ପାଣି ନିଷ୍କାସନ ପାଇଁ ୫୦୦ରୁ ଅଧିକ ଗ୍ରାମବାସୀ ଏକଜୁଟ: ଟାୟାର ଜାଳି ରାସ୍ତାରୋକୋ

ଶେରଗଡ଼,୧୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ କଳିଙ୍ଗ ବୈଶ୍ୟ ଭବନ ସମ୍ମୁଖରେ ଥିବା ୫୦୦ ଏକର ଜମିରେ ଗତ ଦଶ ଦିନ ହେବ ୭ ଫୁଟର ପାଣି ଜମି ରହିଛି। ଏହା ଫଳରେ ୫୦୦ଏକର ଜମିରେ ଚାଷ କାର୍ଯ୍ୟ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ଏହି ପାଣି ନିଷ୍କାସନ ନିମନ୍ତେ ଶେରଗଡ଼ ଗ୍ରାମବାସୀଙ୍କ ପକ୍ଷରୁ ବାରମ୍ବାର ଅଭିଯୋଗ ହୋଇଆସୁଥିଲା। ସୋମବାର ସନ୍ଧ୍ୟା ସୁଦ୍ଧା ଏହି ପାଣି ନିଷ୍କାସନ ନ ହେଲେ ରାସ୍ତାରୋକୋ କରାଯିବ ବୋଲି ସେମାନେ ଚେତାବନୀ ଦେଇଥିଲେ। ଏହାକୁ ଭିତ୍ତିକରି ମଙ୍ଗଳବାର ସକାଳେ ୫୦୦ରୁ ଅଧିକ ଗ୍ରାମବାସୀ ଏକଜୁଟ ହୋଇ ଶେରଗଡ଼ ଚାରି ଛକ, ବଜାର ଛକ, ତିନିଛକ, କାଳିଆ ହୋଟେଲ ଛକରେ ଟାୟାରଜାଳି ରାସ୍ତାକୁ ସମ୍ପୂର୍ଣ୍ଣ ବନ୍ଦ କରିଦେଇଥିଲେ। ଏଥିସହ ଶେରଗଡ଼ର ସମସ୍ତ ଦୋକାନ ବଜାର ଏବଂ ଗାଡିମୋଟର ବନ୍ଦ ରହିଥିଲା। ତୁରନ୍ତ ଶେରଗଡ଼ରେ ସ୍ଥାୟୀ ନାଳ ନିର୍ମାଣ, ନାଳକୁ ସିଧା ସମାନ ମାପରେ ନିର୍ମାଣ, ନାଳ ନିର୍ମାଣ ସମୟରେ ସାମୁହିକ ସ୍ବାର୍ଥକୁ ଦୃଷ୍ଟି ଦିଆଯାଉ ବୋଲି ସେମାନଙ୍କର ଦାବି ରହିଛି। ଖବର ପାଇ ତୁରନ୍ତ ଘଟଣାସ୍ଥଳରେ ଶେରଗଡ଼ ତହସିଲଦାର ଡ.ଦୟାସିନ୍ଧୁ ପରିଡା,  ବିଡିଓ ସୁରଞ୍ଜନ କୁମାର ସାହୁ, ଥାନା ଅଧିକାରୀ ରମେଶ ଚନ୍ଦ୍ର ଦାସ ପ୍ରମୁଖ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଥିଲେ। ଥାନା ଅଧିକାରୀ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ପରେ ରାସ୍ତାରୋକୋ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri