ପିଆରଏମ୍‌ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ: ରୋଗୀଙ୍କୁ ଇଞ୍ଜେକ୍ସନ ଦେଲେ ରୋଷେଇ କର୍ମଚାରୀ

ବାରିପଦା ଅଫିସ,୬ା୧୨- ଆଦିବାସୀ ବହୁଳ ମୟୂରଭଞ୍ଜ ଜିଲାରେ ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ କେନ୍ଦ୍ରୀୟ ଅନୁଦାନରେ ରାଜ୍ୟ ସରକାର ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ ହସପିଟାଲ(ପିଆରଏମ୍‌) ପ୍ରତିଷ୍ଠା କରିଛନ୍ତି। ବୁଧବାର ଏହି ମେଡିକାଲରେ ଚିକିତ୍ସାଧୀନ ଜଣେ ରୋଗୀଙ୍କୁ ମହିଳା ରୋଷେଇ କର୍ମଚାରୀ ଇଞ୍ଜେକ୍ସନ ଦେଇଥିଲେ। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଉକ୍ତ ଘଟଣା ଚର୍ଚ୍ଚାର ବିଷୟ ହୋଇଛି।
ସୂଚନା ଅନୁଯାୟୀ, ବୁଧବାର ଦିନ ବେଳା ପୁରୁଷ ମେଡିସିନ ୱାର୍ଡରେ ଜଣେ ରୋଗୀଙ୍କୁ ଇଞ୍ଜେକ୍ସନ ଦେବା ପାଇଁ ରୋଗୀଙ୍କ ସମ୍ପର୍କୀୟ ଡିଉଟିରେ ଥିବା ନର୍ସଙ୍କୁ ଡାକିଥିଲେ। ତେବେ ନର୍ସ ନିଜେ ନ ଆସି ମେଡିକାଲ କଲେଜରେ ରୋଷେଇ ଦାୟିତ୍ୱରେ ଥିବା ଜଣେ କର୍ମଚାରୀ ଆସି ଇଞ୍ଜେକ୍ସନ ଦେଇଥିଲେ। ଏହି ଘଟଣାକୁ ଜଣେ ବ୍ୟକ୍ତି ନିଜ ମୋବାଇଲ ଫୋନରେ ରେକର୍ଡିଂ କରିଥିଲେ। ସେହି ଭିଡିଓ ଭାଇରାଲ ହେବା ପରେ ଲୋକେ ମେଡିକାଲ କର୍ତ୍ତୃପକ୍ଷଙ୍କ କାର୍ଯ୍ୟକଳାପକୁ ସମାଲୋଚନା କରୁଛନ୍ତି। ଏ ନେଇ ମେଡିକାଲ କଲେଜ ସୁପରିଟେଣ୍ଡଣ୍ଟ ଡା.ବି.ଏନ. ମହାପାତ୍ରଙ୍କୁ ପଚାରିବାରୁ ଏ ସମ୍ପର୍କରେ ଶୁଣିଛି ଓ ଘଟଣା କ’ଣ ହୋଇଛି ତାହା ବୁଝିବି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri