Posted inଜାତୀୟ

ପିଆଜ କିଣିବା ପାଇଁ ଧାଡିରେ ଛିଡା ହୋଇଥିବା ଚାଷୀଙ୍କ ମୃତ୍ୟୁ

ବିଜୟଓ୍ବାଡା,୧୦।୧୨: ସାରା ଦେଶରେ ପିଆଜର ଦରବୃଦ୍ଧି ଲୋକଙ୍କୁ କନ୍ଦାଉଛି। ଏହାର ବର୍ଦ୍ଧିତ ଦର ସିଧାସଳଖ ଲୋକଙ୍କ ପକେଟ ଉପରେ ପଡ଼ୁଛି। ଆନ୍ଧ୍ରପ୍ରଦେଶରେ ସବ୍‌ସିଡିରେ ମିଳୁଥିବା ପିଆଜକୁ କିଣିବା ପାଇଁ ଧାଡିରେ ଠିଆ ହୋଇଥିବା ଜଣେ ବ୍ୟକ୍ତିଙ୍କ ହୃଦ୍‌ଘାତରେ ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ସୋମବାର କୃଷ୍ଣା ଜିଲା ଗୁଡିଓ୍ବାଡାର କସ୍‌ବେରେ ୫୫ବର୍ଷୀୟ କୃଷକ ଆର୍‌ ସମ୍ବେୟା ସବ୍‌ସିଡିରେ ଦିଆଯାଉଥିବା ପିଆଜ ପାଇଁ ଲମ୍ବା ଲାଇନ୍‌ରେ ଛିଡା ହୋଇଥିଲେ। ସେହି ସମୟରେ ତାଙ୍କୁ ହୃଦ୍‌ଘାତ ହେବାରୁ ଅଚେତ୍‌ ହୋଇ ତଳେ ପଡ଼ିଯାଇଥିଲେ। ହସ୍ପିଟାଲକୁ ନିଆଯାଉଥିବା ସମୟରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା। ସମ୍ବେୟାଙ୍କ ପରିବାରରେ ତାଙ୍କ ସ୍ତ୍ରୀ ଓ ୨ସନ୍ତାନ ଅଛନ୍ତି। ତେବେ ପିଆଜ ଦରବୃଦ୍ଧିକୁ ନେଇ ହୋଇଥିବା ମୃତ୍ୟୁ ଘଟଣା ଦେଶରେ ଏହା ପ୍ରଥମ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri