ପାର୍କିଂ ୟାର୍ଡରୁ ଟ୍ରେଲର ହେଲ୍‌ପରଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କଳିଙ୍ଗନଗର,୬।୧୨ (ଡି.ଏନ୍‌.ଏ.)- କଳିଙ୍ଗନଗର ଶିଳ୍ପାଞ୍ଚଳ ସାତବାଇଁଶିଆ ଛକ ନିକଟ ଏକ ଘରୋଇ ଟ୍ରକ୍‌ ପାର୍କିଂ ୟାଡ୍‌ରୁ ଗୁରୁବାର ଦାନଗଦୀ ପୋଲିସ ଜଣେ ଟ୍ରେଲର ହେଲ୍‌ପରଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ଜଣ ହେଲେ ବିହାରର କୁମୁଡା ଥାନା ସିତାମ୍ବରୀ ଜିଲା ବିସିନିପୁର ଗ୍ରାମର ପାରସନାଥ ମିଶ୍ରାଙ୍କ ପୁଅ ବିଚୁ ମିଶ୍ରା(୩୨) । ଏ ନେଇ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ.୪୧୯/୧୯) ରୁଜୁକରି ଦାନଗଦୀ ଡାକ୍ତରଖାନାରେ ବ୍ୟବଚ୍ଛେଦ କରି ତଦନ୍ତ ଚଳାଇଛି। ପ୍ରକାଶ ଯେ, ବୁଧବାର ରାତିରେ ପାର୍କିଂ ୟାର୍ଡରେ ଥିବା ମାଲ ବୋଝେଇ ଟ୍ରେଲ୍‌ର (ଓଡି୧୯ପି ୫୯୩୧) ତଳୁ ଦୁର୍ଗନ୍ଧ ବାହାରୁଥିଲା। ଅନ୍ୟ ଗାଡି ଡ୍ରାଇଭରମାନେ ଘଟଣାସ୍ଥଳରେ ପହଞ୍ଚତ୍ବା ପରେ ଏକ ମୃତଦେହ ପଡିଥିବା ଦେଖିଥିଲେ। ଏ ନେଇ ସୁରକ୍ଷା କର୍ମୀଙ୍କୁ ଜଣାଇଥିଲେ। ପରେ ସୁରକ୍ଷା କର୍ମୀ ଦାନଗଦୀ ପୋଲିସକୁ ଅବଗତ କରିଥିଲେ। ଖବର ପାଇ ଦାନଗଦୀ ଫାଣ୍ଡି ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରିଥିଲା। ତେବେ ପାର୍କିଂ ୟାର୍ଡରେ କଡ଼ାକଡି ସୁରକ୍ଷା ବ୍ୟବସ୍ଥା ରହିଥିଲେ ମଧ୍ୟ ହେଲ୍‌ପରଙ୍କ ମୃତ୍ୟୁ ବିଷୟରେ କେହି ନ ଜାଣି ପାରିବା ନେଇ ସାଧାରଣରେ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଅପରପକ୍ଷେ ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଟ୍ରେଲର ଡ୍ରାଇଭର ଫେରାର ଥିବାରୁ ଏହା ଏକ ହତ୍ୟାକାଣ୍ଡ ହୋଇଥାଇପାରେ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି। ସୂଚନାଯୋଗ୍ୟ, ଗତ ବର୍ଷ ମଧ୍ୟ ଏଠାରେ ଜଣେ ଟ୍ରେଲର ହେଲ୍‌ପରଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

କୋରାପୁଟରେ ରଜ ମହୋତ୍ସବ

କୋରାପୁଟ,୧୪।୬(ଅମିତାଭ ବେହେରା ): ଓଡ଼ିଶାର ଗଣପର୍ବ ରଜର ଉତ୍ସାହ ଏବେ ଗାଁଠୁ ସହର ସବୁଠି ପରିଲକ୍ଷିତ ହେଉଛି। ଏହି ପରିପ୍ରେକ୍ଷୀରେ କୋରାପୁଟ ସ୍ଥିତ ସ୍ଥାନୀୟ ଦକ୍ଷତା ବୃଦ୍ଧି…

ନାଳରୁ ମିଳିଲା ମୃତଦେହ: କାରଣ ଖୋଜୁଛି ପୋଲିସ

ବଞ୍ଚୋ,୧୪।୬:(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ନାନିକାବାହାଳି ଗ୍ରାମ ନିକଟସ୍ଥ ଗଣ୍ଡନାଳରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri