Posted inଜାତୀୟ

ପାର୍ଲାମେଣ୍ଟରେ କଶ୍ମୀର ଝଡ଼

ନୂଆଦିଲ୍ଲୀ,୨୪ା୭(ପି.ଟି.): କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା କରିବା ଲାଗି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋତେ ଅନୁରୋଧ କରିଥିଲେ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ସହ ସୋମବାର ଆଲୋଚନା ବେଳେ କହିବା ଘଟଣାକୁ ନେଇ ଅପ୍ରୀତିକର ପରିସ୍ଥିତି ସୃଷ୍ଟିହୋଇଛି। ମଙ୍ଗଳବାର ଏହି ଘଟଣାକୁ ନେଇ ପାର୍ଲାମେଣ୍ଟରେ ଝଡ଼ ସୃଷ୍ଟିହୋଇଛି। ଉଭୟ ଲୋକ ସଭା ଓ ରାଜ୍ୟ ସଭାରେ ଏହି ପ୍ରସଙ୍ଗକୁ ନେଇ ଗୃହ ବାରମ୍ବାର ମୁଲତବୀ ହେବା, ହଟ୍ଟଗୋଳ ଲାଗି ରହିବା ଭଳି ପରିସ୍ଥିତି ଦେଖିବାକୁ ମିଳିଥିଲା। ଏମିତିକି ବିରୋଧୀ ସଦସ୍ୟମାନେ ଗୃହ ଛାଡ଼ି ପଳାଇଥିଲେ। ପ୍ରଧାନମନ୍ତ୍ରୀ ଏନେଇ ନିଜେ ମନ୍ତବ୍ୟ ଦିଅନ୍ତୁ ବୋଲି ବିରୋଧୀ ଦଳର ସଦସ୍ୟମାନେ ଦାବି କରିଥିଲେ।
ସଭାରେ କଂଗ୍ରେସର ଉପନେତା ଆନନ୍ଦ ଶର୍ମା, ସିପିଆଇ ନେତା ଡି. ରାଜା ଏନେଇ ବିଭିନ୍ନ ପ୍ରଶ୍ନ କରିଥିଲେ। ସିପିଆଇଏମ୍‌, ଆପ୍‌, ଡିଏମ୍‌କେ, ଟିଏମ୍‌ସି, ଏସ୍‌ପି, ବିଏସ୍‌ପି ସଦସ୍ୟମାନେ ମଧ୍ୟ ଏଥିରେ ସାମିଲ ହୋଇଥିଲେ। ତେବେ ପ୍ରଧାନମନ୍ତ୍ରୀ ଏଭଳି କୌଣସି ଅନୁରୋଧ ଟ୍ରମ୍ପଙ୍କୁ କରି ନ ଥିବା ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ସ୍ପଷ୍ଟ କରିଥିଲେ। ଲୋକ ସଭାରେ ମଧ୍ୟ ସମାନ ପରିସ୍ଥିତି ଦେଖିବାକୁ ମିଳିଥିଲା। କଂଗ୍ରେସ ଓ ଅନ୍ୟ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ଏନେଇ ପ୍ରଧାନମନ୍ତ୍ରୀଙ୍କଠାରୁ ଉତ୍ତର ମଗାଯାଇଥିଲା। ଶୂନ୍ୟକାଳରେ କଂଗ୍ରେସ ନେତା ମନୀଷ ତିଓ୍ବାରୀ, ଟିଏମ୍‌ସି ନେତା ସୌଗତ ରାୟ, ଏଆଇଏଡିଏମ୍‌କେ ନେତା ଟି.ଆର୍‌. ବାଲୁ ପ୍ରମୁଖ ସ୍ବର ଉଠାଇ ମୋଦିଙ୍କଠାରୁ ଉତ୍ତର ଦାବି କରିଥିଲେ। ଗୃହରେ ହଟ୍ଟଗୋଳ ହେବା ଯୋଗୁ ଏହାକୁ ବାରମ୍ବାର ମୁଲତବୀ ରଖିବାକୁ ପଡ଼ିଥିଲା। ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଏନେଇ ସରକାରଙ୍କ ପକ୍ଷ ରଖିଥିଲେ। ସରକାର ସ୍ପଷ୍ଟ କରିଥିଲେ ହେଁ ବିରୋଧୀ ଏଥିରେ ସନ୍ତୁଷ୍ଟ ନ ହୋଇ ପ୍ରଧାନମନ୍ତ୍ରୀଙ୍କଠାରୁ ଉତ୍ତର ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳ ସୂତ୍ର ପରେ ଉତ୍ତରାଧିକାର ଟ୍ୟାଙ୍କ ଲଢେଇ, ପିଟ୍ରୋଡାଙ୍କ ବୟାନକୁ ନେଇ ଭାଜପା ଖପ୍ପା, ଜବାବ ରଖିଲା କଂଗ୍ରେସ

ନୂଆଦିଲ୍ଲୀ, ୨୪।୪: ଲୋକ ସଭା ନିର୍ବାଚନକୁ ନେଇ ରାଜନ୍ରେତିକ ମାହୋଲ ବେଶ ସରଗରମ ରହିଛି। କଂଗ୍ରେସ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିକୁ ଭାଜପା ଟାର୍ଗେଟ କଲାବେଳେ...

‘କଂଗ୍ରେସର ଲୁଟ ଜିନ୍ଦେଗିକେ ସାଥ ଭି, ଜିନ୍ଦେଗିକେ ବାଦ ଭି’, ପିଟ୍ରୋଡାଙ୍କ ବୟାନକୁ ନେଇ ମୋଦିଙ୍କ ଜବାବ

ନୂଆଦିଲ୍ଲୀ, ୨୪।୪: କଂଗ୍ରେସର ବରିଷ୍ଠ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଜବାବ ରଖିଛନ୍ତି। ବୁଧବାର (ଏପ୍ରିଲ ୨୪, ୨୦୨୪)...

ଆମେଠୀରୁ ଲଢିବେ ରର୍ବଟ ଭଦ୍ରା! ପୋଷ୍ଟରକୁ ନେଇ ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର ଚାଲିଛି। ଅନ୍ୟପଟେ ଉତ୍ତରପ୍ରଦେଶର ଆମେଠୀ ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିନାହିଁ।...

ଯଦି କଂଗ୍ରେସ କିଛି ନୁହେଁ ତେବେ ମୋଦି ଡରୁଛନ୍ତି କାହିଁକି: ଖାର୍ଗେ

ଥିରୁଭାନନ୍ତପୁରମ,୨୪।୪: ବୁଧବାର କେରଳର ଥିରୁଭାନନ୍ତପୁରମରେ ଏକ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଗତ କିଛି ଦିନ...

ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଗୋଟିଏ ବୟାନ ବଢାଇଲା କଂଗ୍ରେସର ଟେନସନ!

ନୂଆଦିଲ୍ଲୀ,୨୪।୪: ବର୍ତ୍ତମାନ ସମ୍ପତ୍ତି ବଣ୍ଟନ ଏବଂ ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଦେଶରେ ଅନେକ ରାଜନୈତିକ ବାକ୍‌ଯୁଦ୍ଧ ଚାଲିଛି। କିଛି ଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କହିଥିଲେ...

ପୁଣିଥରେ କ୍ଷମା ମାଗିଲେ ବାବା ରାମଦେବ, କହିଲେ ଆଉଥରେ ହେବନି ଭୁଲ

ନୂଆଦିଲ୍ଲୀ,୨୪।୪: ସୁପ୍ରିମକୋର୍ଟଙ୍କ ଭର୍ତ୍ସନା ପରେ ଯୋଗ ଗୁରୁ ବାବା ରାମଦେବ ଏବଂ ପତଞ୍ଜଳି ଆୟୁର୍ବେଦ ଲିମିଟେଡ ପରିଚାଳନା ନିର୍ଦ୍ଦେଶକ (MD) ବାଲକୃଷ୍ଣ ପୁନର୍ବାର ବିଭ୍ରାନ୍ତିକର ବିଜ୍ଞାପନ...

ମୋଦିଙ୍କୁ ଗାଳିଦେଲେ ଘରକୁ ଫେରିବନି: ବିରୋଧୀ ନେତାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଧମକ

ମୁମ୍ବାଇ,୨୪/୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି କେହି ଅପଶବ୍ଦ ବ୍ୟବହାର କଲେ, ତାଙ୍କୁ ଘରକୁ ଫେରିବାକୁ ଦିଆଯିବ ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ ଧମକ ଦେଇଛନ୍ତି।...

ମୁଁ ମୋଦିଙ୍କ ଭେଟିବାକୁ ଚାହେଁ, ମୋତେ ସମୟ ଦିଅନ୍ତୁ: ଖାର୍ଗେ

ନୂଆଦିଲ୍ଲୀ,୨୪।୪: ୨୦୨୪ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ମାନିଫେଷ୍ଟୋରେ ମୁସଲିମ ଲିଗର ଛାପ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri