ପାରିବାରିକ କଳହ: ସ୍ତ୍ରୀଙ୍କ ଆତ୍ମହତ୍ୟା ପରେ ଜୀବନ ହାରିଲେ ସ୍ବାମୀ

ଖୋର୍ଦ୍ଧା ଅଫିସ, ୪।୧୦: ଖୋର୍ଦ୍ଧା ଜିଲା ବାଣପୁର ଥାନା ନଇରି ପଞ୍ଚାୟତ ସାନ-ନଇରି ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କ ଆତ୍ମହତ୍ୟା ପରେ ସ୍ବାମୀ ବେକରେ ରଶି ଲଗାଇ ଜୀବନ ହାରିଛନ୍ତି। ମୃତକଦ୍ୱୟ ହେଲେ ସନା ସାହୁ ଓ ସ୍ତ୍ରୀ ଶିବାନୀ ସାହୁ।
ପ୍ରକାଶ ଯେ, ନଇରି ଗାଁର ସନା ରାଜମିସ୍ତ୍ରୀ ଭାବେ କାମ କରୁଥିଲେ। ଏହା ମଧ୍ୟରେ କଣାସ ବ୍ଲକ ବିଜିପୁର ଗ୍ରାମର ଶିବାନୀଙ୍କ ସହ ତାଙ୍କର ଦେଖା ହୋଇଥିଲା। ପରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ିଉଠିଥିଲା। ୫ ମାସ ପୂର୍ବେ ଦୁହେଁ ପ୍ରେମ ବିବାହ କରିଥିଲେ। ବିବାହ ପରଠାରୁ ସ୍ତ୍ରୀସ୍ବାମୀଙ୍କ ମଧ୍ୟରେ କଳହ ଲାଗିରହୁଥିଲା। ଗୁରୁବାର କୌଣସି କାରଣକୁ ନେଇ ଉଭୟଙ୍କ ମଧ୍ୟରେ ଝଗଡ଼ା ହେବାରୁ ଶିବାନୀ ରଶି ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସନାତନ ମୃତଦେହକୁ ନିଜ ଘରକୁ ନେଇ ରଖିଥିଲେ। ପରେ ନିଜେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାରକରି ବ୍ୟବଚ୍ଛେଦ ଲାଗି ପଠାଇବା ସହ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ବନ ବିଭାଗ ପ୍ରକଳ୍ପରୁ ସାମଗ୍ରୀ ଚୋରି: ପାଣି ମୋଟର-ସୋଲାର ପ୍ୟାନେଲ ଜବତ, ଜେଲ୍‌ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ପଞ୍ଚାୟତ ଅନ୍ତର୍ଗତ ସଅଁଢେପ ଗ୍ରାମର ଏକ ବନ ବିଭାଗ ଜଳାଶୟ ପ୍ରକଳ୍ପରୁ ବିଭିନ୍ନ ସାମଗ୍ରୀ ଚୋରି…

ଭଞ୍ଜନଗରରେ ଖରିଫ୍ ଧାନକିଣା: ଅଗଷ୍ଟ ୩୧ ପର୍ଯ୍ୟନ୍ତ ଚାଲିବ ପଞ୍ଜୀକରଣ, ତାଲିମ୍ ଶିବିରରେ…

ଭଞ୍ଜନଗର,୧୨।୮(ବାବୁଲା ପ୍ରଧାନ)- ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଖରିଫ୍ ଧାନକିଣା ପାଇଁ ଚାଷୀ ପଞ୍ଜୀକରଣ ଉପରେ ଏକ ଉପଖଣ୍ଡସ୍ତରୀୟ…

ଆଉ ନାହାନ୍ତି ଖେଳ ଶିକ୍ଷକ ଲକ୍ଷ୍ମୀଧର, ହାଟଡିହୀରେ ଶୋକର ଛାୟା

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ହାଇସ୍କୁଲର ପୂର୍ବତନ ଖେଳ ଶିକ୍ଷକ ଲକ୍ଷ୍ମୀଧର ପହିଙ୍କର ୮୨ ବର୍ଷ ବୟସରେ ପରଲୋକ ଘଟିଛି। କିଛିଦିନ ହେବ ସେ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri