ପାଣି ପାଇଁ ରାସ୍ତାରୋକୋ

ଢେଙ୍କାନାଳ ଅଫିସ, ୪ା୨

ରାସ୍ତା ମରାମତି ଏବଂ ପାନୀୟ ଜଳଯୋଗାଣ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଢେଙ୍କାନାଳ ପୌରାଞ୍ଚଳର ୯ନଂ. ୱାର୍ଡ କଣ୍ଟାନାଳୀ ବାଉତିଖୋଲ ଅଞ୍ଚଳବାସୀ। ପ୍ରତିବାଦ ସ୍ବରୂପ ସେମାନେ ଏକାଠି ହୋଇ ସୋମବାର ପୂର୍ବାହ୍ନ ୮ଟାରୁ ୩ଘଣ୍ଟା ଧରି ଫଟାବନ୍ଧଠାରେ ଢେଙ୍କାନାଳ-ଭାପୁର ରାସ୍ତାରେ ଗରା, ବାଲ୍‌ଟି ଧରି ରାସ୍ତାରୋକୋ କରିଥିଲେ।
ଅଭିଯୋଗ ଅନୁଯାୟୀ, ଅଞ୍ଚଳ ପ୍ରମୁଖ ସମସ୍ୟା ପାନୀୟଜଳ। ଏ ନେଇ ୨୦୧୮ ମାର୍ଚ୍ଚ ୧୨, ୨୦୧୯ ଏପ୍ରିଲ ୬ ଏବଂ ୨୦୨୦ ଜାନୁୟାରୀ ୨୮ରେ ଅଞ୍ଚଳବାସୀ ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଛନ୍ତି। ଅଞ୍ଚଳକୁ ବାଦ୍‌ ଦେଇ ସାହିଠାରୁ ୨କିମି ଦୂରରେ ବୋରିଂ ଜଳଯୋଗାଣ ବ୍ୟବସ୍ଥା ଅଛି। ହେଲେ ସଂଯୋଗ ଦିଆଯାଇ ନ ଥିବାରୁ ଲୋକମାନେ ପାଣି ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ସେହିପରି ଅଞ୍ଚଳକୁ ଯାଇଥିବା ରାସ୍ତା ୧୭ ବର୍ଷ ହେଲା ମରାମତି ହୋଇ ନ ଥିବାରୁ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହି ଦୁଇ ପ୍ରମୁଖ ସମସ୍ୟାର ସମାଧାନ ଦାବିରେ ଅଞ୍ଚଳବାସୀ ରାସ୍ତାରୋକୋ କରିଥିଲେ। ଉକ୍ତ ରାସ୍ତାଦେଇ ଜନ ଅଭିଯୋଗ ଶୁଣାଣି ଶିବିରକୁ ଯାଉଥିବା ପିଡି ଡିଆର୍‌ଡିଏ ନରୋତ୍ତମ ବେହେରା ଘଟଣାରେ ହସ୍ତକ୍ଷେପ କରିଥିଲେ। ଜନସ୍ବାସ୍ଥ୍ୟ ବିଭାଗର ଅଧିକାରୀଙ୍କୁ ଡକାଇ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ଆସନ୍ତା ୬ ତାରିଖରେ ପାନୀୟଜଳ ପ୍ରକଳ୍ପ ପାଇଁ ଟେଣ୍ଡର ପ୍ରକ୍ରିୟା ସରିବ। ଏହା ପରେ କାର୍ଯ୍ୟ ଆରମ୍ଭ ପାଇଁ ପଦକ୍ଷେପ ନିଆଯିବ ବୋଲି ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟାଉନଥାନା ପୋଲିସ ଉପସ୍ଥିତିରେ ପ୍ରତିଶ୍ରୁତି ଦିଆଯିବା ପରେ ରାସ୍ତାରୋକୋ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

ବିଧାୟକଙ୍କୁ ପରିଗଣନା ଫର୍ମ ବାଣ୍ଟିଲେ ଭଞ୍ଜନଗର ଉପଜିଲାପାଳ, ବିଏଲଓମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଏସ ଆଇ ଆର କାର୍ଯ୍ୟ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ରବିବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର…

କେସିଙ୍ଗାରେ ଦଶମ-ଦ୍ୱାଦଶ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

କେସିଙ୍ଗା,୩୧ା୫(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଯୋଲକୋ ସ୍ଥିତ ବୌଦ୍ଧ ମଣ୍ଡପ ଠାରେ ଚଳିତ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ୮୦ ପ୍ରତିଶତରୁ…

ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ…

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ।…

‘ଜାତି-ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ, ଆଗକୁ ବଢ଼ିବାକୁ ହେଲେ କେବଳ ଏକତା ଜରୁରୀ’

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଜାତି ଏବଂ ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ। ଆଗକୁ ବଢ଼ିବାକୁ ହେଲେ ଏକତା ମନୋଭାବ ହିଁ ଜରୁରୀ ବୋଲି ନିଖିଳ ଉତ୍କଳ…

ସ୍ବାମୀଙ୍କ ନଜରରେ ପଡିଗଲା ସ୍ତ୍ରୀଙ୍କ ପରକୀୟା ପ୍ରୀତି, ପ୍ରେମିକଙ୍କ ସହ ମିଶି କରିଥିଲେ ହତ୍ୟା ଉଦ୍ୟମ, ଏବେ ଗଲେ ଜେଲ୍

ଦିଗପହଣ୍ଡି,୩୧|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁ ଛକରେ ରହୁଥିବା ଏସ.ଶଙ୍କର ରେଡ୍ଡୀଙ୍କ  ଅନୁପସ୍ଥିତିରେ ତାଙ୍କ ସ୍ତ୍ରୀ ଏସ.ରଶ୍ମିତା ରେଡ୍ଡୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri