ପିଆଜ ମହଜୁଦ ସୀମାରେ ପୁଣି ପରିବର୍ତ୍ତନ

ନୂଆଦିଲ୍ଲୀ,୧୦-୧୨: ଦେଶରେ ପିଆଜ ଦର କମୁ ନ ଥିବା ବେଳେ ସରକାର ପୁଣି ଥରେ ପିଆଜ ମହଜୁଦ ସୀମରେ ପରିବର୍ତ୍ତନ କରିଛନ୍ତି। ଖୁଚୁରା ବ୍ୟବସାୟୀଙ୍କ ଲାଗି ଏହା ୫ ଟନ୍‌ରୁ ୨ ଟନ୍‌କୁ ହ୍ରାସ ଘଟିଛି। ଦରଦାମ ବୃଦ୍ଧି ଉପରେ ନିୟନ୍ତ୍ରଣ ଜାରି କରିବା ଲାଗି ସରକାର ରାଜ୍ୟଗୁଡିକୁ ନିର୍ଦ୍ଦେଶ ଦେଇଛନ୍ତି। ମହଜୁଦକାରୀଙ୍କ ଉପରେ ନଜର ରଖିବା ସହ କାର୍ଯ୍ୟାନୁଷ୍ଠାନ ନେବାକୁ କୁହାଯାଇଛି। ଚଳିତ ମାସ ପ୍ରାରମ୍ଭିକ ସପ୍ତାହରେ ସରକାର ଖୁଚୁରା ବ୍ୟବସାୟୀଙ୍କ ଲାଗି ମହଜୁଦ ସୀମାକୁ ୧୦ ଟନ୍‌ରୁ ହ୍ରାସ କରି ୫ ଟନ୍‌ କରିଥିଲେ। ସେହିଭଳି ପାଇକାରୀ ବ୍ୟବସାୟୀଙ୍କ କ୍ଷେତ୍ରରେ ଏହା ୫୦ ଟନ୍‌ରୁ କମି ୨୫ ଟନ୍‌ ରହିଥିଲା। ଚାହିଦା ପୂରଣ ଲାଗି କେନ୍ଦ୍ର ସରକାର ବିଦେଶରୁ ୩୬,୦୯୦ ଟନ୍‌ ପିଆଜ ଆମଦାନୀ କରିବାକୁ ଯୋଜନା ରଖିଛନ୍ତି। ଏହା ପୂର୍ବରୁ ସେପ୍ଟେମ୍ବରରେ ପିଆଜ ରପ୍ତାନି ଉପରେ ମଧ୍ୟ କଟକଣା ଲାଗିଛି। ପିଆଜ ଉତ୍ପାଦନକାରୀ ରାଜ୍ୟଗୁଡିକରେ ଉତ୍ପାଦନ ପ୍ରଭାବିତ ହେବାରୁ ଏହାର ପ୍ରଭାବ ବଜାରରେ ଦେଖାଯାଇଛି। ଦେଶର କିଛି ପ୍ରାନ୍ତରେ ପିଆଜ କିଲୋ ପ୍ରତି ଦର ୨୦୦ ଟଙ୍କାକୁ ବୃଦ୍ଧି ଘଟିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପରେ ଡିଜେଲର ପାଳି! ଆରମ୍ଭ ହେବ ବାୟୋ ଡିଜେଲ, ଜାଣନ୍ତୁ କେତେ ପରିମାଣରେ ମିଶିବ…

ନୂଆଦିଲ୍ଲୀ,୨୨।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ (Ethnaol Blending) କୁ ନେଇ ସାରା ଦେଶରେ ବେଶ୍ ହଙ୍ଗାମା ଚାଲିଛି। ଏହି ପେଟ୍ରୋଲ ଯୋଗୁଁ ସେମାନଙ୍କ ଗାଡ଼ି ଖରାପ ହେଉଥିବା…

ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି…

ଏଣିକି ବିନା ଇଣ୍ଟରନେଟ୍‌ରେ ହେବ UPI ପେମେଣ୍ଟ! ଦ୍ରୁତ ଗତିରେ ଚାଲିଛି…

ନୂଆଦିଲ୍ଲୀ,୨୧।୭: UPI ଭାରତରେ ଡିଜିଟାଲ ପେମେଣ୍ଟର ଦୃଶ୍ୟପଟକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛି। ଏବେ ଇଣ୍ଟରନେଟ ସଂଯୋଗ ବିନା ମଧ୍ୟ UPI ପେମେଣ୍ଟ କରିବାର ଏକ ଉପାୟ ଖୋଲିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri