ପାଣି ଘେରରେ ବଗପାଟିଆର ୫ଶହ ପରିବାର

ରାଜନଗର, ୮।୭(ଡି.ଏନ.ଏ.): ଗତ ଏକ ସପ୍ତାହ ଧରି ବର୍ଷା ଲାଗି ରହିଛି। ତେବେ ବର୍ଷା ଯୋଗୁ ରାଜନଗର ବ୍ଲକ ଗୁପ୍ତି ପଞ୍ଚାୟତର ବଗପାଟିଆ ଠାରେ ବସବାସ କରୁଥିବା ସାତଭାୟାବାସୀଙ୍କ ଦୁର୍ଦ୍ଦଶା ଦିନକୁ ଦିନ ବଢିବାରେ ଲାଗିଛି। ଅଧିକାଂଶ ସ୍ଥାନରେ ବର୍ଷାଜଳ ଜମି ସେମାନଙ୍କୁ ଏକପ୍ରକାର ଜଳବନ୍ଦୀ କରି ରଖିଛି। ପାଣି ଘେରରେ ପ୍ରାୟ ୫ ଶହ ପରିବାର ରହିଛନ୍ତି। ଲୋକେ ବାହାରକୁ ବାହାରିବା କଷ୍ଟକର ହୋଇପଡିଛି। ସାତଭାୟାବାସୀଙ୍କୁ ବଗପାଟିଆରେ ଥଇଥାନ କରାଯାଇଥିବା ବେଳେ ବର୍ଷାରେ ସେମାନଙ୍କ ଦୁର୍ଦ୍ଦଶା ଆଖିରେ ନ ଦେଖିଲେ ବିଶ୍ୱାସ କରି ହେବନି। ଏକ ସପ୍ତାହ ବିତି ଯାଇଥିଲେ ମଧ୍ୟ ଜିଲା କିମ୍ବା ବ୍ଲକ ପ୍ରଶାସନର ଅଧିକାରୀମାନେ ଲୋକଙ୍କ ପାଖରେ ପହଞ୍ଚତ୍ ନ ଥିବାରୁ ସେମାନଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହିଛି।
ଏଠାରେ ସୂଚନାଯୋଗ୍ୟ ଯେ, କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକର ବଙ୍ଗୋପସାଗର ତଟବର୍ତ୍ତୀ ସାତଭାୟାର ୫୭୧ ପରିବାରଙ୍କୁ ସମୁଦ୍ର ଗ୍ରାସରୁ ରକ୍ଷା କରିବା ପାଇଁ ରାଜ୍ୟ ସରକାର ଗୁପ୍ତି ପଞ୍ଚାୟତ ଅଧୀନ ବଗପାଟିଆ ଠାରେ ୨୦୧୮ ଏପ୍ରିa ୨୦ ତାରିଖରେ ଥଇଥାନ କରିଛନ୍ତି। ପ୍ରତି ପରିବାରକୁ ୧୦ ଡେସିମିଲ ଜାଗା ସହିତ ବିଜୁ ପକ୍କାଘର ପ୍ରଦାନ କରିଥିଲେ। ତେବେ ବଗପାଟିଆରେ ଥଇଥାନ କରାଯାଇଥିବା ସ୍ଥାନ ମୁଖ୍ୟରାସ୍ତା ଠାରୁ ବହୁ ତଳେ ଥିବାରୁ ପ୍ରତି ପରିବାରକୁ ଢିଅ ବାନ୍ଧିବାକୁ ୧୦ ହଜାର ଟଙ୍କା ଲେଖାଏଁ ଆର୍ଥତ୍କ ସାହାଯ୍ୟ ପ୍ରଦାନ କରାଯାଇଥିଲା। ସାତଭାୟାବାସୀ ନୂଆ ଠିକଣାରେ ନୂଆ ଜୀବନ ଆରମ୍ଭ କରିଥିଲେ ମଧ୍ୟ ଜଳ ନିଷ୍କାସନ ବ୍ୟବସ୍ଥା ନ ଥିବାରୁ ଅସରାଏ ବର୍ଷାରେ ଅଧିକାଂଶ ଘର ଚାରିପଟେ ପାଣି ଜମି ରହୁଛି। ଫଳରେ ସେମାନଙ୍କ ଦୈନନ୍ଦିନ ଜୀବନରେ ନା ନା ସମସ୍ୟା ଦେଖା ଦେଇଛି।
ଏହାଛଡା ଅଧିକାଂଶ ସମୟରେ ବିଦ୍ୟୁତ୍‌ ରହୁ ନ ଥିବାରୁ ଅନ୍ଧାରରେ ହନ୍ତସନ୍ତ ହେବାକୁ ପଡୁଛି।ଗୋଟିଏ ପଟେ ବର୍ଷାଜଳ ସେମାନଙ୍କୁ ଅଣନିଃଶ୍ୱାସୀ କରି ପକାଉ ଥିବା ବେଳେ ବିଦ୍ୟୁତ ବିଭାଗର ଅବହେଳା ଯୋଗୁ ବର୍ଷାରାତିରେ ସେମାନଙ୍କ ହୀନସ୍ତା ଦୁଇଗୁଣ ହେବାରେ ଲାଗିଛି। ତୁରନ୍ତ ମୌଳିକ ସୁବିଧା ଯୋଗାଇ ଦିଆ ନ ଗଲେ ସେମାନେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ବଗପାଟିଆରେ ଥଇଥାନ ହୋଇଥିବା ସାତଭାୟାବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri