ପାରିବାରିକ କଳହରୁ ଆତ୍ମହତ୍ୟା ଅଭିଯୋଗ

ହିଞ୍ଜିଳିକାଟୁ,୨୪।୭(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ରାଜାତୋଟା ସାହିର ଜଣେ ବ୍ୟକ୍ତି ମଙ୍ଗଳବାର ପରିବାରବର୍ଗଙ୍କ ଅନୁପସ୍ଥିତିରେ ଦଉଡ଼ି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଲେ ଏ. ଲକ୍ଷ୍ମୀ ନାରାୟଣ ଆଚାରୀ (୪୫)। ସେ ରାସ୍ତା କଡ଼ରେ ଫାଷ୍ଟଫୁଡ୍‌ ଦୋକାନ କରି ଗୁଜରାଣ ମେଣ୍ଟାଉଥିଲେ। ବେପାରରେ ତାଙ୍କ ସ୍ତ୍ରୀ ସହଯୋଗ କରୁଥିଲେ। କିଛିଦିନ ଧରି ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ମନାନ୍ତର ହେତୁ ସେ ବେପାର କରିବାକୁ ଯାଉ ନ ଥିଲେ ବୋଲି ଶୁଣିବାକୁ ମିିଳିଛି। ତାଙ୍କର ସ୍ତ୍ରୀ ଉକ୍ତ ବେପାର ସମ୍ଭାଳୁଥିଲେ। ମଙ୍ଗଳବାର ରାତିରେ ମହିଳା ଜଣକ ଦୋକାନ ବନ୍ଦ କରି ଘରକୁ ଫେରି ସ୍ବାମୀଙ୍କୁ ଫ୍ୟାନ୍‌ରେ ଝୁଲୁଥିବା ଦେଖିଥିଲେ। ଏଥିନେଇ ସାହିପଡ଼ିଶାଙ୍କୁ ମହିଳା ଜଣକ ଜଣାଇବା ପରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଥିଲା। ପୋଲିସ ପକ୍ଷରୁ ବୁଧବାର ମୃତଦେହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର  ଡାକ୍ତରଖାନା ପଠାଯାଇଥିଲା। ବ୍ୟବଚ୍ଛେଦ ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। କେସ ନଂ ୧୬/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇ ଘଟଣାର ତଦନ୍ତ ଚାଲିଥିବା ଆଇଆଇସି ଅଭିମନ୍ୟୁ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri