ପିଆରଏମ ମେଡିକାଲ କଲେଜ ଅଧୀକ୍ଷକଙ୍କ ବହିଷ୍କାର ଦାବି କଲା ଭଞ୍ଜସେନା

ବାରିପଦା ଅଫିସ, ୪ା୨- ପଣ୍ଡିତ ରଘୁନାଥ ମୁର୍ମୁ (ପିଆରଏମ୍‌) ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ବିପର୍ଯ୍ୟସ୍ଥ ସ୍ବାସ୍ଥ୍ୟସେବା ବିରୋଧରେ ସୋମବାର ଭଞ୍ଜସେନାର କାର୍ଯ୍ୟକର୍ତ୍ତା ଜିଲା ପ୍ରଶାସନ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଲାଗି ରହିଥିବା ଅବ୍ୟବସ୍ଥାକୁ ସଜାଡ଼ିବା ଓ ସୁପରିଟେଣ୍ଡଙ୍କୁ ବହିଷ୍କାର କରିବା ଦାବିରେ ଏହି ଦାବିପତ୍ର ଅତିରିକ୍ତ ଜିଲାପାଳ ବ୍ରଜବନ୍ଧୁ ଭୋଳଙ୍କୁ ପ୍ରଦାନ କରିଛନ୍ତି। ଦାବିପତ୍ରରେ ଭଞ୍ଜସେନା ପକ୍ଷରୁ ଦର୍ଶାଯାଇଛି ଯେ, ବହୁ ଦାବି ପରେ ଜିଲା ମୁଖ୍ୟ ଚିକିତ୍ସାଳୟ ପଣ୍ଡିତ ରଘୁନାଥ ମୁର୍ମୁ ଓ ମେଡ଼ିକାଲ କଲେଜ ହେଲା। ବର୍ତ୍ତମାନ ଏହି ଡାକ୍ତରଖାନା ଉପରେ ଜିଲା ତଥା ଆଖପାଖ ପଡ଼ୋଶୀ ଜିଲାର ରୋଗୀମାନେ ସ୍ବାସ୍ଥ୍ୟସେବା ପାଇଁ ନିର୍ଭର କରୁଛନ୍ତି। ମାତ୍ର ଉତ୍ତମ ସ୍ବାସ୍ଥ୍ୟ ସେବା ମିଳିବା ବଦଳରେ ରୋଗୀମାନେ ହଇରାଣ ହେଉଛନ୍ତି। ସମୟସମୟରେ ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁମୁଖରେ ମଧ୍ୟ ପଡୁଛନ୍ତି। ତେଣୁ ଆଗାମୀ ୧୫ ଦିନ ଭିତରେ ଏହି ମେଡିକାଲର ସୁପରିଟେଣ୍ଡେଣ୍ଟଙ୍କୁ ବହିଷ୍କାର କରିବା ପାଇଁ ସେନା ପକ୍ଷରୁ ଦାବି କରାଯାଇଛି। ଯଦି ଏହା ନ କରାଯାଏ ତାହେଲେ ସୁପରିଟେଣ୍ଡେଣ୍ଟଙ୍କୁ ହସ୍ପିଟାଲ ପରିସର ମଧ୍ୟକୁ ପଶିବା ପାଇଁ ଦିଆଯିବ ନାହିଁ ବୋଲି ସେନାର ସଭାପତି ପିଣ୍ଟୁ ମାଇତି ଏକ ପ୍ରେସ୍‌ ଇସ୍ତାହାରରେ ଜଣାଇଛନ୍ତି। ସେହିଭଳି ମେଡ଼ିକାଲରେ ୫-ଟି ଠିକ୍‌ ଭାବେ କାର୍ଯ୍ୟକ୍ଷମ କରା ନ ଯିବା ଭଳି ୩ ଦଫା ଦାବି ଉପସ୍ଥାପନ କରାଯାଇଛି। ଅନ୍ୟମାନଙ୍କ ମଧ୍ୟରେ ସେନାର ଯୁବ ଛାତ୍ର ସଂଯୋଜକ ରାକେଶ ବେହେରା, ମୁଖପାତ୍ର ଜ୍ୟୋତିରଞ୍ଜନ ପୃଷ୍ଟି, ସାଧାରଣ ସମ୍ପାଦକ ମାନସ ବେହେରା, ସହର ସଭାପତି ମନୋରଞ୍ଜନ ମିଶ୍ର, ସହର ଉପସଭାପତି ଏସ୍‌. କେ. ରାଜା ଖାନ, ଅମରଦୀପ ମହାନ୍ତ, ପଙ୍କଜ କରନ, ରାକେଶ ମହାନ୍ତି, ଦୀପକ ସିଂ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri