Posted inଖେଳ

ପାରାଲିସିସ୍‌ରେ ପୀଡ଼ିତ ୩ ଥର ଅଲିମ୍ପିକ୍‌ ରୋଇଂ ଚାମ୍ପିୟନ

ଲଣ୍ଡନ,୧।୧୧(ଏଏଫ୍‌ପି)- ଟ୍ରିପଲ ଅଲିମ୍ପିକ୍‌ ରୋଇଂ (ନୌଚାଳନା) ଚାମ୍ପିୟନ ପିଟ ରିଡ୍‌ ପକ୍ଷାଘାତରେ ପୀଡ଼ିତ ହୋଇଛନ୍ତି। ମେରୁଦଣ୍ଡରେ ଷ୍ଟ୍ରୋକ୍‌ ଯୋଗୁ ତାଙ୍କ ଛାତି ତଳ ସମ୍ପୂର୍ଣ୍ଣ ଅକ୍ଷମ ହୋଇଯାଇଥିବା ସେ ଘୋଷଣା କରିଛନ୍ତି। ରୟାଲ ନେଭିରେ ଲ୍ୟୁଟ୍‌ନାଣ୍ଟ କମାଣ୍ଡର ଭାବେ କାର୍ଯ୍ୟରତ ୩୮ ବର୍ଷୀୟ ରିଡ୍‌ ୨୦୦୮ ବେଜିଂ ଅଲିମ୍ପିକ୍ସରେ କକ୍ସଲେସ ଫୋରରେ ସ୍ବର୍ଣ୍ଣ ପଦକ ଜିତିଥିଲେ। ୨୦୧୨ ଲଣ୍ଡନ ଓ ୨୦୧୬ ରିଓ ଅଲିମ୍ପିକ୍ସରେ ସମାନ ଇଭେଣ୍ଟରେ ମଧ୍ୟ ସ୍ବର୍ଣ୍ଣ ପଦକ ପାଇଥିଲେ। ଚଳିତ ମାସରେ ରିଡ୍‌ ସ୍ପାଇନାଲ ଷ୍ଟ୍ରୋକ୍‌ର ସମ୍ମୁଖୀନ ହୋଇଥିବା ଇନ୍‌ଷ୍ଟାଗ୍ରାମ୍‌ରେ ଟୁଇଟ୍‌ କରିଥିଲେ। ମୁଁ ସମ୍ପୂର୍ଣ୍ଣ ଫିଟ୍‌ ହେବାର ଖୁବ୍‌ କମ୍‌ ସମ୍ଭାବନା ଅଛି ବୋଲି ଉକ୍ତ ପୋଷ୍ଟରେ ଲେଖିଥିଲେ। ଗତବର୍ଷ ରୋଇଂରୁ ଅବସର ଘୋଷଣା କରିଥିବା ରିଡ୍‌ କହିଛନ୍ତି ଯେ, ଏହା ମୋ ମେରୁଦଣ୍ଡର ମଧ୍ୟଭାଗରେ ହୋଇଛି। ଏଣୁ ମୋ ଛାତି ତଳର ନିମ୍ନଭାଗ ସମ୍ପୂର୍ଣ୍ଣ ପକ୍ଷାଘାତ ହୋଇଯାଇଛି। ମୋ ହାତ ସମ୍ପୂର୍ଣ୍ଣ ଠିକ୍‌ ଥିବାବେଳେ ମୁଣ୍ଡ ଏବେ ମଧ୍ୟ କାର୍ଯ୍ୟକ୍ଷମ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

୭୫ ବର୍ଷ ପରେ ଘଟିଲା ଏମିତି: ଏସିଆନ ଗେମ୍ସରେ ଚମତ୍କାର କଲା ଭାରତୀୟ ମହିଳା ଟିମ୍‌

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସିଆନ ଗେମ୍ସରେ ଭାରତ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ତୀରନ୍ଦାଜୀର ମହିଳା ରିକର୍ଭ ଟିମ ଫାଇନାଲରେ ଶକ୍ତିଶାଳୀ ଦକ୍ଷିଣ କୋରିଆକୁ ୫-୩ରେ…

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?