ପାର୍କିଂକୁ ନେଇ ଯୁବକଙ୍କୁ ଆକ୍ରମଣ, ଜଣେ ଗରିଫ

ଭୁବନେଶ୍ୱର,୬।୩(ବ୍ୟୁରୋ): ଗାଡି ପାର୍କିଂକୁ ନେଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ନୂଆପଲ୍ଲୀ ଥାନା ପୋଲିସ ଜଣେ ବାଇକ୍‌ ଚାଳକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ ଜିଲାର ରାଜେନ୍ଦ୍ର ନାୟକ(୩୦)। ସେ ସାଲିଆସାହି ଏକାମ୍ରବିହାରରେ ରୁହନ୍ତି। ରାଜେନ୍ଦ୍ରଙ୍କୁ ଗୁରୁବାର କୋର୍ଟ ଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଝାରପଡା ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି। ସେହିଭଳି ଆକ୍ରମଣ ଘଟଣାରେ ଫେରାର ଥିବା ୩ ଜଣଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ତଦନ୍ତକାରୀ ଅଧିକାରୀ ସୂଚନା ଦେଇଛନ୍ତି।
ପୋଲିସ ସୂଚନା ଅନୁସାରେ, ନୂଆପଲ୍ଲୀ ଥାନା ନିକଟ ଆଇଡି ମାର୍କେଟରେ ରହିଥିବା ଶୋରୁମ ସମ୍ମୁଖରେ ବାଇକ୍‌ ପାର୍କିଂ କରିଥିଲେ ରାଜେନ୍ଦ୍ର କୁମାର ନାୟକ। ପରେ ରାଜେନ୍ଦ୍ର ଜିନିଷପତ୍ର କିଣାକିଣି କରି ବାଇକ୍‌ ନେବାକୁ ଆସିବା ବେଳେ ପାର୍କିଂ ଫି କାଟିଥିବା ନୂଆପଲ୍ଲୀ ଗଉଡସାହିର ରାଜେଶ କୁମାର ଦାସ(୩୨) ଟଙ୍କା ମାଗିଥିଲେ। ରାଜେନ୍ଦ୍ର ପାର୍କିଂ ଟଙ୍କା ଦେବାକୁ ମନା କରିବାରୁ ଦୁହିଁଙ୍କ ମଧ୍ୟରେ ଝଗଡା ହୋଇଥିଲା। ପରେ ରାଜେନ୍ଦ୍ର ତାଙ୍କର ୩ ଜଣ ସାଙ୍ଗକୁ ଡାକି ଘଟଣାସ୍ଥଳରେ ପୁଣି ପହଞ୍ଚତ୍ ଏକ ଲୁହା ରଡରେ ପାର୍କିଂ କର୍ମଚାରୀ ରାଜେଶଙ୍କୁ ଆକ୍ରମଣ କରିଥିଲେ। ଆକ୍ରମଣରେ ରାଜେଶ ଗୁରୁତର ହୋଇପଡିଥିଲେ। ଥାନାରେ ରାଜେଶ ଅଭିଯୋଗ କରିବା ପରେ ପୋଲିସ ନଂ. ୧୨୩/୨୦ରେ ମାମଲା ରୁଜୁ କରି ଅଭିଯୁକ୍ତ ରାଜେନ୍ଦ୍ରଙ୍କୁ ଗିରଫ କରିଛି। ତାଙ୍କର ୩ ସାଙ୍ଗ ଫେରାର ହୋଇଯାଇଛନ୍ତି। ସେମାନଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri