Posted inରାଜ୍ୟ

ପାଣିପାଗ ବିଭାଗର ଆକଳନ : ଓଡ଼ିଶାକୁ ବାତ୍ୟା ଭୟ ନାହିଁ

ଭୁବନେଶ୍ୱର,୭ା୧୧(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଆଣ୍ଡାମାନ ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତ (ଡିପ ଡିପ୍ରେଶନ)ରେ ପରିଣତ ହୋଇଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ବାତ୍ୟାରୂପ ନେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଓଡ଼ିଶା ଉପକୂଳ ସମୁଦ୍ର ମଧ୍ୟ ଦେଇ ବାଂଲାଦେଶ ଆଡ଼କୁ ବାତ୍ୟା ଚାଲିଯିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଓଡ଼ିଶା ଉପରୁ ଏକ ପ୍ରକାର ବିପଦ ଟଳି ଯାଇଛି। ତେବେ ଏହାର ପ୍ରଭାବରେ ଆସନ୍ତା ୮ ତାରିଖରେ ଓଡ଼ିଶା ଉପକୂଳରେ ଘଣ୍ଟାକୁ ୪୦ରୁ ୫୦ କିଲୋମିଟର ବେଳେ ବେଳେ ୬୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି। ଏଥିସହିତ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୯ ଓ ୧୦ ତାରିଖରେ ମଧ୍ୟ ବର୍ଷା ଲାଗି ରହିବ। ବାତ୍ୟା ପ୍ରଭାବରେ ଉପକୂଳ ଅଶାନ୍ତ ରହୁଥିବାରୁ ଆସନ୍ତା ୯ ତାରିଖ ଯାଏ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ଲାଗି ପରାମର୍ଶ ଦିଆଯାଇଛି।
ଅବପାତ ବୁଧବାର ଆଣ୍ଡାମାନର ମାୟାବନ୍ଦରିଠାରୁ ଉତ୍ତର-ଉତ୍ତର ପଶ୍ଚିମ ଦିଗର ୩୯୦ କିଲୋମିଟର, ପାରାଦୀପଠାରୁ ଦକ୍ଷିଣ- ଦକ୍ଷିଣ ପୂର୍ବ ଦିଗଠାରୁ ୮୧୦ କିଲୋମିଟର ଏବଂ ପଶ୍ଚିମବଙ୍ଗଠାରୁ ୯୬୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି। ଧୀରେ ଧୀରେ ଏହା ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହେଉଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରଥମେ କିଛି ସମୟ ପାଇଁ ଏହା ଉତ୍ତର-ପଶ୍ଚିମ ଦିଗ ଏବଂ ପରେ ଏହା ଉତ୍ତର- ଉତ୍ତର ପଶ୍ଚିମ ଦିଗ ଦେଇ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଆଡ଼କୁ ମୁହାଁଇବା ସମ୍ଭାବନା ରହିଛି ।
ବାତ୍ୟା ପ୍ରଭାବରେ ଆସନ୍ତା ୯ ଓ ୧୦ ତାରିଖରେ ଉପକୂଳ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଚାଲିଛି। ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରଭାବିତ ହେବାକୁ ଥିବା ୧୫ ଜିଲାର ଜିଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଜାରି କରାଯାଇ ସାରିଛି। ରାଜ୍ୟକୁ ବାତ୍ୟା ଆଶଙ୍କା ନ ଥିଲେ ମଧ୍ୟ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ବୁଧବାର ଗଣମାଧ୍ୟମକୁ ସୂଚନା ଦେଇ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା କହିଛନ୍ତି ଯେ ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ବାତ୍ୟା ଓଡ଼ିଶା ଛୁଇଁବା ସମ୍ଭାବନା ନାହିଁ। ସମ୍ଭାବ୍ୟ ବାତ୍ୟା ଯୋଗୁ ଆସନ୍ତା ୯ ଓ ୧୦ ତାରିଖରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ବର୍ଷାକୁ ଦୃଷ୍ଟିରେ ରଖି କୃଷି ବିଭାଗ ପକ୍ଷରୁ ଚାଷୀମାନଙ୍କ ପାଇଁ ଏକ ପରାମର୍ଶ ବାର୍ତ୍ତା (ଆଡ୍‌ଭାଇଜରି) ଜାରି କରାଯାଇଛି। ଜିଲାପାଳମାନଙ୍କୁ ସତର୍କ ରହିବାକୁ କୁହାଯାଇଛି। ଜିଲାପାଳଙ୍କ ସହ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ପୂର୍ବସୂଚନା ଅନୁଯାୟୀ ପ୍ରସ୍ତୁତି କରିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୧୦ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟା ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ବାତ୍ୟା ଉପରେ ନଜର ରଖାଯାଇଛି। ଏ ବିଷୟରେ ଦୈନିକ ଗଣମାଧ୍ୟମକୁ ସୂଚନା ଦିଆଯିବ ବୋଲି ଏସଆରସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?