Posted inଜାତୀୟ

ପାର୍ଲାମେଣ୍ଟରେ କଶ୍ମୀର ଝଡ଼

ନୂଆଦିଲ୍ଲୀ,୨୪ା୭(ପି.ଟି.): କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା କରିବା ଲାଗି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋତେ ଅନୁରୋଧ କରିଥିଲେ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ସହ ସୋମବାର ଆଲୋଚନା ବେଳେ କହିବା ଘଟଣାକୁ ନେଇ ଅପ୍ରୀତିକର ପରିସ୍ଥିତି ସୃଷ୍ଟିହୋଇଛି। ମଙ୍ଗଳବାର ଏହି ଘଟଣାକୁ ନେଇ ପାର୍ଲାମେଣ୍ଟରେ ଝଡ଼ ସୃଷ୍ଟିହୋଇଛି। ଉଭୟ ଲୋକ ସଭା ଓ ରାଜ୍ୟ ସଭାରେ ଏହି ପ୍ରସଙ୍ଗକୁ ନେଇ ଗୃହ ବାରମ୍ବାର ମୁଲତବୀ ହେବା, ହଟ୍ଟଗୋଳ ଲାଗି ରହିବା ଭଳି ପରିସ୍ଥିତି ଦେଖିବାକୁ ମିଳିଥିଲା। ଏମିତିକି ବିରୋଧୀ ସଦସ୍ୟମାନେ ଗୃହ ଛାଡ଼ି ପଳାଇଥିଲେ। ପ୍ରଧାନମନ୍ତ୍ରୀ ଏନେଇ ନିଜେ ମନ୍ତବ୍ୟ ଦିଅନ୍ତୁ ବୋଲି ବିରୋଧୀ ଦଳର ସଦସ୍ୟମାନେ ଦାବି କରିଥିଲେ।
ସଭାରେ କଂଗ୍ରେସର ଉପନେତା ଆନନ୍ଦ ଶର୍ମା, ସିପିଆଇ ନେତା ଡି. ରାଜା ଏନେଇ ବିଭିନ୍ନ ପ୍ରଶ୍ନ କରିଥିଲେ। ସିପିଆଇଏମ୍‌, ଆପ୍‌, ଡିଏମ୍‌କେ, ଟିଏମ୍‌ସି, ଏସ୍‌ପି, ବିଏସ୍‌ପି ସଦସ୍ୟମାନେ ମଧ୍ୟ ଏଥିରେ ସାମିଲ ହୋଇଥିଲେ। ତେବେ ପ୍ରଧାନମନ୍ତ୍ରୀ ଏଭଳି କୌଣସି ଅନୁରୋଧ ଟ୍ରମ୍ପଙ୍କୁ କରି ନ ଥିବା ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ସ୍ପଷ୍ଟ କରିଥିଲେ। ଲୋକ ସଭାରେ ମଧ୍ୟ ସମାନ ପରିସ୍ଥିତି ଦେଖିବାକୁ ମିଳିଥିଲା। କଂଗ୍ରେସ ଓ ଅନ୍ୟ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ଏନେଇ ପ୍ରଧାନମନ୍ତ୍ରୀଙ୍କଠାରୁ ଉତ୍ତର ମଗାଯାଇଥିଲା। ଶୂନ୍ୟକାଳରେ କଂଗ୍ରେସ ନେତା ମନୀଷ ତିଓ୍ବାରୀ, ଟିଏମ୍‌ସି ନେତା ସୌଗତ ରାୟ, ଏଆଇଏଡିଏମ୍‌କେ ନେତା ଟି.ଆର୍‌. ବାଲୁ ପ୍ରମୁଖ ସ୍ବର ଉଠାଇ ମୋଦିଙ୍କଠାରୁ ଉତ୍ତର ଦାବି କରିଥିଲେ। ଗୃହରେ ହଟ୍ଟଗୋଳ ହେବା ଯୋଗୁ ଏହାକୁ ବାରମ୍ବାର ମୁଲତବୀ ରଖିବାକୁ ପଡ଼ିଥିଲା। ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଏନେଇ ସରକାରଙ୍କ ପକ୍ଷ ରଖିଥିଲେ। ସରକାର ସ୍ପଷ୍ଟ କରିଥିଲେ ହେଁ ବିରୋଧୀ ଏଥିରେ ସନ୍ତୁଷ୍ଟ ନ ହୋଇ ପ୍ରଧାନମନ୍ତ୍ରୀଙ୍କଠାରୁ ଉତ୍ତର ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍‌! ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

‘୧୦ ବର୍ଷର ପ୍ରାର୍ଥନା ପରେ ଜନ୍ମ ହୋଇଥିଲା ପୁଅ…’, ଦୂଷିତ ପାଣି ପିଇ…

ଇନ୍ଦୋର,୧।୧: ମଧ୍ୟପ୍ରଦେଶର ଇନ୍ଦୋରର ଭାଗୀରଥପୁର ଅଞ୍ଚଳର ମରାଠୀ ମୋହଲ୍ଲାରେ ଦୂଷିତ ପାଣି ପିଇ ଜଣେ ଛଅ ମାସର ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହା...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ବିମାନ ଉଡ଼ାଇବା ପୂର୍ବରୁ ମଦ ପିଇଦେଇଥିଲେ ଏୟାରଇଣ୍ଡିଆ ପାଇଲଟ: ଆଉ ତା’ପରେ…

ଓଟାଓ୍ବା,୧।୧: କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଛି। ଡିସେମ୍ବର ୨୩, ୨୦୨୫ରେ ଭାନକୁଭର-ଦିଲ୍ଲୀ (ଭିଏନା ଦେଇ) ଉଡ଼ାଣ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri