ପାନ, ଗୁଟ୍‌ଖା ଖାଇ ଶ୍ରୀମନ୍ଦିରକୁ ପ୍ରବେଶ ମନା

ପୁରୀ ଅଫିସ, ୩୦।୭: ଏଣିକି ପାନ ଖାଇ କେହି ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ନାହିଁ। ସେବାୟତ ହୁଅନ୍ତୁ ଅବା ଭକ୍ତ କେହି ବି ଧରାପଡ଼ିଲେ ସେମାନଙ୍କଠାରୁ ଜରିମାନା ଆଦାୟ ହେବ। ଅଗଷ୍ଟ ୧ ତାରିଖରୁ ଏହି କଟକଣା କଡ଼ାକଡ଼ିି ଭାବେ ଲାଗୁ କରାଯିବ। ପାନ ଖାଇ ଯଦି କେହି ମନ୍ଦିରକୁ ପ୍ରବେଶ କରି ଧରାପଡ଼ିିବେ ତେବେ ସେମାନଙ୍କଠାରୁ ୫୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା ଆଦାୟ କରାଯିବ । ସୋମବାର ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅନୁଷ୍ଠିତ ପରିଚାଳନା କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।
ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକ ପ୍ରାୟ ୩ଘଣ୍ଟା ଧରି ଚାଲିଥିଲା। ବୈଠକ ଶେଷରେ ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଶ୍ରୀମନ୍ଦିରକୁ ସ୍ବଚ୍ଛ ଏବଂ ପରିଷ୍କାର ରଖିବା ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଏହାକୁ ଦୃଷ୍ଟିରେ ରଖି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି କୌଣସି ସେବକ, ଭକ୍ତ କିମ୍ବା ଶ୍ରୀମନ୍ଦିର କର୍ମଚାରୀ ପାନ, ଗୁଟ୍‌ଖା ଖାଇ ମନ୍ଦିର ଭିତରକୁ ପ୍ରବେଶ କରିବେ ନାହିଁ। ଅଗଷ୍ଟ ୧ତାରିଖରୁ ଏହି କଟକଣାକୁ କଡ଼ାକଡ଼ିି କରାଯିବ। ପ୍ରବେଶ ପଥରେ ମଧ୍ୟ ଯାଞ୍ଚ ହେବ। ଯଦି ପାନ, ଗୁଟ୍‌ଖା ଖାଇ କେହି ମନ୍ଦିର ଭିତରକୁ ପ୍ରବେଶ କରିଥିବାବେଳେ ଧରାପଡିବେ ତାଙ୍କଠାରୁ ୫୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା ଆଦାୟ କରାଯିବ। ଏଥିପାଇଁ ଫଳକ ଲଗାଯାଇ ସମସ୍ତଙ୍କୁ ସଚେତନ କରାଯିବ।
ସେହିପରି ସ୍ନାନଯାତ୍ରାଠାରୁ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ନୀତି ଠିକ୍‌ଠାକ ହୋଇଛି, ଯାହା କିଛି ସାମାନ୍ୟ ତ୍ରୁଟି ରହିଛି ସେ ସବୁର ଅନୁଧ୍ୟାନ କରାଯାଇଥିଲା। ଏହାକୁ ସୁଧାରିବା ପାଇଁ ପରିଚାଳନା କମିଟିରେ ଯେଉଁ ୫ଜଣ ସେବକ ସଦସ୍ୟ ଅଛନ୍ତି ସେମାନଙ୍କୁ ନେଇ ଏକ କମିଟି ଗଠନ କରାଯାଇଛି। ମାଧବ ପୂଜାପଣ୍ଡା ଏହାର ଆବାହକ ରହିଛନ୍ତି। ଆସନ୍ତା ପରିଚାଳନା କମିଟି ବୈଠକରେ ସେ ତାଙ୍କର ପ୍ରସ୍ତାବ ରଖିବେ। ଭବିଷ୍ୟତରେ ଯେତେ ରଥଯାତ୍ରା ହେବ ଏବଂ ସେଥିପାଇଁ ଯେଉଁ ବ୍ୟବସ୍ଥାବଳୀ ହେବ ସେଥିରେ ତାଙ୍କ ପ୍ରସ୍ତାବ ଅନ୍ତର୍ଭୁକ୍ତ କରାଯିବ। ଚଳିତବର୍ଷ ସ୍ନାନଯାତ୍ରାଠାରୁ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ସିସିଟିଭି ଫୁଟେଜ ଯାଞ୍ଚବେଳେ ଛୋଟ ଛୋଟ ତ୍ରୁଟି ରହିଥିବା ପରିଲକ୍ଷିତ ହୋଇଛି। ପ୍ରାୟ ୨୫ଜଣଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କୁ କୈଫିୟତ ମଗାଯିବ। ଗତଥର ବ୍ୟବସ୍ଥାବଳୀକୁ ୪୮ଜଣ ଉଲ୍ଲଂଘନ କରିଥିଲେ। ନୀତି ଯେପରି ଶୃଙ୍ଖଳିତ ହେବ, ସବୁ ସେବକ ସହଯୋଗ କରିବେ ସେ ବିଷୟରେ ଆଲୋଚନା ହୋଇଛି। ଚଳିତବର୍ଷ ରଥଯାତ୍ରା ସମୟରେ ପ୍ରଥମ ଥର ଶ୍ରୀମନ୍ଦିରକୁ ଆକର୍ଷଣୀୟ ଭାବେ ଫୁଲରେ ସଜାଇଥିବା ଦିଲ୍ଲୀର ଭକ୍ତ କେ.କେ. ଶର୍ମାଙ୍କୁ କମିଟି ସାଧୁବାଦ ଜଣାଇଛି। ସେ ପ୍ରତିବର୍ଷ ରଥଯାତ୍ରା ସମୟରେ ଶ୍ରୀମନ୍ଦିରକୁ ସଜାଇବେ। ତେଣୁ ତାଙ୍କୁ ଡକାଯାଇ ସମ୍ମାନିତ କରାଯିବ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି। ଏହି ବୈଠକରେ ଜିଲାପାଳ ତଥା ଉପମୁଖ୍ୟ ପ୍ରଶାସକ ବଲୱନ୍ତ ସିଂ, ଏସ୍‌ପି ଉମାଶଙ୍କର ଦାଶ, ନୀତି ପ୍ରଶାସକ ବିଶ୍ୱଜିତ ବିଶ୍ୱାଳ, ସଦସ୍ୟ ତଳୁଚ୍ଛ ନୀଳକଣ୍ଠ ମହାପାତ୍ର, ମାଧବ ପୂଜାପଣ୍ଡା, ରାମଚନ୍ଦ୍ର ଦାସମହାପାତ୍ର, ମାଧବ ଚନ୍ଦ୍ର ମହାପାତ୍ର, ଅନନ୍ତ ତିଆଡ଼ି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri