ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜୀଉଙ୍କ ସ୍ନାନଯାତ୍ରା

ଉଲୁଣ୍ଡା, ୧୭ା୬(ଡି.ଏନ.ଏ.) : ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ କୋଟସମଲାଇ ପାତାଳି ଶ୍ରୀକ୍ଷେତ୍ରଠାରେ ଦେବସ୍ନାନ ପୂର୍ଣ୍ଣମୀ ଅବସରରେ ଶ୍ରୀଜୀଉଙ୍କ ସ୍ନାନଯାତ୍ରା ଓ ଗଜାନନ ବେଶ ସୋମବାର ସମ୍ପନ୍ନ ହୋଇଯାଇଛି। ପାରମ୍ପରିକ ରୀତିନୀତି ଅନୁସାରେ ସକାଳ ୫ଟାରେ ଦ୍ୱାରଫିଟା, ୫ା୩୦ଟାରେ ଦ୍ୱାରପାଳ ପୂଜା ଓ ସୂର୍ଯ୍ୟପୂଜା, ୬ଟାରେ ମଙ୍ଗଳଆଳତୀ, ୭ଟାରେ ଖେଚୁଡି ଭୋଗ ଓ ବେଶ, ୮ା୩୦ରେ ମଙ୍ଗଳାରୋପଣ କାର୍ଯ୍ୟକ୍ରମ ସମ୍ପନ୍ନ କରାଯାଇଥିଲା। ପରେ ପୂର୍ବାହ୍ନ ୯ଟାରେ ଗୋଟିପହଣ୍ଡି ମାଧ୍ୟମରେ ଚତୁର୍ଦ୍ଧାମୂର୍ତ୍ତୀଙ୍କୁ ସ୍ନାନମଣ୍ଡପରେ ଅଧିଷ୍ଠିତ କରାଯାଇ ପୂଜାନୀତି ଓ ହୋମ ସମ୍ପନ୍ନ କରାଯାଇଥିଲା। ସେହିପରି ପୂର୍ବାହ୍ନ ୧୧.୩୦ରେ ପୂଣ୍ୟତୋୟା ମହାନଦୀର ବଡାଲି ଘାଟରୁ ଅଣାଯାଇଥିବା ୧୦୮ ପୂର୍ଣ୍ଣକୁମ୍ଭ ଜଳ ମଧ୍ୟରୁ ଶ୍ରୀଜଗନ୍ନାଥଙ୍କୁ ୩୫, ଶ୍ରୀବଳଭଦ୍ରଙ୍କୁ ୩୩, ମାତା ସୁଭଦ୍ରାଙ୍କୁ ୨୨ ଏବଂ ସୁଦର୍ଶନ ଠାକୁରଙ୍କୁ ୧୮ କୁମ୍ଭ ରୌପ୍ୟ କୁମ୍ଭରେ ସ୍ନାନ କରାଯାଇଥିଲା। ମୂଖ୍ୟପୂଜକ ବିଶେଶ୍ୱର ପାଢୀ ଓ ଗୁନାକର ପଣ୍ଡା ପୂଜାକାର୍ଯ୍ୟ ସମ୍ପାଦନ କରିଥିଲେ। ଯଜ୍ଞ ଆଚାର୍ଯ୍ୟ ଭାବେ ଦେବାର୍ଚ୍ଚନ ଦାଶ, କର୍ତ୍ତା ଗଡତ୍ୟା ଚମରା ଅମାତ ନୀତିକାନ୍ତି ସମ୍ପାଦନ କରିଥିଲେ। ଅପରାହ୍ନ ୧ଟାରୁ ଚତୁର୍ଦ୍ଧାମୂର୍ତ୍ତୀଙ୍କୁ ଗଜାନନ ବେଶରେ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ଦେଇଥିଲେ। ସନ୍ଧ୍ୟା ସମୟରେ ଠାକୁରମାନଙ୍କୁ ଅଣସର ଗୃହରେ ବିଜେ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଷେକ ବାନାର୍ଜୀଙ୍କ ଘରେ ବେଙ୍ଗଲ ପୋଲିସର ଚଢାଉ, ଚିନ୍ତାରେ ମମତା!

କୋଲକାତା,୧୩।୬: ଶନିବାର ସକାଳେ ସାଲବୋନି ପୋଲିସ ଷ୍ଟେଶନର କର୍ମଚାରୀ ଏବଂ କୋଲକାତା ପୋଲିସର ଏକ ବଡ଼ ଦଳ ତୃଣମୂଳ କଂଗ୍ରେସ ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀଙ୍କ…

ପାକିସ୍ତାନକୁ ରାଜନାଥଙ୍କ ଖୋଲ ଚେତାବନୀ

ନୂଆଦିଲ୍ଲୀ,୧୩।୬: ପାକିସ୍ତାନକୁ କଡ଼ା ବାର୍ତ୍ତା ଦେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି ଯେ ସିନ୍ଧୁ ନଦୀର ଜଳ ଆତଙ୍କବାଦର ପୃଷ୍ଠପୋଷକଙ୍କ ପାଖରେ ପହଞ୍ଚିବାକୁ ଦିଆଯିବ ନାହିଁ।…

ମିଥ୍ୟା ସମ୍ପତ୍ତି ତଥ୍ୟ ଦେଲେ ବାବୁଙ୍କୁ ମିଳିବ ଦଣ୍ଡ: ବେତନ ବଦଳରେ ଲାଗୁ ହେବ…

ଭୁବନେଶ୍ୱର,୧୩।୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀ ନିଜ ସମ୍ପତ୍ତି ବିବରଣୀ ଦେବାରେ ବିଳମ୍ବ କରୁଥିବାରୁ ଏହାକୁ ନେଇ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଏକ ଗୁରୁତ୍ୱପୂର୍ଣ୍ଣ…

ଭୟଙ୍କର ଦୁର୍ଘଟଣା: ଲ୍ୟାଣ୍ଡିଂ ସମୟରେ ଭାରତୀୟ ବାୟୁସେନାର AN-32 ବିମାନ କ୍ରାସ

ଗୁଆହାଟି,୧୩।୬: ଶନିବାର ଆସାମର ଜୋରହାଟରେ ଥିବା ଭାରତୀୟ ବାୟୁସେନା (IAF) ବାୟୁସେନାର ବାୟୁସେନା ଘାଟିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବାୟୁସେନାର ଏକ AN-32 ପରିବହନ ବିମାନ…

ପୋଲିସ DG ପଦବୀ ପାଇଁ ୩୩ ବରିଷ୍ଠ IPS ମନୋନୀତ: ଓଡ଼ିଶା କ୍ୟାଡରର୍‌ ୨ ଜଣଙ୍କୁ ମିଳିଲା…

ଭୁବନେଶ୍ୱର,୧୩।୬: ପୋଲିସ DG ପଦବୀ ପାଇଁ ଦେଶରୁ ମୋଟ ୩୩ ଜଣ ବରିଷ୍ଠ IPS ମନୋନୀତ ହୋଇଛନ୍ତି। କ୍ୟାବିନେଟ୍‌ ନିଯୁକ୍ତି କମିଟି ପକ୍ଷରୁ ଏହାକୁ ମଞ୍ଜୁରୀ ମିଳିଛି।…

ଆମେରିକାକୁ ଧୋଇଲେ ଜୟଶଙ୍କର: କଡ଼ା ଟାର୍ଗେଟ୍‌ କରି କହିଲେ…

ନୂଆଦିଲ୍ଲୀ,୧୩।୬:ଓମାନ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ନୌସେନାର କାର୍ଯ୍ୟାନୁଷ୍ଠାନରେ ୩ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ଆମେରିକା ନିକଟରେ କଡ଼ା…

ହର୍ମୁଜରେ ଭାରତୀୟ ଜାହାଜ ଉପରେ ହୋଇଛି ଆକ୍ରମଣ: ଟ୍ରମ୍ପଙ୍କ ଦାବିକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲା ଇରାନ

ଓ୍ବାଶିଂଟନ୍‌,୧୩।୬:ହର୍ମୁଜ ପ୍ରଣାଳୀ ନିକଟରେ ଏକ ଭାରତୀୟ ଜାହାଜ ଉପରେ ଆକ୍ରମଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି।…

ଗ୍ରାହକଙ୍କୁ ଝଟ୍‌କା: ହୁ ହୁ ବଢିବ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ପେଟ୍ରୋଲ ଏବଂ ଡିଜେଲର ପ୍ରାରମ୍ଭିକ ମୂଲ୍ୟ ବୃଦ୍ଧିକୁ ନେଇ ପୂର୍ବରୁ କେତେକ ଖାଦ୍ୟ ସାମଗ୍ରୀ ସମେତ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ ବୃଦ୍ଧି ପାଇଥିଲା। କିନ୍ତୁ ଇତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri