ପାଣିରେ ବୁଡ଼ି ନାବାଳିକା ମୃତ

କେନ୍ଦୁଝର, ୩ା୬(ଡି.ଏନ୍‌.ଏ.)-କେନ୍ଦୁଝର ସଦର ଥାନା ପଦ୍ମପୁର ମେଗା ନର୍ସରୀ ନିକଟରେ ଥିବା ପୋଖରୀରେ ରବିବାର ଅପରାହ୍ନରେ ବୁଡିଯାଇ ଜଣେ ୭ବର୍ଷ ଶିଶୁକନ୍ୟାଙ୍କର ମୃତ୍ୟୁ ଘଟିଛି। ରବିବାର ଅପରାହ୍ନ ପ୍ରାୟ ୩ଟା ସମୟରେ କିଛି ଲୋକ ମେଗା ନର୍ସରୀ ନିକଟ ପୋଖରୀରେ ଗାଧୋଉଥିବାବେଳେ ବାଦଲ ଦାସଙ୍କ ୭ବର୍ଷର ଝିଅ ପୁଟି ଦାସ ପାଣିରେ ବୁଡି ଯାଇଥିଲେ। ସ୍ଥାନୀୟ ଲୋକେ ଶିଶୁକନ୍ୟାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପ୍ରଥମେ ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ପରେ କେନ୍ଦୁଝର ମୁଖ୍ୟ ଚିକିସତ୍ାଳୟକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ କେନ୍ଦୁଝର ସଦର ପୋଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ କରାଇ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ, ଦୁଇଥର ବିଧାୟକ ହୋଇଥିଲେ

ନୀଳଗିରି, ୦୨/୦୧(ପ୍ରଶାନ୍ତ କୁମାର ବିଶ୍ୱାଳ): ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ଦେହାନ୍ତ । କ୍ୟାନ୍ସର ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିବା ବେଳେ ଆଖି...

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri