Posted inଜାତୀୟ

ପାର୍ଲାମେଣ୍ଟରେ ସିଏଏ ଝଡ଼

ନୂଆଦିଲ୍ଲୀ,୬ା୨(ପି.ଟି.):  କେନ୍ଦ୍ର ସରକାରଙ୍କ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବୁଧବାର ପାର୍ଲାମେଣ୍ଟର ଉଭୟ ଗୃହରେ ଝଡ଼ ସୃଷ୍ଟି ହୋଇଛି। ଲୋକ ସଭାରେ ପ୍ରଶ୍ନକାଳରେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ ସିଏଏକୁ ନେଇ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେହିପରି ରାଜ୍ୟ ସଭାରେ ମଧ୍ୟ ବିରୋଧୀ ଦଳ ନେତାମାନେ ଦେଶର ସମ୍ବିଧାନ ବିପଦରେ ଅଛି ବୋଲି କହିବା ସହ ସିଏଏ ବିରୋଧୀ ବିକ୍ଷୋଭକୁ ସମର୍ଥନ କରିଛନ୍ତି।
ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ ଧନ୍ୟବାଦ ପ୍ରସ୍ତାବ ଆଗତ ବେଳେ ବିତର୍କରେ ଭାଗନେଇ କଂଗ୍ରେସ ନେତା ଅଧୀର ରଞ୍ଜନ କହିଛନ୍ତି, ସିଏଏ ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ଏକ ଷଡ଼ଯନ୍ତ୍ର, ଯାହାକୁ ଲୋକେ ଭଣ୍ଡୁର କରିଦେଇଛନ୍ତି। ଆମ ଲୋକମାନେ ତୁମଠାରୁ ସମ୍ବିଧାନକୁ ବଞ୍ଚାଇବା ପାଇଁ ପଦାକୁ ବାହାରୁଛନ୍ତି। ସବୁ ବର୍ଗର ଲୋକ ଏକାଠି ହୋଇ ଏହା ବିରୋଧରେ ଆନ୍ଦୋଳନ ଚଳାଇଛନ୍ତି। ଭାଜପା ପଛଘୁଞ୍ଚା ଦେଇଥିବାରୁ ଏହା ଗଣତନ୍ତ୍ରର ବିଜୟ। ସରକାର ଭାରତକୁ ଦୁର୍ବଳ କରିପାରିବେ ନାହିଁ। ଆମେ ସମସ୍ତେ ଏକାଠି ହୋଇ ଏହି ଦେଶକୁ ଗଢ଼ିଛୁ। ବହୁଳବାଦ ହେଉଛି ଦେଶର ହୃତ୍‌ସ୍ପନ୍ଦନ। ଏହାକୁ ଆମେ ସୁରକ୍ଷା ଦେବା ଉଚିତ ବୋଲି ଅଧୀର କହିଥିଲେ। ସେହିପରି ରାଜ୍ୟ ସଭାରେ ମଧ୍ୟ ଏହି ପ୍ରସଙ୍ଗ ଉଠିଥିଲା। ଭାଜପା ଦେଶର ସାମାଜିକ ସମୀକରଣକୁ ଧ୍ୱଂସ କରିବା ପାଇଁ ଉଦ୍ୟମ କରୁଥିବାରୁ ସମ୍ବିଧାନ ପ୍ରତି ବିପଦ ସୃଷ୍ଟି ହୋଇଛି ବୋଲି ବିରୋଧୀ ଅଭିଯୋଗ ଆଣିଥିଲେ।
ଅଗଷ୍ଟ ୫ରେ କେନ୍ଦ୍ର ସରକାର ଅନୁଚ୍ଛେଦ ୩୭୦ ଉଚ୍ଛେଦ କରିବା ପରଠୁ ଏନ୍‌ସି ନେତା ଫାରୁକ୍‌ ଅବ୍‌ଦୁଲ୍ଲାଙ୍କୁ ଗୃହବନ୍ଦୀ କରି ରଖାଯାଇଛି। ଏହା ପଛରେ ସରକାରଙ୍କ କି ଉଦ୍ଦେଶ୍ୟ ଅଛି ବୋଲି ଏନ୍‌ସିପି, ଡିଏମ୍‌କେ, ଟିଡିପି ଏବଂ ଆର୍‌ଜେଡି ସଦସ୍ୟମାନେ ପ୍ରଶ୍ନ କରିଥିଲେ। ଅନ୍ୟପକ୍ଷରେ ଜମ୍ମୁ-କଶ୍ମୀରର ରାଜ୍ୟ ମାନ୍ୟତା ପ୍ରତ୍ୟାହାର ଓ ନୂଆ ନାଗରିକତ୍ୱ ଆଇନ ଆଣିବା ପଦକ୍ଷେପ ଦେଶ ଓ ଗଣତନ୍ତ୍ରକୁ ମଜଭୁତ କରିଛି ବୋଲି ଭାଜପା ପକ୍ଷରୁ ଜବାବ ଦିଆଯଇଥିଲା। ଏହାସହ ଶାହିନବାଗ ବିକ୍ଷୋଭକୁ ବିରୋଧୀ ଦଳଗୁଡ଼ିକ ସମର୍ଥନ କରୁଥିବାରୁ ଭାଜପା ଏହାର ଦୃଢ଼ନିନ୍ଦା କରିଥିଲା। ସବ୍‌କା ସାଥ୍‌, ସବ୍‌କା ବିକାଶରେ ବିଶ୍ୱାସୀ ଭାଜପା ସରକାର ଦେଶର ସାମାଜିକ ସହବସ୍ଥାନକୁ ସୁନିଶ୍ଚିତ କରୁଛି ବୋଲି ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ ମୁଖ୍‌ତାର ଅବ୍ବାସ ନକ୍‌ଭୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଶ୍ରୀମନ୍ଦିର ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ‘ସମର୍ପଣ’ ନାଁରେ…

ଭୁବନେଶ୍ୱର,୨୦।୨: ବିଧାନସଭାରେ ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍‌ରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପାଇଁ…

ଏହି ଦେଶଗୁଡିକରେ ସାମାନ୍ୟ ଟଙ୍କା ଭଳି କାରାବାର ହେଉଛି ସୁନାରୂପା ମୁଦ୍ରା! ଜାଣନ୍ତୁ କେଉଁଠି…

ଆଜିର ଡିଜିଟାଲ ଯୁଗରେ, ଯେତେବେଳେ ଆମେ ଆମ ପକେଟରେ ଏକ ୱାଲେଟ ବିନା ମୋବାଇଲ ଫୋନରେ QR କୋଡ ସ୍କାନ କରି ସବୁକିଛି କରିଥାଉ। ଆପଣ କ’ଣ…

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ବିଧାନସଭାରେ ବଜେଟ୍‌ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଲେ ଧନ୍ୟବାଦ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ୩ ଲକ୍ଷ ୧୦ ହଜାର…

ବଜେଟ ଉପସ୍ଥାପନ ପୂର୍ବରୁ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ: ସୁବର୍ଣ୍ଣ ଯୁଗ ଆଡ଼କୁ…

ଭୁବନେଶ୍ୱର,୨୦।୨: ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ଆଉ କିଛି ସମୟ ପରେ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri