ପାରିବାରିକ କଳିର କରୁଣ ପରିଣତି: ବାପା ଠେଙ୍ଗା ମାଡ଼ରେ ୪ବର୍ଷର ପୁଅ ମୃତ, ସ୍ତ୍ରୀ ଗୁରୁତର

ଯୋଡ଼ା,୩୦।୯(ଡି.ଏନ.ଏ.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ପିଢପୋଖରୀ ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି ା ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ଯୁବକଙ୍କ ଠେଙ୍ଗା ମାଡ଼ରେ ତାଙ୍କ ୪ବର୍ଷ ପୁଅଙ୍କ ମୃତ୍ୟୁ ଘଟିଛି । ସ୍ତ୍ରୀ ଗୁରୁତର ହୋଇଛନ୍ତି । ପୋଲିସ ଏକ ମାମଲା(ନଂ.୧୨୭/୧୯) ରୁଜୁ କରି ତଦନ୍ତ ଆରମ୍ଭ କରିଛି । ମୃତଦେହ ବ୍ୟବଚ୍ଛେଦ ପରେ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି । ଅଭିଯୁକ୍ତ ବାପା ଫେରାର ଅଛନ୍ତି । ପୋଲିସ ତାଙ୍କୁ ଗିରଫ ପାଇଁ ତନାଘନା ଚଳାଇଛି ।
ମିଳିଥିବା ସୂଚନା ଅନୁଯାୟୀ, ପିଢପୋଖରୀ ଗ୍ରାମରେ ରହୁଥିବା ରାମ ମୁଣ୍ଡାଙ୍କ ସହ ତାଙ୍କ ସ୍ତ୍ରୀ ସରୋଜିନୀଙ୍କ କୌଣସି କାରଣରୁ ରବିବାର ସନ୍ଧ୍ୟାରେ ଝଗଡ଼ା ଲାଗିଥିଲା । ଏହି ପାରିବାରିକ କଳି ଶେଷରେ ଉଗ୍ରରୂପ ଧାରଣ କରିଥିଲାା ଏଥିରେ ଉତ୍‌କ୍ଷିପ୍ତ ହୋଇ ରାମ ଏକ ଠେଙ୍ଗାରେ ସରୋଜିନୀଙ୍କୁ ପିଟି ଚାଲିଥିଲେ ା ସରୋଜିନୀଙ୍କ ଚିତ୍କାର ଶୁଣି ଘରେ ଖେଳୁଥିବା ତାଙ୍କ ୪ ବର୍ଷର ପୁଅ ମା’ଙ୍କ ପାଖକୁ ଦୌଡି ଆସିଥିଲେ । ହେଲେ ରାମଙ୍କ ଠେଙ୍ଗା ମାଡ଼ରୁ ସେ ବର୍ତ୍ତି ପାରି ନ ଥିଲେ। ରାମଙ୍କ ଠେଙ୍ଗା ମାଡ଼ରେ ଉଭୟ ମା’ ଓ ପୁଅ ଗୁରୁତର ହୋଇଥିଲେ । ସ୍ଥାନୀୟ ଲୋକେ ଉଭୟଙ୍କୁ ଉଦ୍ଧାର କରି କେନ୍ଦୁଝର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ସୋମବାର ସକାଳେ ପୁଅଙ୍କ ମୃତ୍ୟୁ ଘଟିଥିବା ଥାନା ଅଧିକାରୀ ପରେଶ କୁମାର ମହାନ୍ତି କହିଛନ୍ତି । ସରୋଜିନୀ ସେଠାରେ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri