Posted inଜାତୀୟ

ପାଣିରେ ଲାଗିଲା ନିଆଁ

ଗୁଆହାଟି,୩।୨: ଆସାମ ଦିବ୍ରୁଗଡରେ ଏକ ତେଲ ପାଇପ ଲାଇନ୍‌ ଫାଟିଯିବା ଫଳରେ ନିଆଁ ଲାଗିଯାଇଛି। ଏହାର ଧୂଆଁରେ ଆଖପାଖ ଅଞ୍ଚଳର ଲୋକେ ଅସ୍ତବ୍ୟସ୍ତ ହୋଇପଡିଛନ୍ତି। ପାଇପ ଲାଇନରେ ବିସ୍ଫୋରଣ ହେବା ଫଳରେ ଏହା ନିକଟରେ ଥିବା ଏକ ନଦୀ ମଧ୍ୟକୁ ବ୍ୟାପିଯାଇଥିଲା। ଆଉ ଏହା ପାଣିରେ ନିଆଁ ଲାଗିଲା ଭଳି ଦେଖାଯାଇଥିଲା। ଏହା ଏତେ ଯୋରରେ ଜଳୁଥିଲା ଯେ କେହି ଏହାକୁ ଦେଖିଲେ ଭୟ କରୁଥିଲେ। ଗଣମାଧ୍ୟମର ସୂଚନା ଅନୁଯାୟୀ, ଏପର୍ଯ୍ୟନ୍ତ ଅର୍ଥାତ୍‌ ସୋମବାର ଅପରାହ୍ନ ପର୍ଯ୍ୟନ୍ତ ଏହି ନିଆଁ ଲିଭିନାହିଁ। ନଈରେ ନିଆଁ ଲାଗିବାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ପାଣିରେ ତେଲର ମିଶ୍ରଣ ଯୋଗୁ ଲାଗିଥିବା ନିଆଁରେ ବହୁ ପରିମାଣର ଧୂଆଁ ଦେଖିବାକୁ ମିଳିଛି। ସ୍ଥାନୀୟ ଲୋକଙ୍କ ସୂଚନା ଅନୁଯାୟୀ, ଏହି ଅଶୋଧିତ ତୈଳ ଦୁଲିୟାଜନ ସ୍ଥିତ ଅଏଲ ଇଣ୍ଡିଆ ଲିମିଟେଡ ପ୍ଲାଣ୍ଟର ଏକ ଓ୍ବାଟର ଲାଇନରେ ଲାଗିଛି ଯାହାର ସମ୍ପର୍କ ସିଧା ନଈ ସହ ରହିଛି। ଅନୁମାନ କରାଯାଉଛି କି ଅସାମାଜିକ ବ୍ୟକ୍ତିଙ୍କ ଦ୍ୱାରା ଏଭଳି କରାଯାଇ ଥାଇପାରେ। ତେବେ ୩ ଦିନ ପୂର୍ବରୁ ନଈରେ ନିଆଁ ଲାଗିଥିବା ସ୍ଥାନୀୟ ଲୋକେ କହୁଥିବା ବେଳେ ଏ ସମ୍ପର୍କରେ ସ୍ଥାନୀୟ ପ୍ରଶାସନକୁ ଅବଗତ କରାଯାଇଥିଲେ ବି କେହି ଏଥିପ୍ରତି ଦୃଷ୍ଟି ଦେଉ ନା ଥିବା ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଳ ସୁଅରେ ଭାସି ଚାଲିଗଲା ଚାଷୀଙ୍କ ଜୀବନ, କ୍ଷତିପୂରଣ ଦାବି ତେଜିଲା

ବାସୁଦେବପୁର,୩।୮(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଦର୍ଶନପୁର ପଞ୍ଚାୟତ ଦୁବ ନାଳରୁ ସୋମବାର ଜଣେ ଚାଷଙ୍କ ମୃତଦେହ ଅଗ୍ନିଶମ କର୍ମଚାରୀ ଉଦ୍ଧାର କରିଛନ୍ତି। ମୃତ…

ଲିଭର ଖରାପ ହେବାର ଦଶ ଦିନ ପୂର୍ବରୁ ଦେଖାଦିଏ ଏହି ଲକ୍ଷଣ…

ମିଳିତ ଭାବେ ଏକପ୍ରକାର ସଂକ୍ରାମକ ରୋଗକୁ ହେପାଟାଇଟିସ୍‌ କୁହାଯାଏ। ସାଧାରଣ ଅର୍ଥରେ ବୁଝିବାକୁ ଗଲେ ଏହା ଲିଭର ସମ୍ବନ୍ଧୀୟ ଏକ ରୋଗ। ହେପାଟାଇଟିସ୍‌କୁ ପାଞ୍ଚଟି ଶ୍ରେଣୀରେ ବିଭକ୍ତ…

ଦାରିଙ୍ଗବାଡ଼ି ଲୁଟ୍ ଘଟଣାରେ ପୋଲିସର ତଦନ୍ତ ଜୋରଦାର, ପହଞ୍ଚିଲେ ବାଲିଗୁଡା ଏସଡିପିଓ

ଦାରିଙ୍ଗବାଡ଼ି,୩ା୮(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରରେ ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍…

ମହିଳା ରେସଲର ଯୌନ ନିର୍ଯାତନା ମାମଲାରେ ବ୍ରିଜଭୂଷଣ ସିଂହଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୩।୮: କୈସରଗଞ୍ଜ (ଉତ୍ତର ପ୍ରଦେଶ)ର ପୂର୍ବତନ ଏମପି ଏବଂ ଭାରତୀୟ ଜନତା ପାର୍ଟିର ନେତା ବ୍ରିଜଭୂଷଣ ଶରଣ ସିଂହଙ୍କୁ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟରୁ ବଡ଼ ଆଶ୍ୱସ୍ତି…

ଓଡ଼ିଶା ଆସିବେ ରାହୁଲ

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଯୁବ ଓ ଛାତ୍ର ସମାଜ ବିରୋଧୀ ବୋଲି ଛାତ୍ର କଂଗ୍ରେସର ରାଷ୍ଟ୍ରୀୟ ସଭାପତି ବିନୋଦ ଜାଖର କହିଛନ୍ତି।…

ମା’-ବାପା ବିବାଦ: ବାପାଙ୍କୁ ଜାବୁଡ଼ି ଧରି କାନ୍ଦିଲା କୁନି ଝିଅ, କାହା ଆଖିରେ ରହିଲାନି ଲୁହ, ଆଉ ତା’ ପରେ…

ନୀଳଗିରି,୩ା୮(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରିରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ପାଖାପାଖି ୩ ବର୍ଷ ହେବ ମା’ କୁନି ଝିଅ ଓ…

ବନ୍ୟା କ୍ଷୟକ୍ଷତି, କାହାକୁ କେତେ ଟଙ୍କା ମିଳିବ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୩ା୮: ବନ୍ୟା ପାଣି କମିଯାଇଥିଲେ ସୁଦ୍ଧା ବଢ଼ିଯାଇଛି ଦୁର୍ଦ୍ଦଶା । ବନ୍ୟାରେ ସାତ ଜିଲା ପ୍ରଭାବିତ ହୋଇଥିବା ବେଳେ ଅନେକ କ୍ଷୟକ୍ଷତି ହୋଇଥିବା ରେକର୍ଡ କରାଯାଇଛି ।…

ରାଜଧାନୀରେ ଭଙ୍ଗାଯିବ ସମସ୍ତ ବେଆଇନ ନିର୍ମାଣ: ସୁପ୍ରିମକୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ପରେ…

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଶତାଧିକ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଚାଲିଛି। ଏହାସହିତ ରାଜଧାନୀର ବିଭିନ୍ନ ସ୍ଥାନରେ ବେଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri