ପାଣିପାଗ କେନ୍ଦ୍ରର ପୂର୍ବାନୁମାନ: ଦଶହରାକୁ ଫିକା କରିପାରେ ବର୍ଷା

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଦଶହରାକୁ ଫିକା କରିପାରେ ବର୍ଷା। ଦଶହରା ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସେପଟେ ଆସନ୍ତା ୪ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହିତ ଝଡ଼ତୋଫାନ ଓ ବଜ୍ରପାତ ହୋଇପାରେ। ଏନେଇ ୪ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ରବିବାର ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଢେଙ୍କାନାଳ, କଟକ, ଖୋର୍ଦ୍ଧା, କନ୍ଧମାଳ, ଗଞ୍ଜାମ, ଅନୁଗୋଳ, ନୟାଗଡ଼ ଏବଂ ଖୋର୍ଦ୍ଧା ଜିଲାର କିଛି ସ୍ଥାନରେ ଝଡ଼ତୋଫାନ ଓ ବଜ୍ରପାତ ହେବାର ଆଶଙ୍କା ରହିଛି। ସେହିପରି ସୋମବାର ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, କଟକ, ପୁରୀ, ଖୋର୍ଦ୍ଧା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି ଓ କୋରାପୁଟ ଆଦି ଜିଲାର କିଛି ସ୍ଥାନରେ ଝଡ଼ତୋଫାନ ଓ ବଜ୍ରପାତ ହେବ ବୋଲି ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଏହି ସମୟରେ ବାହାରକୁ ନ ଯାଇ ସୁରକ୍ଷିତ ସ୍ଥାନରେ ରହିବା ପାଇଁ ପରାମର୍ଶ ଦିଆଯାଇଛି। ଅନ୍ୟପକ୍ଷରେ ମଙ୍ଗଳବାରରୁ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୮ତାରିଖରେ କେରାପୁଟ, ଗଞ୍ଜାମ, ଗଜପତି, ପୁରୀ, ମୟୂରଭଞ୍ଜ ଓ କେନ୍ଦୁଝର ଏବଂ ୯ରେ ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ବରଗଡ଼ ଓ ବଲାଙ୍ଗୀର ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଶନିବାର ବାଲେଶ୍ୱରରେ ସର୍ବାଧିକ ବର୍ଷା ହୋଇଥିବାବେଳେ ପାରାଦୀପ ଓ ଟିଟିଲାଗଡ଼ରେ ବର୍ଷା ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri