ପୁରୁଷୋତ୍ତମପୁର, ୧୦।୧(ଡି.ଏନ୍.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ନାରାୟଣ ବେହେରା(୨୫) ଓଡିଶା ପ୍ରଶାସନିକ ସେବା(ଓଏଏସ୍) ପରୀକ୍ଷାରେ ୫୧ ନଂ ର଼୍ୟାଙ୍କରେ ରହି ପୁରୁଷୋତ୍ତମପୁର ଲାଗି ଗୌରବ ଅର୍ଜନ କରିଛନ୍ତି। ଏହି ଉପଲକ୍ଷେ ସହରର ବିଭିନ୍ନ ସଂଗଠନ ଓ ଜନସାଧାରଣଙ୍କ ପକ୍ଷରୁ ତାଙ୍କୁ ଶୋଭାଯାତ୍ରାରେ ବୁଲାଯାଇ ସମ୍ବର୍ଦ୍ଧନା ଦିଆଯାଇଛି। ଅବସରପ୍ରାପ୍ତ କର୍ମଚାରୀ ସଂଘ, ବରିଷ୍ଠ ନାଗରିକ ମଞ୍ଚ, ତାରାତାରିଣୀ କଲେଜ, ଅଟୋ ଚାଳକ ସଂଘ, ଯୁବକ ସଂଘ ସମେତ ବିଭିନ୍ନ ସଂସ୍ଥା ପକ୍ଷରୁ ସଭାମାନ କରି ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଏହି ଅବସରରେ ନାରାୟଣ ତାଙ୍କର ସଫଳତାର କାହାଣୀ ସମସ୍ତଙ୍କ ସହ ବାଣ୍ଟିଥିଲେ। ଗରିବ ପରିବାରରେ ଜନ୍ମଗ୍ରହଣ କରିଥିବା ନାରାୟଣ ପାନଦୋକାନ କରି ବହୁ କଷ୍ଟରେ ପାଠ ପଢ଼ିଥିଲେ । ସେ ବର୍ତ୍ତମାନ କନ୍ଧମାଳ ଜିଲା ତୁମୁୁଡିବନ୍ଧ ବ୍ଲକ ଜଳେଶ୍ପେଟା ଆଦର୍ଶ ବିଦ୍ୟାଳୟରେ ଶିକ୍ଷକତା କରୁଛନ୍ତି। ଏବେ ଏହି ସଫଳତା ତାଙ୍କୁ ବେଶ ଖୁସି ଦେଇଛି ବୋଲି ସେ କହିଛନ୍ତି।
Posted inHome Left, ଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ View All
ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ
ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍ର ଏକ ଲିଗ୍ ମ୍ୟାଚ୍ରେ…
ବିଷାକ୍ତ ଗ୍ୟାସ୍ ଲିକ୍: ଚାଲିଗଲା ୩୭ ଜୀବନ
ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍ ଲିକ୍ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…
ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…
ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…
ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍
ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…
ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…
ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…
ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ
କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍ରେ ଇଟାଲିକୁ ୪୨ ରନରେ ପରାସ୍ତ…
ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ
କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ ଧରିତ୍ରୀରେ ଖବର ପ୍ରକାଶ…
ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି
ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…
Archives

