ଭୁବନେଶ୍ୱର,୬।୩(ବ୍ୟୁରୋ): ପାରାଦୀପରୁ ଭଦ୍ରସାହି-ବଡ଼ବିଲ ଅର୍ଥନୈତିକ କରିଡର ବିକାଶ କରିବାକୁ ରାଜ୍ୟ ସରକାର କେନ୍ଦ୍ର ନିକଟରେ ଦାବି କରିଛନ୍ତି। ରାଜ୍ୟ ସରକାର ଜମି ଅଧିଗ୍ରହଣ କ୍ଷେତ୍ରରେ ସମସ୍ତ ସହଯୋଗ ଯୋଗାଇଦେବାକୁ ପ୍ରସ୍ତୁତ ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଶୁକ୍ରବାର କେନ୍ଦ୍ର ସରକାରଙ୍କ ଭୂପୃଷ୍ଠ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ସହ ହୋଇଥିବା ବୈଠକରେ ସୂଚନା ଦେଇଛନ୍ତି। ରାଜ୍ୟର ବିଭିନ୍ନ ଜିଲା ଦେଇ ୫,୭୫୩ କିଲୋମିଟରର ୩୮ଟି ଜାତୀୟ ରାଜପଥ ଯାଇଛି। ସେଥିରୁ ୧୯ଟିକୁ ଏନ୍ଏଚ୍ଏଆଇ ପରିଚାଳନା କରୁଥିବା ବେଳେ ଅନ୍ୟ ୨,୯୨୦ କିଲୋମିଟର ବ୍ୟାପୀ ୧୯ଟି ରାଜପଥକୁ ରାଜ୍ୟ ସରକାର ପରିଚାଳନା କରୁଛନ୍ତି। ଏନ୍ଏଚ୍ଏଆଇ ଦ୍ୱାରା ୧୫୦୧୫ କୋଟି ଟଙ୍କାର ୨୦ଟି ରାଜପଥ ପ୍ରକଳ୍ପରୁ ୯୦୧ କିଲୋମିଟରର କାର୍ଯ୍ୟ ଜାରି ରହିଥିବା ବେଳେ ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗ ପକ୍ଷରୁ ୧୧୪୬ କିଲୋମିଟର ବ୍ୟାପ୍ତ ୩୧ଟି ପ୍ରକଳ୍ପର କାର୍ଯ୍ୟ ଚାଲୁ ରହିଛି। ପୂର୍ତ୍ତ ସଚିବ କ୍ରିଷନ କୁମାର ପାରାଦୀପ-ବଡ଼ବିଲ ଅର୍ଥନୈତିକ କରିଡର ଶିଳ୍ପ ଓ ଅର୍ଥନୈତିକ ସମ୍ଭାବନା ସମ୍ପର୍କରେ ବୈଠକରେ ସୂଚନା ଦେଇଥିଲେ।
କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…
ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍…
ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍, ୩ରେ ସିଧାସଳଖ ନେତା ଚୟନ!
ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…
କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…
ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…
କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…
କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…
ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା
ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…
ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍ ଇଞ୍ଜିନ ସରକାରରେ…
ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…
ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ
ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି…
ଗୁରୁବାର ଓଡ଼ିଶା ବନ୍ଦ, କଣ ଖୋଲା-କଣ ବନ୍ଦ ଜାଣନ୍ତୁ
ଭୁବନେଶ୍ବର,୭।୧୦: ଆସନ୍ତା ୮ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ…

