Posted inଖେଳ

ପାରା ଅଲିମ୍ପିକ କମିଟିଠାରୁ ସ୍ବୀକୃତି ପ୍ରତ୍ୟାହାର କଲା କ୍ରୀଡ଼ା ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୧।୯(ପି.ଟି.)- ପାରା ଅଲିମ୍ପିକ୍‌ କମିଟି ଅଫ୍‌ ଇଣ୍ଡିଆ (ପିସିଆଇ)ଠାରୁ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ସ୍ବୀକୃତି ପ୍ରତ୍ୟାହାର କରିନେଇଛି। ପିସିଆଇ ଜାତୀୟ କ୍ରୀଡ଼ା ଆଚରଣବିଧି ଉଲ୍ଲଂଘନ କରିବା ଅଭିଯୋଗରେ ମନ୍ତ୍ରଣାଳୟ ଏହି କଡ଼ା ନିଷ୍ପତ୍ତି ନେଇଛି। ପିସିଆଇ ଅଧ୍ୟକ୍ଷ ରାଓ ଇନ୍ଦ୍ରଜିତ୍‌ ସିଂଙ୍କୁ ବହିଷ୍କାର କରିବାକୁ କମିଟି ନିଷ୍ପତ୍ତି ନେଇଥିଲା। ତାଙ୍କୁ ପିସିଆଇ ବହୁମତରେ ପଦରୁ ବିଦା କରାଯାଇଥିଲା। ଏ ନେଇ ପିସିଆଇ ମଧ୍ୟ ସନ୍ତୋଷଜନକ ଉତ୍ତର ଦେଇପାରି ନ ଥିଲା। ପିସିଆଇରେ ବ୍ୟାପକ କୁଶାସନ ଚାଲିଥିବାରୁ ଏଭଳି କଠୋର ନିଷ୍ପତ୍ତି ନେବାକୁ ହେଲା ବୋଲି ମନ୍ତ୍ରଣାଳୟ ତରଫରୁ ନିଳମ୍ବନ ଆଦେଶରେ ଉଲ୍ଲେଖ କରାଯାଇଛି। ପଦରୁ ବହିଷ୍କୃତ ହେବା ପରେ ଇନ୍ଦ୍ରଜିତ୍‌ଠାରୁ ମନ୍ତ୍ରଣାଳୟ ଅଭିଯୋଗ ପତ୍ର ପାଇଥିଲା। ନିଜ ଅଧ୍ୟକ୍ଷଙ୍କୁ ନିୟମର ବାହାରକୁ ଯାଇ ଓ ଅଗଣତାନ୍ତ୍ରିକ ଭାବେ ବହିଷ୍କାର କରାଯାଇଥିବା କଥା ମନ୍ତ୍ରଣାଳୟ ହୃଦୟଙ୍ଗମ କରିଥିଲା। ଉଲ୍ଲେଖଥାଉ କି, ୨୦୧୫ରେ ମଧ୍ୟ ତ୍ରୁଟିପୂର୍ଣ୍ଣ ଶାସନ ଯୋଗୁ ପିସିଆଇକୁ ସସ୍‌ପେଣ୍ଡ କରାଯାଇଥିଲା। ପରେ ୨୦୧୬ରେ ଏହାକୁ ପୁଣିଥରେ ସ୍ବୀକୃତି ପ୍ରଦାନ କାରଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ, ଆଗତ ହୋଇପାରେ ୬ ବିଲ୍‌

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ଆସନ୍ତା ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ଦିନ…

୨୪ ଯାଏ ଏହି ଜିଲାରେ ସ୍କୁଲ୍‌ ଛୁଟି ଘୋଷଣା, ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର,୨୨।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ…

ଦିଲ୍ଲୀ ଲଜ୍ଜା: ମନ୍ଦିର ନିକଟରେ ନାବାଳିକାଙ୍କୁ ଗଣବଳାତ୍କାର; ପୋଲିସ କର୍ମଚାରୀ ସାଜି ଆସିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୨।୯: ଦିଲ୍ଲୀର କାଲକାଜୀ ମନ୍ଦିର ନିକଟରେ ଜଣେ ୧୭ ବର୍ଷୀୟା ଯୁବତୀଙ୍କ ସହ ଗଣ-ବଳାତ୍କାରର ଏକ ଜଘନ୍ୟ ଘଟଣା ଘଟିଛି। ଏହି ଘଟଣାରେ ସମ୍ପୃକ୍ତ ତିନିଜଣ ଅଭିଯୁକ୍ତଙ୍କ…

ଫୁଟ୍‌ପାଥରୁ ବି ବିଦା

ଭାରତୀୟ ଅର୍ଥନୀତି ୮ ନଭେମ୍ବର ୨୦୧୬ରେ ବିମୁଦ୍ରୀକରଣ ପରେ ଏପରି ତଳକୁ ଖସିଯାଇଛି ଯେ, ତାହା ଆଜିଯାଏ ସଳଖି ଠିଆ ହୋଇପାରୁନାହିଁ। ସେତେବେଳେ ସୂକ୍ଷ୍ମ, କ୍ଷୁଦ୍ର ଓ…

ବାତିଲ ହେବ ଭାରତ-ଜାପାନ T20 ମ୍ୟାଚ? ପାଣିପାଗକୁ ନେଇ ବଢିଲା ଚିନ୍ତା

ନୂଆଦିଲ୍ଲୀ,୨୨।୯: ଭାରତ ଏବଂ ଜାପାନ ମଧ୍ୟରେ ଏକମାତ୍ର ଟି-୨୦ ମ୍ୟାଚ ମଙ୍ଗଳବାର (ସେପ୍ଟେମ୍ବର ୨୨) ଦିନ ଜାପାନର ସାନୋ ସ୍ଥିତ ସାନୋ ଇଣ୍ଟରନେସନାଲ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବାର…

ଓଡ଼ିଶାରେ SIR ପରେ ୨୦.୫୭ ଲକ୍ଷ ଭୋଟରଙ୍କ ନାଁ ବାଦ୍‌, ପ୍ରକାଶ ପାଇଲା ଚୂଡ଼ାନ୍ତ ତାଲିକା

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାରେ ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟା ଶେଷ ହେବା ପରେ ଭୋଟର ତାଲିକାରୁ ମୋଟ ୨୦ ଲକ୍ଷ ୫୭ ହଜାର ୩୩୪ ଭୋଟରଙ୍କ…

ବୈଜ୍ଞାନିକଙ୍କ ବଡ଼ ଆବିଷ୍କାର, ଦୁଇ ସ୍ୱାଧୀନ ଅଙ୍ଗ ଭାବେ ବିକଶିତ ହୋଇଛି ମଣିଷର ମସ୍ତିଷ୍କ!

ନୂଆଦିଲ୍ଲୀ,୨୨।୯(ପି.ଟି.): ମନୁଷ୍ୟ ମସ୍ତିଷ୍କକୁ ସାଧାରଣତଃ ଏକ ଏକକ ଅଙ୍ଗ ବୋଲି ବିବେଚନା କରାଯାଉଥିବା ବେଳେ ଏହା ଲକ୍ଷ ଲକ୍ଷ ବର୍ଷ ମଧ୍ୟରେ ଦୁଇଟି ସ୍ବାଧୀନ ଅଙ୍ଗ ଭାବରେ…

Asian Games 2026: ପାକିସ୍ତାନକୁ ଦୁଇଥର ହରାଇବା ସହ ବାଂଲାଦେଶକୁ ଶୋଚନୀୟ ଭାବେ ପରାସ୍ତ କରି ୪ ପଦକ ଜିତିଲା ଭାରତ

କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ତୃତୀୟ ଦିନ, ଅର୍ଥାତ ସୋମବାର (ସେପ୍ଟେମ୍ବର ୨୧), ଭାରତୀୟ ଦଳ ପାଇଁ ଅତ୍ୟନ୍ତ ସଫଳ ରହିଥିଲା ଏବଂ ଦଳ ମୋଟ ଚାରୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?