ପିଆରଏମ୍‌ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ: ରୋଗୀଙ୍କୁ ଇଞ୍ଜେକ୍ସନ ଦେଲେ ରୋଷେଇ କର୍ମଚାରୀ

ବାରିପଦା ଅଫିସ,୬ା୧୨- ଆଦିବାସୀ ବହୁଳ ମୟୂରଭଞ୍ଜ ଜିଲାରେ ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ କେନ୍ଦ୍ରୀୟ ଅନୁଦାନରେ ରାଜ୍ୟ ସରକାର ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ ହସପିଟାଲ(ପିଆରଏମ୍‌) ପ୍ରତିଷ୍ଠା କରିଛନ୍ତି। ବୁଧବାର ଏହି ମେଡିକାଲରେ ଚିକିତ୍ସାଧୀନ ଜଣେ ରୋଗୀଙ୍କୁ ମହିଳା ରୋଷେଇ କର୍ମଚାରୀ ଇଞ୍ଜେକ୍ସନ ଦେଇଥିଲେ। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଉକ୍ତ ଘଟଣା ଚର୍ଚ୍ଚାର ବିଷୟ ହୋଇଛି।
ସୂଚନା ଅନୁଯାୟୀ, ବୁଧବାର ଦିନ ବେଳା ପୁରୁଷ ମେଡିସିନ ୱାର୍ଡରେ ଜଣେ ରୋଗୀଙ୍କୁ ଇଞ୍ଜେକ୍ସନ ଦେବା ପାଇଁ ରୋଗୀଙ୍କ ସମ୍ପର୍କୀୟ ଡିଉଟିରେ ଥିବା ନର୍ସଙ୍କୁ ଡାକିଥିଲେ। ତେବେ ନର୍ସ ନିଜେ ନ ଆସି ମେଡିକାଲ କଲେଜରେ ରୋଷେଇ ଦାୟିତ୍ୱରେ ଥିବା ଜଣେ କର୍ମଚାରୀ ଆସି ଇଞ୍ଜେକ୍ସନ ଦେଇଥିଲେ। ଏହି ଘଟଣାକୁ ଜଣେ ବ୍ୟକ୍ତି ନିଜ ମୋବାଇଲ ଫୋନରେ ରେକର୍ଡିଂ କରିଥିଲେ। ସେହି ଭିଡିଓ ଭାଇରାଲ ହେବା ପରେ ଲୋକେ ମେଡିକାଲ କର୍ତ୍ତୃପକ୍ଷଙ୍କ କାର୍ଯ୍ୟକଳାପକୁ ସମାଲୋଚନା କରୁଛନ୍ତି। ଏ ନେଇ ମେଡିକାଲ କଲେଜ ସୁପରିଟେଣ୍ଡଣ୍ଟ ଡା.ବି.ଏନ. ମହାପାତ୍ରଙ୍କୁ ପଚାରିବାରୁ ଏ ସମ୍ପର୍କରେ ଶୁଣିଛି ଓ ଘଟଣା କ’ଣ ହୋଇଛି ତାହା ବୁଝିବି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସିବ ସ୍ବତନ୍ତ୍ର ଯୁବ ବଜେଟ

ଭୁବନେଶ୍ୱର,୨୫।୪(ଅନିଲ ଦାସ)/ହିଞ୍ଜିଳିକାଟୁ(ଦ୍ୱିତୀକୃଷ୍ଣ ପଣ୍ଡା/ଶେରଗଡ଼(ସୂର୍ଯ୍ୟନାରାୟଣ ଦାଶ)ରାଜ୍ୟର ବିକାଶରେ ଯୁବଶକ୍ତିର ଉପଯୋଗ ହେବ। ଯୁବ ବର୍ଗଙ୍କ ପାଇଁ ରାଜ୍ୟରେ ଆସିବ ସ୍ବତନ୍ତ୍ର ଯୁବ ବଜେଟ। ୨୦୨୪ରୁ ୨୦୩୪ ଦଶକ...

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri