ପିଇଓ ସ୍ମିତାରାଣୀଙ୍କ ମୃତ୍ୟୁ ଘଟଣା: ତଦନ୍ତ ନ ସରୁଣୁ ରାଜନୈତିକ ବୟାନବାଜି ଠିକ୍‌ ନୁହେଁ କହିଲେ ସସ୍ମିତ୍‌

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାକୁ ନେଇ ଭାଜପା ଏବଂ କଂଗ୍ରେସ ରାଜ୍ୟ ସରକାରଙ୍କୁ ଘେରୁଥିବା ଦେଖିବାକୁ ମିଳୁଛି। ଅପରପକ୍ଷେ ଏହି ମାମଲା ଏକ ସ୍ପର୍ଶକାତର ଏବଂ ସମ୍ବେଦନଶୀଳ ଘଟଣା। ପୋଲିସ ଏହାର ତଦନ୍ତ ଜାରି ରଖୁଛି। ବର୍ତ୍ତମାନସୁଦ୍ଧା ମାମଲାର ତଦନ୍ତ ସରିନାହିଁ କିମ୍ବା ନିର୍ଯାସ ବାହାରିନାହିଁ। ଏଣୁ ତଦନ୍ତ ନ ସରିବା ପୂର୍ବରୁ ଏହି ମାମଲାକୁ ନେଇ ଭାଜପା ଓ କଂଗ୍ରେସ କେବଳ ରାଜନୀତି କରୁଛନ୍ତି। ଏଭଳି ମନ୍ତବ୍ୟ ଏବଂ ବୟାନବାଜି ଠିକ୍‌ ନୁହେଁ ବୋଲି ବିଜେଡି ଏମ୍‌ପି ସସ୍ମିତ ପାତ୍ର କହିଛନ୍ତି।

ପ୍ରକାଶଯୋଗ୍ୟ, ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ପ୍ରଥମେ କଂଗ୍ରେସ ପକ୍ଷରୁ ସିବିଆଇ ତଦନ୍ତ ଦାବି କରାଯାଇଥିଲା। ଏହାକୁ ଆତ୍ମହତ୍ୟାର ରୂପ ଦିଆଯାଉଛି। ଏହା ପଛରେ ଶାସକ ଦଳର ନେତା ଏବଂ ମାଫିଆଙ୍କ ହାତ ରହିଛି। ମୁଖ୍ୟ ଅଭିଯୁକ୍ତ ଅର୍ଥ ଏବଂ ବାହୁବଳ ଲଗାଇ ତଦନ୍ତକୁ ବାଟବଣା କରିବାକୁ ପ୍ରୟାସ କରୁଥିବା ସାଧାରଣରେ ଅଭିଯୋଗ ହେଉଛି ବୋଲି କଂଗ୍ରେସ ପକ୍ଷରୁ କୁହାଯାଇଥିଲା। ସେହିଭଳି ଖବରଦାତା ସମ୍ମିଳନୀରେ ଭାଜପା କହିଛି, ପାରିପାଶ୍ୱିକ ଅବସ୍ଥା ଦେଖିଲେ ସ୍ମିତାଙ୍କୁ ବଳାତ୍କାର ଏବଂ ହତ୍ୟା କରାଯାଇଥିବା ଲାଗୁଛି। ସେଠାରେ ସରପଞ୍ଚଙ୍କ ସ୍ବାମୀଙ୍କ ସହ ଏକାଧିକ ଲୋକ ଥିଲେ। କୌଣସି ସରକାରୀ ଯୋଜନା ଲାଗି ତାଙ୍କୁ ଅତ୍ୟଧିକ ବାଧ୍ୟ କରାଯାଇଛି। ସ୍ମିତାରାଣୀ ନ ମାନିବାରୁ ହୁଏତ ତାଙ୍କୁ ହତ୍ୟା କରାଯାଇଥାଇପାରେ। ଯଦି ବି ତାହା ହତ୍ୟା ନୁହେଁ, ଆତ୍ମହତ୍ୟା ତେବେ ତାଙ୍କୁ କିଏ ଏଥିପାଇଁ ବାଧ୍ୟ କଲା ତାହା ତଦନ୍ତ କରାଯାଉ। କାରଣ ଆତ୍ମହତ୍ୟା ପାଇଁ ବାଧ୍ୟ କରିବା ହତ୍ୟାଠାରୁ ବି ଅତ୍ୟଧିକ ଜଘନ୍ୟ। ଏଣୁ ଘଟଣାର ତଦନ୍ତ ଭାର ସିବିଆଇକୁ ଦିଆଯାଉ, ପ୍ରକୃତ ତଥ୍ୟ ସାମ୍ନାକୁ ଆସିବ ବୋଲି ଦଳ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri