Posted inଜାତୀୟ

ପାର୍ଲାମେଣ୍ଟରେ ଉନ୍ନାଓ ଝଡ଼

ବଳାତ୍କାର କରି ଜେଲ୍‌ ଯାଇଥିଲେ। ଜାମିନରେ ଫେରି ଜାଳିଦେଲେ। ମାନବିକତାକୁ ଲଜ୍ଜିତ କରି ସଭ୍ୟ ସମାଜର ମୁଣ୍ଡ ତଳକୁ କରିଦେବା ଭଳି ପୁଣି ଏକ ବର୍ବରକାଣ୍ଡ ଘଟିଛି ଉତ୍ତରପ୍ରଦେଶର ଉନ୍ନାଓରେ। ଜଣେ ବଳାତ୍କାର ପୀଡ଼ିତାଙ୍କୁ ଗୁରୁବାର ସକାଳେ ନିଆଁରେ ଜାଳି ମାରିଦେବା ପାଇଁ ଉଦ୍ୟମ କରିଛନ୍ତି ଅଭିଯୁକ୍ତମାନେ। ପୀଡ଼ିତାଙ୍କ ଶରୀରର ୯୦ ପ୍ରତିଶତ ପୋଡ଼ି ହୋଇଯାଇଥିବାରୁ ଅବସ୍ଥା ସଙ୍କଟାପନ୍ନ ରହିଛି। ତାଙ୍କୁ ଅଧିକ ଚିକିତ୍ସା ପାଇଁ ଏକ ବିମାନରେ ଦିଲ୍ଲୀର ସଫ୍‌ଦରଜଙ୍ଗ ହସ୍ପିଟାଲକୁ ନିଆଯାଇଛି। ସେପଟେ ମାମଲାର ମୁଖ୍ୟ ଅଭିଯୁକ୍ତ ଆମତ୍ସମର୍ପଣ କରିଥିବାବେଳେ ଅନ୍ୟ ୪ ଅଭିଯୁକ୍ତଙ୍କୁ ଗିରଫ କରି ତନାଘନା କରୁଛି ପୋଲିସ। ହାଇଦ୍ରାବାଦର ମହିଳା ପ୍ରାଣୀ ଚିକିତ୍ସକଙ୍କୁ ବଳାତ୍କାର ଓ ହତ୍ୟା ପରେ ପୋଡ଼ିଦିଆଯିବା ଘଟଣାକୁ ନେଇ ସାରା ଦେଶରେ ଜନାକ୍ରୋଶ ଲାଗିରହିଥିବାବେଳେ ଦିନକୁ ଦିନ ଯୌନ ବିକୃତ ପୁରୁଷଙ୍କ ନୂଆ ନୂଆ ବର୍ବରତା ସାମ୍ନାକୁ ଆସିବାରେ ଲାଗିଛି। ଏହିକ୍ରମରେ ୨୦୧୭ରେ ତତ୍କାଳୀନ ଭାଜପା ବିଧାୟକ କୁଲଦୀପ ସିଂ ସେନ୍‌ଗାରଙ୍କ କାର୍‌ନାମାକୁ ନେଇ ଚର୍ଚ୍ଚାରେ ଥିବା ଉନ୍ନାଓ ପୁଣିଥରେ ମୁଣ୍ଡାଇଛି ବଦନାମର କଳଙ୍କ।

ନୂଆଦିଲ୍ଲୀ,୬।୧୨(ପି.ଟି./ଆଇଏଏନ୍‌ଏସ୍‌):ଉନ୍ନାଓ ଗଣବଳାତ୍କାର ପୀଡ଼ିତାଙ୍କୁ ପୋଡ଼ି ହତ୍ୟା ଉଦ୍ୟମ କରାଯିବା ନେଇ ଗୁରୁବାର ପାର୍ଲାମେଣ୍ଟରେ ଝଡ଼ ଉଠିଛି। କଂଗ୍ରେସ ସମେତ ବିରୋଧୀ ଦଳଗୁଡ଼ିକ ଉଭୟ ଗୃହରେ କେନ୍ଦ୍ର ଓ ଉତ୍ତରପ୍ରଦେଶ ସରକାରଙ୍କୁ ଘେରିଛନ୍ତି। ପ୍ରବଳ ହଟ୍ଟଗୋଳ ମଧ୍ୟରେ ରାଜ୍ୟ ସଭାକୁ ଅଧଘଣ୍ଟା ପାଇଁ ମୁଲତବୀ କରାଯାଇଥିଲା। ଉଚ୍ଚ ସଦନରେ ଟିକସ ଆଇନ (ସଂଶୋଧନ) ବିଲ୍‌, ୨୦୧୯ ଆଲୋଚନା ଆରମ୍ଭ ହୋଇଥିବାବେଳେ ବିରୋଧୀ ସଦସ୍ୟ ଗୃହର ମଧ୍ୟଭାଗକୁ ଯାଇ ହୋହଲ୍ଲା କରିଥିଲେ। କଂଗ୍ରେସ ନେତା ଆନନ୍ଦ ଶର୍ମା ଉନ୍ନାଓ ପୀଡ଼ିତାଙ୍କ ସମ୍ପର୍କରେ ଆଲୋଚନା ଲାଗି ବିରୋଧୀଙ୍କ ଦାବି ଶୁଣିବା ପାଇଁ ଉପାଧ୍ୟକ୍ଷ ହରିବଂଶଙ୍କୁ ଅନୁରୋଧ କରିଥିଲେ। ହେଲେ ଉପାଧ୍ୟକ୍ଷ ସେମାନଙ୍କ ଦାବିକୁ ଗୁରୁତ୍ୱ ଦେଇ ନ ଥିଲେ। ସମାଜବାଦୀ ପାର୍ଟି ନେତା ରାମଗୋପାଳ ଯାଦବ ୟୁପିର ଆଇନଶୃଙ୍ଖଳା ସ୍ଥିତିକୁ ନେଇ ଯୋଗୀ ସରକାରଙ୍କୁ ଘେରିବା ସହ ରାଜ୍ୟରେ ରାଷ୍ଟ୍ରପତି ଶାସନ ଜାରି ପାଇଁ ଦାବି କରିଥିଲେ। ପରେ ରାଜ୍ୟ ସଭା ଅଧ୍ୟକ୍ଷ ଏମ୍‌. ଭେଙ୍କାୟା ନାଇଡ଼ୁ ମଧ୍ୟ ଏହାକୁ ନିନ୍ଦା କରିଥିଲେ। ସେ ଉତ୍ତରପ୍ରଦେଶ ମୁଖ୍ୟ ଶାସନ ସଚିବଙ୍କ ସହ ଏନେଇ ଆଲୋଚନା କରିଛନ୍ତି। ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଛି ବୋଲି ମୁଖ୍ୟ ଶାସନ ସଚିବ ତାଙ୍କୁ ଅବଗତ କରାଇଛନ୍ତି। ତେବେ କେବଳ ଗିରଫଦାରି ପର୍ଯ୍ୟାପ୍ତ ନୁହେଁ । ଏଭଳି ଘଟଣାରେ ତୁରନ୍ତ ତତ୍ପରତା ସହ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯିବା ଦରକାର ଯେପରି କି ସମାଜ ଓ ଦେଶକୁ ଏକ ସନ୍ଦେଶ ଯିବ ବୋଲି ନାଇଡ଼ୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri