ପାନୀୟ ଜଳ ପାଇଁ ଯିବାକୁ ପଡ଼ୁଛି ୧ କି.ମି.

ଚମ୍ପୁଆ, ୧୫ା୫(ଡି.ଏନ.ଏ): ଚମ୍ପୁଆ ବ୍ଲକ ଅନ୍ତର୍ଗତ ଚନ୍ଦ୍ରଶେଖରପୁର ପଞ୍ଚାୟତ ମଝିସାହି ବାସିନ୍ଦାଙ୍କ ପାଇଁ ବଇରୀ ସାଜିଛି ଗାଁ ନଳକୂପ। ପାନୀୟ ଜଳ ପାଇଁ ପ୍ରାୟ ୧ କି.ମି. ଦୂର ଯାଇ ସଂଗ୍ରହ କରିବାକୁ ପଡୁଛି। ପାରଦ ୪୨ ଡିଗ୍ରୀ ଛୁଇଁଥିବା ବେଳେ କୂଅ, ପୋଖରୀଗୁଡ଼ିକର ଜଳସ୍ତର ପ୍ରାୟତଃ ହ୍ରାସ ହୋଇ ସାରିଲାଣି। ଖବର ଅନୁସାରେ ମଝିସାହିରେ ପ୍ରାୟ ୧୦୦ରୁ ଅଧିକ ଲୋକ ବସବାସ କରିଆସୁଛନ୍ତି। ଏମାନଙ୍କ ବ୍ୟବହାର ପାଇଁ ଗ୍ରାମରେ ଥିବା ନଳକୂପଟି ଦୀର୍ଘ ଦିନ ହେବ ଖରାପ ହୋଇପଡିଛି। ବାରମ୍ବାର ଅଭିଯୋଗ ସତ୍ତ୍ୱେ କୌଣସି ବ୍ୟବସ୍ଥା କରାଯାଉ ନ ଥିବାରୁ ବାଧ୍ୟ ହୋଇ ମଝିସାହି ବାସିନ୍ଦାମାନେ ପାନୀୟ ଜଳ ସଂଗ୍ରହ ପାଇଁ ପ୍ରାୟ ୧ କି.ମି. ଦୂର ବସାସାହି ଯାଉଛନ୍ତି। ଏଥିଲାଗି ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇଛି। ତୁରନ୍ତ ଏଥିପ୍ରତି ବିଭାଗୀୟ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ସ୍ଥାନୀୟ ବାସିନ୍ଦାମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଲୁଟ୍, ସିସିଟିଭିରେ କଏଦ ହେଲା ଘଟଣା

ବସ୍ତା, ୪।୭ (ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା  ବସ୍ତା ଥାନା ଅନ୍ତର୍ଗତ ଦରଡାସ୍ଥିତ ଏକ ପେଟ୍ରୋଲ ପମ୍ପରୁ ବନ୍ଧୁକ ଦେଖାଇ ଲୁଟ୍ ହୋଇଥିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ…

ପେଟ୍ରୋଲ ପମ୍ପରେ ବନ୍ଧୁକ ଦେଖାଇ ଲୁଟ୍‌

ବାଲେଶ୍ୱର, ୪।୭( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଗାନ୍ଧୀ ଛକ – ବାଲିଆପାଳ ରାସ୍ତାର ଦରଡା ପେଟ୍ରୋଲ ପମ୍ପରୁ ଶୁକ୍ରବାର ବିଳମ୍ୱିତ ରାତିରେ…

ଋଣ ଟଙ୍କା ଦେଉନ, ଆତ୍ମହତ୍ୟା କରିବି: ବିଷ ବୋତଲ ଧରି ବ୍ୟାଙ୍କ ମ୍ୟାନଜର୍‌ଙ୍କ ଆଗରେ…

ଭୋଗରାଇ,୪ା୭(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଚନ୍ଦନେଶ୍ୱର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବ୍ୟାଙ୍କ ମ୍ୟାନେଜର…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri