ପାରିବାରିକ କଳହରୁ : ୨ ଝିଅଙ୍କୁ ଧରି ଟ୍ରେନ ଆଗକୁ ଡେଇଁଲେ ମା’

ବ୍ରହ୍ମପୁର ଅଫିସ,୧୨ା୧୦-ବ୍ରହ୍ମପୁର ରେଳଷ୍ଟେଶନ ନିକଟରେ ଶୁକ୍ରବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ଜଣେ ମହିଳା ତାଙ୍କ ୨ ଝିଅଙ୍କୁ ଧରି ଟ୍ରେନ ଆଗକୁ ଡେଇଁ ପଡ଼ିଥିଲେ। ଟ୍ରେନରେ କଟି ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଝିଅ ଗୁରୁତର ଆହତ ହୋଇଛନ୍ତି। ମୃତ ମହିଳା ଜଣକ ହେଲେ ବଡ଼ଗଡ଼ ଥାନା ମଚ୍ଛାକୋଟ ଗ୍ରାମର ରମା ଭଞ୍ଜ। ଦୁଇ ଝିଅ ପ୍ରିୟା (୧୧) ଓ ରିୟା (୮)ଙ୍କୁ ଜିଆର୍‌ପି ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇଥିଲା। ପ୍ରିୟାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଅଧିକ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ରମାଙ୍କ ମୃତଦେହକୁ ପୋଲିସ ଜବତ କରିଛି। ଏ ନେଇ ଜିଆର୍‌ପି ଥାନାରେ ନଂ. ୪୭/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି। ଅନ୍ୟପଟେ ବଡ଼ଗଡ଼ ଥାନା ପୋଲିସ ରମାଙ୍କ ସ୍ବାମୀ ଉତ୍ସବ ଭଞ୍ଜଙ୍କୁ ଅଟକ ରଖି ଘଟଣାର ତଦନ୍ତ ଚଳାଇଛି।
ଶାଶୁଘରେ ରମାଙ୍କୁ ନିର୍ଯାତନା ଦିଆଯାଉଥିଲା। ଯୌତୁକ ପାଇଁ ସ୍ବାମୀ ଉତ୍ସବ ସବୁବେଳେ ତାଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଇ ଆସୁଥିଲେ। ଏ ନେଇ ରମା ପୂର୍ବରୁ ବଡ଼ଗଡ଼ ଥାନାରେ ଅଭିଯୋଗ କରିଥିଲେ। ମାତ୍ର ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନ ଥିଲା। ନିର୍ଯାତନା ଅସହ୍ୟ ହେବାରୁ ରମା ଗୁରୁବାର ପୁଣି ଥାନାକୁ ଯାଇ ସ୍ବାମୀଙ୍କ ବିରୋଧରେ ଅଭିଯୋଗ କରିଥିଲେ। ଉତ୍ସବ ଏଥିରେ ଉତକ୍ଷିପ୍ତ ହୋଇ ରମାଙ୍କୁ ମାରଧର କରିଥିଲେ। ତେଣୁ ରମା ୨ ଝିଅଙ୍କୁ ନେଇ ଶୁକ୍ରବାର ସକାଳେ ବ୍ରହ୍ମପୁର ପଳାଇ ଆସିଥିଲେ। ପିଲାଙ୍କୁ ଧରି ସେ ଆତ୍ମହତ୍ୟା କରିବେ ବୋଲି ସ୍ଥିର କରି ନେଇଥିଲେ। ବ୍ରହ୍ମପୁର ଷ୍ଟେଶନ ନିକଟରେ ୨ ଝିଅ ପ୍ରିୟା ଓ ରିଆଙ୍କୁ ଧରି ରମା ଏକ ଟ୍ରେନ ଆଗକୁ ଡେଇଁ ପଡ଼ିଥିଲେ। ଫଳରେ ଘଟଣାସ୍ଥଳରେ ରମାଙ୍କର ମୃତ୍ୟୁ ଘଟିଥିଲା। କୌଣସି ପ୍ରକାରେ ମୃତ୍ୟୁମୁଖରୁ ବର୍ତ୍ତିଯାଇଥିଲେ ମଧ୍ୟ ପ୍ରିୟାଙ୍କ ମୁଣ୍ଡରେ ଆଘାତ ଲାଗିଥିବା ବେଳେ ରିୟାଙ୍କ ପାପୁଲି କଟିଯାଇଥିଲା। ଖବରପାଇ ଜିଆରପି ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ସେମାନଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇଥିଲା । ଗୁରୁତର ପ୍ରିୟା ଘଟଣା ସମ୍ପର୍କରେ ପୋଲିସକୁ କହିଥିଲେ। ଏ ନେଇ ଆସିକା ଏସଡିପିଓ ସୂର୍ଯ୍ୟମଣି ପ୍ରଧାନ କହିଛନ୍ତି, ଗୁରୁବାର ରମା ବଡ଼ଗଡ଼ ଥାନାକୁ ଆସି ତାଙ୍କ ସ୍ବାମୀଙ୍କ ବିରୋଧରେ ଅଭିଯୋଗ କରିଥିଲେ। ତାହାକୁ ଆଧାର କରି ନଂ.୨୨୦/୧୯ରେ ଏକ ଯୌତୁକଜନିତ ନିର୍ଯାତନା ମାମଲା ରୁଜୁ କରାଯାଇଛି। ଅଭିଯୁକ୍ତ ସ୍ବାମୀ ଉତ୍ସବଙ୍କୁ ଅଟକ ରଖାଯାଇ ପଚରାଉଚୁରା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ…

ଜନଗଣନା ହ୍ୟାଣ୍ଡବୁକ: ଜିଲାରେ ୨୩୭ ଅଧିକାରୀ ନେଲେ…

ଭଞ୍ଜନଗର,୩ା୭(ବାବୁଲା ପ୍ରଧାନ): ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ଉପଖଣ୍ଡସ୍ତରୀୟ ଜନଗଣନା ଅବସରରେ ଜିଲା ଜନଗଣନା ପୁସ୍ତିକା ପ୍ରସ୍ତୁତିକୁ ସୂଚାରୁ ଓ ତ୍ରୁଟିମୁକ୍ତ କରିବା ଉଦ୍ଦେଶ୍ୟରେ ପ୍ରଶିକ୍ଷଣ…

ଡ୍ରାଇଭରଙ୍କ ରହସ୍ୟମୟ ନିଖୋଜ ଘଟଣା: ଏ ଥାନାରୁ ସେ ଥାନାକୁ ଦୌଡିଦୌଡି ବଞ୍ଚାଇ ପାରିଲେନି ସ୍ତ୍ରୀ, ଶେଷରେ…

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ଗତ ୯ ଦିନ ହେଲା  ରହସ୍ୟଜନକ ଭାବେ ନିଖୋଜ …

କମ୍ପାନୀରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବିଧାୟକଙ୍କ ସମୀକ୍ଷା, ମନମୁଖୀ କାର୍ଯ୍ୟ ନେଇ…

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍‌ଇଏଲ୍‌) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ: ଗ୍ରାମୀଣ ରୋଜଗାର ନୂଆ ଗ୍ୟାରେଣ୍ଟି

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାସ୍ତରୀୟ ଜନସମ୍ମିଳନୀ ଓ ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri