Posted inଖେଳ

ପାଣ୍ଡ୍ୟାଙ୍କୁ ୨ ସପ୍ତାହ ଦିଅନ୍ତୁ, ବିଶ୍ୱର ସର୍ବଶ୍ରେଷ୍ଠ ଅଲରାଉଣ୍ଡର କରିଦେବି: ବିସିସିଆଇକୁ କହିଲେ ଏହି ପାକିସ୍ତାନୀ କ୍ରିକେଟର

ଇସଲମାବାଦ୍‌, ୨୮।୬: ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଚଳିତ ବିଶ୍ୱକପରେ ଜବରଦସ୍ତ ପ୍ରଦର୍ଶନ କରିଏପର୍ଯ୍ୟନ୍ତ ଅପରାଜୟ ରହିଛି। ଭାରତର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଲରାଉଣ୍ଡର ପ୍ରଦର୍ଶନ ବେଶ୍‌ ସହାୟକ ହୋଇଛି। କିନ୍ତୁ ପାଣ୍ଡ୍ୟାଙ୍କ ବୋଲିଂ ଏବଂ ବ୍ୟାଟିଂ ସନ୍ତୁଷ୍ଟ ନାହାନ୍ତି ପାକିସ୍ତାନର ପୂର୍ବତନ ଅଲରାଉଣ୍ଡର ଅବଦୁଲ ରଜାକ। ଓ୍ବେଷ୍ଟଇଣ୍ଡଜ୍‌ ବିପକ୍ଷ ମ୍ୟାଚରେ ପାଣ୍ଡ୍ୟାଙ୍କ ଖେଳ ଦେଖିବା ପରେ ତାଙ୍କ ଫୁଟ୍‌ ଓ୍ବାର୍କ, ସୁଇଙ୍ଗ ଏବଂ ବଡି ବାଲାନ୍ସରେ ଅନେକ ତ୍ରୁଟି ରହିଛି ବୋଲି ସେ କହିଛନ୍ତି। ସେ ଯଦି ଦୁଇ ସପ୍ତାହ ଦୁବାଇ ଆସି ମୋଠାରୁ ଟ୍ରେନିଂ ନେବେ, ତେବେ ସେ ବିଶ୍ୱର ସର୍ବଶ୍ରେଷ୍ଠ ଅଲରାଉଣ୍ଡର ହୋଇଯିବେ ବୋଲି ରଜାକ ବିସିସିଆଇକୁ କହିଛନ୍ତି। ପ୍ରଥମେ ଏକ ଭିଡିଓ ଏବଂ ପରେ ନିଜ ଟୁଇଟରରେ ଜରିଆରେ ସେ ଏହା କହିଛନ୍ତି। ସୂଚନାଯୋଗ୍ୟ, ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ମ୍ୟାଚରେ ପାଣ୍ଡ୍ୟା ୩୮ଟି ବଲରେ ୪୬ରନ୍‌ର ପାଳି ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩୯ ଶିକାରିଙ୍କୁ ବାନ୍ଧିଲା ବନବିଭାଗ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ଦ୍ୱାଦଶ ଟପ୍ପରଙ୍କୁ ମିଳିଲାନି ଚାକିରି: ରାଗରେ ମା’-ବାପା-ଭାଇଙ୍କ ସହ କଲେ ହୃଦୟବିଦାରକ କାଣ୍ଡ

ଭୋପାଳ,୨୦।୨: ମଧ୍ୟପ୍ରଦେଶର ବେତୁଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୩୦ ବର୍ଷୀୟ ଗ୍ରାମର ଦୀପକ ଧୂର୍ଭେ ତାଙ୍କ ମାତାପିତା ଏବଂ ସାନ…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

AI Summitରେ ଏମିତି କହିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ସମସ୍ତେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ଟ୍ରାଫିକ ସାରା ବିଶ୍ୱରେ ପ୍ରସିଦ୍ଧ। ଦିଲ୍ଲୀର ପ୍ରତ୍ୟେକ ନାଗରିକ ଟ୍ରାଫିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି, ଗତକାଲି ଜଣେ ପ୍ରମୁଖ ନେତା…

ଓଡ଼ିଶାରେ ଚାଲିଛି ସୁଚିନ୍ତିତ ରାଜନୀତି: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ …

ଭୁବନେଶ୍ୱର, ୨୦।୨(ସୁନିତ୍‌ ମିଶ୍ର):ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri