ପାନୀୟଜଳ ପ୍ରକଳ୍ପ ଅକାମୀ : ୩ ହଜାରରୁ ଊର୍ଦ୍ଧ୍ୱ ଲୋକ ହଇରାଣ

ତେଲକୋଇ, ୨୬।୫(ଡି.ଏନ.ଏ.)-ତେଲକୋଇ ବ୍ଲକ ଅଧୀନ ଏସ.ଏନ.ପୁରଗୋଡା ରେ ପାନୀୟଜଳ ସମସ୍ୟା ଉକତ୍ଟ ରହିଛି । ଦୀର୍ଘ ୫ବର୍ଷ ପୂର୍ବରୁ ହୋଇଥିବା ଓଭରହେଡ ଟାଙ୍କି ସମେତ ବିଭିନ୍ନ ଗ୍ରାମକୁ ସ୍ବଜଳଧାରା ଯୋଜନା ବିଫଳ ହୋଇଛି । ସ୍ବଜଳଧାରା ଯୋଜନାରେ ଏହି ପଞ୍ଚାୟତ ମୁଖ୍ୟାଳୟରେ ୩ହଜାରରୁ ଊର୍ଦ୍ଧ୍ୱ ପରିବାର ପାଇଁ ଏହି ଓଭରହେଡ ଟାଙ୍କି କରାଯାଇଥିଲା। ତେବେ ବିଭାଗୀୟ ଅବହେଳା ଯୋଗୁ ତଳ ମୁଣ୍ଡରେ ଉକ୍ତ ଟାଙ୍କି ନିର୍ମାଣ ଯୋଗୁ ଉପରମୁଣ୍ଡର ୭୦ପ୍ରତିଶତ ଲୋକେ ଏବେ ସମାକୋଇ ନଦୀରୁ ପାଣି ସଂଗ୍ରହ କରିବାକୁ ବାଧ୍ୟ ହୋଇଛନ୍ତି । ଏହି ଯୋଜନାରେ ସ୍ବଜଳଧାରା ପାଇଁ ଏକ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରି ସମ୍ପୃକ୍ତ ପଞ୍ଚାୟତର ୩ହଜାରରୁ ଅଧିକ ପରିବାରକୁ ପାନୀୟଜଳ ଯୋଗାଣର ବ୍ୟବସ୍ଥା କରାଯାଇଛି। ହେଲେ ଏହି ଯୋଜନା ଗତ ୨୦୧୪ ମସିହାରୁ ସମ୍ପୂର୍ଣ୍ଣ କରାଯାଇଥିଲେ ହେଁ ବର୍ତ୍ତମାନ ପଞ୍ଚାୟତ ମୁଖ୍ୟାଳୟରେ ପାନୀୟଜଳ ଲାଗି ସମସ୍ୟା ସୃଷ୍ଟି କରିଛି। ପଞ୍ଚାୟତର ବୁଦ୍ଧିଜୀବୀ ଶରତ ପହିଙ୍କ କହିବାନୁଯାୟୀ ସରକାରଙ୍କ ଯୋଜନା ବିଫଳ ହୋଇଛି। ଏ ସମ୍ପର୍କରେ ସ୍ଥାନୀୟ ବିଡିଓ ଦିଲୀପ କୁମାର ବାରାଙ୍କୁ ପଚାରିବାରୁ ଅଭିଯୋଗ ଆସିବା ପରେ କାହିଁକି ପାନୀୟଜଳ ଯୋଗାଣ ହୋଇପାରୁ ନାହିଁ ସେନେଇ ତଦନ୍ତ ଆରମ୍ଭ କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri