ପାଠକଙ୍କୁ ବାନ୍ଧିରଖେ କବିତାର ଭାଷାବିନ୍ୟାସ

ବାଲେଶ୍ୱର ଅଫିସ, ୧୪।୧୦-ବାଲେଶ୍ୱରର ଏକ ଘରୋଇ ହୋଟେଲ ପରିସରରେ ମାସିକ ସାହିତ୍ୟ ପତ୍ରିକା ‘ସାଗରିକା’ର ୫୦ତମ ମାସିକ ସାହିତ୍ୟ ଆସର ଅନୁଷ୍ଠିତ ହୋଇଛି। ଏଥିରେ ବହୁ କବି, ଲେଖକ, ଲେଖିକା, ସାହିତି୍ୟକ ଯୋଗଦେଇ ମନୋରମ ମନୋଜ୍ଞ ପରିବେଶ ମଧ୍ୟରେ ସାରସ୍ବତ ସାଧକମାନେ ନିଜର କବିତା ପାଠ କରିଥିଲେ।
‘ସାଗରିକା’ର ସମ୍ପାଦିକା ସୈରେନ୍ଦ୍ରୀ ସାହୁ ପୌରୋହିତ୍ୟ କରିଥିବାବେଳେ ‘ସାଗରିକା’ର ମୁଖ୍ୟ ସମ୍ପାଦକ ସୃଷ୍ଟିଧର ପରିଡ଼ା ପ୍ରାରମ୍ଭିକ ସୂଚନା ଦେଇଥିଲେ। ମୁଖ୍ୟଅତିଥି ଭାବେ ସଦର ବିଧାୟକ ମଦନମୋହନ ଦତ୍ତ ଯୋଗଦେଇ କବିତାର ଭାଷାବିନ୍ୟାସ ପାଠକଙ୍କୁ ବାନ୍ଧି ରଖିପାରେ ବୋଲି ବକ୍ତବ୍ୟ ରଖିଥିଲେ। ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି, ସାଗରିକା ପରିବାରର ସୁବର୍ଣ୍ଣଶ୍ରୀ ପ୍ରକାଶନର ମୁଖ୍ୟ କାଳିପଦ ପଣ୍ଡା ଏବଂ ଓଡ଼ିଶା ସାହିତ୍ୟ ଏକାଡେମୀର ସଦସ୍ୟ ରମାକାନ୍ତ ସିଂ ପ୍ରମୁଖ ଯୋଗଦେଇ କବିତା ହେଉଛି ଅନୁଭୂତିର ସ୍ବର ବୋଲି କହିଥିଲେ। ଅତିଥିମାନଙ୍କ ଦ୍ୱାରା ସାଗରିକା ପୂଜା ସଂଖ୍ୟାର ଉନ୍ମୋଚନ ହୋଇଥିଲା। ବିଶିଷ୍ଟ ସାହିତି୍ୟକ ଡ. ଅରବିନ୍ଦ ଗିରି, ଆଇନଜୀବୀ ଓ ସମାଜସେବୀ ବେଣୁଧର ରାଉଳ ସାଗରିକା ପତ୍ରିକା ଉପରେ କଥା ରଖିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଡ. ରମାକାନ୍ତ ବେହେରା, ରଞ୍ଜନ ବାଗ୍‌, ଶଶାଙ୍କ ଶେଖର ଦତ୍ତ, ଗଙ୍ଗାଧର ବିଶ୍ୱାଳ, ଅଞ୍ଜଳୀ ପଣ୍ଡା, ଅର୍ଚ୍ଚନା ନନ୍ଦୀ, ଡ. ପ୍ରହ୍ଲାଦ ମହାନ୍ତି, ଶୁଭଙ୍କର ମହାପାତ୍ର, ଶାନ୍ତନୁ କୁମାର ପଟ୍ଟନାୟକ, କଲ୍ୟାଣୀ ନନ୍ଦ, ପୁଷ୍ପାରାଣୀ ସେନାପତି, ପ୍ରିୟଦର୍ଶିନୀ ମହାନ୍ତି, ମନସ୍ବନୀ ଦେବୀ ଓ ପୁଷ୍ପାଞ୍ଜଳି ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri