Posted inଜାତୀୟ

ପାର୍ଲାମେଣ୍ଟ ସରଗରମ: ବିରୋଧୀଙ୍କ କକ୍ଷତ୍ୟାଗ

ନୂଆଦିଲ୍ଲୀ,୧୧ା୭(ପି.ଟି.): କର୍ନାଟକର ରାଜନୈତିକ ଘଟଣାକ୍ରମକୁ ନେଇ କ୍ରମାଗତ ତୃତୀୟ ଦିନ ଧରି ପାର୍ଲାମେଣ୍ଟର ଉଭୟ ଗୃହ ସରଗରମ ହୋଇଛି। ଲୋକ ସଭାରେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ ଶୂନ୍ୟକାଳରେ କହିଥିଲେ, କର୍ନାଟକରେ ଗଣତନ୍ତ୍ରକୁ ହତ୍ୟା କରାଯାଉଛି। ଏହାସହ ସରକାରର ପତନ ପାଇଁ ଷଡ଼ଯନ୍ତ୍ର ରଚାଯାଉଛି ବୋଲି ଅଭିଯୋଗ ଆଣିଥିଲେ। ବାଚସ୍ପତି ଓମ୍‌ ବିର୍ଲା ଏହି ପ୍ରସଙ୍ଗ ଉଠାଇବାକୁ ତାଙ୍କୁ ଅନୁମତି ନ ଦେବାରୁ କଂଗ୍ରେସ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଯାଇ ସ୍ଲୋଗାନ ଦେଇଥିଲେ। ପରେ ସେମାନେ କଂଗ୍ରେସ-ଜେଡିଏସ୍‌ ମେଣ୍ଟ ସରକାର ଭାଙ୍ଗିବା ପାଇଁ ଭାଜପା ଉଦ୍ୟମ ଚଳାଇଛି ବୋଲି ଅଭିଯୋଗ ଆଣି କକ୍ଷତ୍ୟାଗ କରିଥିଲେ। ଟିଏମ୍‌ସି, ଡିଏମ୍‌କେ ଏବଂ ଏନ୍‌ସିପି ସଦସ୍ୟମାନେ ମଧ୍ୟ କଂଗ୍ରେସ ସପକ୍ଷରେ ବାହାରି କକ୍ଷତ୍ୟାଗ କରିଥିଲେ। ମୁମ୍ବାଇର ହୋଟେଲରେ ଥିବା ବିଧାୟକମାନେ ସେମାନଙ୍କ ଜୀବନ ପ୍ରତି ବିପଦ ଥିବା ଆଶଙ୍କା କରି ପୋଲିସକୁ ସୁରକ୍ଷା ମାଗିବା ପରେ ସେଠାରୁ କର୍ନାଟକ ମନ୍ତ୍ରୀ ଡି.କେ. ଶିବକୁମାରଙ୍କୁ ହଟାଯାଇଛି ବୋଲି ଗୃହରେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଜୋଷୀ ସୂଚନା ଦେଇଥିଲେ।
ଏହି ପ୍ରସଙ୍ଗରେ ରାଜ୍ୟ ସଭାରେ ମଧ୍ୟ ଅନୁରୂପ ସ୍ଥିତି ଦେଖିବାକୁ ମିଳିଥିଲା। ଉଚ୍ଚ ସଦନରେ ବଜେଟ ନେଇ ବିତର୍କ ଚାଲିଥିବାବେଳେ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ୩ ଥର ଗୃହକାର୍ଯ୍ୟ ସ୍ଥଗିତ ରଖାଯାଇଥିଲା। କଂଗ୍ରେସ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଯାଇ ‘ଗଣତନ୍ତ୍ରକୁ ହତ୍ୟା ବନ୍ଦ କର’ ଓ ‘ପ୍ରଧାନମନ୍ତ୍ରୀ ଜବାବ ଦିଅ’ ବୋଲି ସ୍ଲୋଗାନ ଦେଇଥିଲେ। ଶେଷରେ ଗୃହକୁ ଦିନକ ପାଇଁ ମୁଲତବୀ ରଖାଯାଇଛି। ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକର କହିଛନ୍ତି, କର୍ନାଟକରେ କଂଗ୍ରେସ ତା’ର ଆଭ୍ୟନ୍ତରୀଣ ସମସ୍ୟାର ସମାଧାନ କରି ନ ପାରି ରାଜ୍ୟ ସଭାକୁ ଚଳାଇ ଦେଉନାହିଁ। ସେହିପରି କେନ୍ଦ୍ରମନ୍ତ୍ରୀ ସଦାନନ୍ଦ ଗୌଡ଼ା କହିଛନ୍ତି, ରାଜ୍ୟପାଳଙ୍କ କୌଣସି ସାମ୍ବିଧାନିକ ନିର୍ଦ୍ଦେଶକୁ ଭାଜପା ମାନିନେବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri