ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ଏସ୍‌ପିଙ୍କ ନାମରେ ଥାନାରେ ଏତଲା

ଯାଜପୁର ଅଫିସ,୨୭ା୧୦: ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀଙ୍କ ରହସ୍ୟଜନକ ମୃତ୍ୟୁକୁ ନେଇ ଜିଲା ଅଶାନ୍ତ ହେବାରେ ଲାଗିଛି। ଜିଲା ପୋଲିସର ସ୍ବଚ୍ଛ ତଦନ୍ତ ଉପରେ ବିରୋଧୀ ଭାଜପା ଓ କଂଗ୍ରେସ ପ୍ରଶ୍ନ ଉଠାଇଛି। ପୂର୍ବରୁ ଭାଜପା ପକ୍ଷରୁ ସିବିଆଇ ତଦନ୍ତ ଦାବିରେ ଯାଜପୁର ଜିଲା ବନ୍ଦ ସ୍ବତଃପୂର୍ତ୍ତ ଭାବେ ସଫଳ ହୋଇଥିବାବେଳେ କଂଗ୍ରେସ ଏସ୍‌ପି ଅଫିସକୁ ଘେରାଉ କରିଥିଲା। ଏପରି କି ଜିଲା ପିଇଓ ସଂଘ କଲମଛାଡ଼ ଆନ୍ଦୋଳନ କରିଛନ୍ତି। ତଥାପି ଜିଲା ପୋଲିସ କାହା ଚାପରେ ନୀରବ ରହିଛି ତାହା ସାଧାରଣ ଲୋକଙ୍କୁ ଆଚମ୍ବିତ କରିଛି। ଶବ ବ୍ୟବଚ୍ଛେଦ ରିପୋର୍ଟ ଉପରେ ମଧ୍ୟ ସନ୍ଦେହ ସୃଷ୍ଟି ହୋଇଛି। ସ୍ମିତାରାଣୀଙ୍କ ମୃତ୍ୟୁ ଘଟଣା ଧର୍ମଶାଳା ଅଞ୍ଚଳରେ ହୋଇଥିବାରୁ ବ୍ୟବଚ୍ଛେଦ ମଧ୍ୟ ବଡ଼ଚଣା ଚିକିତ୍ସାକେନ୍ଦ୍ରରେ ହେବା କଥା। ହେଲେ କାହାର ପ୍ରରୋଚନାରେ ବଡ଼ଚଣା ପରିବର୍ତ୍ତେ ଯାଜପୁର ଜିଲା ମୁଖ୍ୟ ଡାକ୍ତରଖାନାରେ ସମ୍ପାଦିତ ହେଲା ସେ ନେଇ ପ୍ରଶ୍ନ ଉଠିଛି। ସେହିପରି ବ୍ୟବଚ୍ଛେଦ ସମୟରେ ଦୁଇଜଣ ଡାକ୍ତର ଅଧାରୁ ଦୀର୍ଘ ସମୟ ଧରି ଗାଏବ ହୋଇ ପୁଣି ଆସି ବ୍ୟବଚ୍ଛେଦ କରିଥିଲେ ବୋଲି ଆଲୋଚନା ହୋଇଛି। ଏପରି କି ସ୍ମିତାଙ୍କ ମୃତ୍ୟୁ ସମୟରେ ଗେଷ୍ଟହାଉସରେ ଉପସ୍ଥିତ ଥିବା ରାମ୍‌କୋର ଜନୈକ ଅଧିକାରୀ ଓ ଅନ୍ୟମାନଙ୍କୁ କାହିଁକି ଜେରା କରାଯାଉ ନାହିଁ ବୋଲି ଦାବି ଉଠିଛି। ଏପରିକି ସ୍ମିତାରାଣୀଙ୍କ ମୃତ୍ୟୁ ପରେ ତାଙ୍କ ଚରିତ୍ରକୁ ପଦାରେ ପକାଇବାରେ ଏସ୍‌ପି ପଛଘୁଞ୍ଚା ଦେଇନାହାନ୍ତି। ଏହା ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି ପରିବାର ଲୋକେ ଅଭିଯୋଗ କରୁଥିବାବେଳେ ପୋଲିସ ଘଟଣାକୁ ଅତି ହାଲୁକା ଭାବେ ନେଇ ନିଦାବିଷ୍ଣୁ ସାଜିଛି। ଏହିକ୍ରମରେ ଶନିବାର ଭାଜପା ପକ୍ଷରୁ ଜିଲା ସଭାପତି ଗୌତମ ରାୟଙ୍କ ଆହ୍ବାନରେ ଜିଲାର ସମସ୍ତ ଥାନାରେ ଏସ୍‌ପି ଚରଣସିଂ ମୀନାଙ୍କ ନାମରେ ଫୌଜଦାରୀ ମାମଲା ରୁଜୁ କରିବାକୁ ଏତଲା ଦିଆଯାଇଛି ା ବିଭିନ୍ନ ସ୍ଥାନରେ ଭାଜପା କର୍ମୀମାନେ ଶୋଭାଯାତ୍ରାରେ ବାହାରି ଥାନା ଅଧିକାରୀଙ୍କୁ ଏତଲା ପ୍ରଦାନ କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri