଲେ…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁରର ମେଡିକାଲ ଛକ ନିକଟରେ ଏକ ଘରୋଇ ମେଡିକାଲ ସାମ୍ନାରେ ପ୍ରସବ ପାଇଁ ଆସିଥିବା ପ୍ରସୂତିଙ୍କ ମୃତ୍ୟୁ ଘଟିଛି। ଚିକିତ୍ସାରେ ଅବହେଳା...

ଗଡ଼ମଧୁପୁରରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ, ରାଜବାଟି ବୁଲି ଫ୍ୟାନ୍ସଙ୍କ ସହ ଫଟୋ ଉଠାଇଲେ

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଗଡ଼ମଧୁପୁର ରାଜବାଟିରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ ପହଞ୍ଚିବା ପରେ ତାଙ୍କୁ ଦେଖିବାକୁ ଲୋକଙ୍କ ଭିଡ ଦେଖିବାକୁ...

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

ବରୁଣେଶ୍ୱର ମକର ମେଳା: ୫ରୁ ମିଳିବ ବ୍ୟବସାୟୀଙ୍କୁ ଷ୍ଟଲ ରସିଦ

ବିଞ୍ଝାରପୁର,୨୮ା୧୨(ରାମକୃଷ୍ଣ ଦାସ): ଆସନ୍ତା ଜାନୁଆରୀ ୧୪ ମକର ସଂକ୍ରାନ୍ତିଠାରୁ ବିଞ୍ଝାରପୁର ବ୍ଲକ୍‌ ଅଧୀନ ଅରେଇ ପଞ୍ଚାୟତର ବରୁଣେଶ୍ୱର ମକର ମେଳା ପଡ଼ିଆରେ ରାଜ୍ୟସ୍ତରୀୟ ମେଳା ଅନୁଷ୍ଠିତ...

ସର୍ଭିସ ରୋଡ୍‌ ଜାମ୍‌, ଘଣ୍ଟାଘଣ୍ଟା ଧରି ଅଟକିଲା ଗାଡ଼ିମୋଟର

ଧର୍ମଶାଳା,୨୯ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ଥିବା ସର୍ଭିସ ରୋଡ୍‌ଟି ବାରମ୍ବାର ଜାମ୍‌ ରହୁଥିବା ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri