ପାଣିରେ ଚାଲିବ ଗାଡି: ମାଇଲେଜ୍‌ ଦେବ ୩୦ କି.ମି.

ହାଇଦ୍ରାବାଦ,୪।୧୨: ଦିନକୁ ଦିନ ପ୍ରଦୂଷଣର ମାତ୍ରା ବଢ଼ୁଥିବା ବେଳେ ଗ୍ଲୋବାଲ ଓ୍ବାର୍ମିଂ ମଧ୍ୟ ବଢ଼ି ବଢ଼ି ଚାଲିଛି। ଏହି ସମସ୍ୟାରୁ ମୁକ୍ତି ପାଇବା ପାଇଁ ହାଇଦ୍ରାବାଦର ମେକାନିକାଲ ଇଞ୍ଜିନିୟର ସୁନ୍ଦର ରମୈୟା ଏକ ବିକଳ୍ପ ବାହାର କରିଛନ୍ତି। ଯାହାକି ଦେଶର ଅନେକ ସମସ୍ୟାର ସମାଧାନ କରିପାରିବ। ସୁନ୍ଦର ଏକ ଜଳ ଇନ୍ଧନ ପ୍ରକ୍ରିୟା ଆବିଷ୍କାର କରିଛନ୍ତି। ଏଣିକି ପେଟ୍ରୋଲ ଓ ଡିଜେଲରେ ଚାଲୁଥିବା ବାହନଗୁଡ଼ିକ ପାଣିରେ ବି ଚାଲିପାରିବେ। ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଥିବ ହେଲେ ଏହା ବାସ୍ତବରେ ସତ। ସୁନ୍ଦର ଆବିଷ୍କାର କରିଥିବା ଜଳ ଇନ୍ଧନ ପ୍ରକ୍ରିୟାରେ ଗାଡିଗୁଡ଼ିକ ପାଣିରେ ଚାଲିପାରିବ। ଆଉ ସବୁଠାରୁ ବଡ କଥା ହେଉଛି, ୧ ଲିଟର ପାଣିରେ ୩୦କିଲୋମିଟର ମାଇଲେଜ୍‌ କ୍ଷମତା ରହିଛି।

ଏଥିସହ ୧୦ରୁ ୧୫ ମିନିଟ୍‌ ଭିତରେ ବିଷାକ୍ତ ଗ୍ୟାସ୍‌କୁ ୮୦ପ୍ରତିଶତ ଅମ୍ଳଜାନରେ ପରିବର୍ତ୍ତନ କରିଦେବ ବୋଲି ସୁନ୍ଦର କହିଛନ୍ତି। ଏବେ ପର୍ଯ୍ୟନ୍ତ ସେ ୧୭ହଜାରରୁ ଊର୍ଦ୍ଧ୍ୱ ଡେମୋ ଦେଇସାରିଥିବା ବେଳେ ୨ଲକ୍ଷ ଗାଡିରେ ଏହି କୌଶଳ ପ୍ରୟୋଗ କରାଯାଇଥିବା ଜଣାପଡ଼ିଛି। ଗୋଟିଏ ପଟେ ଦିନକୁ ଦିନ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ଚାଳକଙ୍କ ମୁଣ୍ଡ ବ୍ୟଥାର କାରଣ ପାଲଟୁଥିବା ବେଳେ ଅନ୍ୟପଟେ ଗାଡି ସଂଖ୍ୟା ବୃଦ୍ଧି ଯୋଗୁ ପରିବେଶ ପ୍ରଦୂଷିତ ମଧ୍ୟ ହେଉଛି। ହେଲେ ଏବେ ଆଉ ତୈଳ ଦର କି ପ୍ରଦୂଷଣର ଭୟ ରହିବ ନାହିଁ। ଗାଡିଗୁଡିକ ଲାଗି ହେଉଥିବା ପ୍ରଦୂଷଣ ସମ୍ପୂର୍ଣ୍ଣ କମ୍‌ ହୋଇଯିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri