ପିଏକ୍ସଇର ବାର୍ଷିକ ସ୍ଥାପନା ଦିବସ ସମାରୋହ: କମଳାକାନ୍ତ ଶ୍ରେଷ୍ଠ ବୈଜ୍ଞାନିକ, ବନମାଳୀ ଶ୍ରେଷ୍ଠ ପ୍ରୁଫ୍‌ ମ୍ୟାନ୍‌ ଭାବେ ପୁରସ୍କୃତ

ବାଲେଶ୍ୱର ଅଫିସ,୨୧।୧୧- ବାଲେଶ୍ୱର ଚାନ୍ଦିପୁର ସ୍ଥିତ ପ୍ରତିରକ୍ଷା ପ୍ରତିଷ୍ଠାନ ପିଏକ୍ସଇ (ପ୍ରୁଫ୍‌ ଆଣ୍ଡ ଏକ୍ସପେରିମେଣ୍ଟାଲ ଏଷ୍ଟାବ୍ଲିଶମେଣ୍ଟ) (ପ୍ରମାଣ ତଥା ପ୍ରାୟୋଗିକ ସ୍ଥାପନା)ର ୧୨୫ତମ ବାର୍ଷିକ ସ୍ଥାପନା ଦିବସ ବୁଧବାର ମହାସମାରୋହରେ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଡିଆର୍‌ଡିଓ (ଡିଫେନ୍ସ ରିସର୍ଚ୍ଚ ଆଣ୍ଡ ଡେଭେଲପ୍‌ମେଣ୍ଟ ଅର୍ଗାନାଇଜେଶନ୍‌)ର ମୁଖ୍ୟ ବିଶିଷ୍ଟ ବୈଜ୍ଞାନିକ ଡ. ସତୀଶ ରେଡ଼ୀ ପ୍ରଦୀପ ପ୍ରଜ୍ୱଳନ କରି ଉତ୍ସବର ଉଦ୍‌ଘାଟନ କରିଥିଲେ। ସେ ତାଙ୍କ ବକ୍ତବ୍ୟରେ ପ୍ରତିରକ୍ଷା ସଂକ୍ରାନ୍ତ ଗବେଷଣା ତଥା ଯୁଦ୍ଧାସ୍ତ୍ର ପରୀକ୍ଷଣ କ୍ଷେତ୍ରରେ ପିଏକ୍ସଇର ଉଲ୍ଲେଖନୀୟ ଭୂମିକାର ଭୂୟସୀ ପ୍ରଶଂସା କରିଥିଲେ। ଅନ୍ୟତମ ବିଶିଷ୍ଟ ଅତିଥି ଭାବେ ମହାନିର୍ଦ୍ଦେଶକ (ଏଚ୍‌ଆର୍‌) କେ. ଏସ୍‌. ବରପ୍ରସାଦ, ନିର୍ଦ୍ଦେଶକ (ଏଚ୍‌ଆର୍‌) ଆଲୋକ ମାହି, ନିର୍ଦ୍ଦେଶକ (ଡିଓପି) ଜି.ଏସ୍‌. ଗୁପ୍ତା, ପିଏକ୍ସଇର ପୂର୍ବତନ ନିର୍ଦ୍ଦେଶକ ଗୋରାଚାନ୍ଦ ଦାସ, ଆର ଅପାଭୁରାଜ, ଆଇଟିଆର୍‌ (ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ସମନ୍ବିତ ପରୀକ୍ଷଣ ପରିସର) ନିର୍ଦ୍ଦେଶକ ଡ. ବିନୟ କୁମାର ଦାସ ଏବଂ ପୂର୍ବତନ ନିର୍ଦ୍ଦେଶକ ଏମ୍‌.ଭି.କେ.ଭି. ପ୍ରସାଦ ପ୍ରମୁଖ ଯୋଗଦେଇ ଦେଶର ପ୍ରତିରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଦିଗରେ ଏହି ସର୍ବପୁରାତନ ପ୍ରତିରକ୍ଷା ପ୍ରତିଷ୍ଠାନ ପିଏକ୍ସଇର ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ।
ପିଏକ୍ସଇର ନିର୍ଦ୍ଦେଶକ ତଥା ବିଶିଷ୍ଟ ବୈଜ୍ଞାନିକ ଡି.କେ. ଯୋଶୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସମାରୋହରେ ଉତ୍ସବ ସମିତିର ଅଧ୍ୟକ୍ଷ ଡ. ହିମାଂଶୁ ଶେଖର ପଣ୍ଡା ଅତିଥିମାନଙ୍କୁ ସ୍ବାଗତ କରିଥିଲେ। ଏହି ଅବସରରେ ଟେକ୍‌ନିକାଲ ଅଫିସର-’ବି’ ବନମାଳି ଜେନାଙ୍କୁ ଶ୍ରେଷ୍ଠ ପ୍ରୁଫ୍‌ ମ୍ୟାନ୍‌ ପୁରସ୍କାର ତଥା ବୈଜ୍ଞାନିକ-‘ଏଫ୍‌’ ଡ. କମଳାକାନ୍ତ ଚାନ୍ଦଙ୍କୁ ଶ୍ରେଷ୍ଠ ବୈଜ୍ଞାନିକ ପୁରସ୍କାର ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା। ଏହାବ୍ୟତୀତ ଆଡ଼ମିନ୍‌ ଓ ଟେକ୍‌ନିକାଲ ବିଭାଗର ୧୯ଜଣଙ୍କୁ ଲ୍ୟାବ୍‌ ଆୱାର୍ଡ଼ ଓ ୮ଜଣଙ୍କୁ ୨୫ ବର୍ଷ କାର୍ଯ୍ୟକାଳ ପୂରଣ କରିଥିବାରୁ ମୋମେଣ୍ଟୋ ପ୍ରଦାନ କରାଯାଇଥିଲା। ଏହି ଅବସରରେ ପିଏକ୍ସଇର କର୍ମଚାରୀ ଓ ସେମାନଙ୍କ ପରିବାର ସଦସ୍ୟଙ୍କ ଦ୍ୱାରା ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ପୂର୍ବରୁ ଆୟୋଜିତ ଡ୍ରଇଂ, ରଙ୍ଗୋଲି, କୁଇଜ୍‌ ତଥା ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତାରେ ଶ୍ରେଷ୍ଠ ବିବେଚିତ କର୍ମଚାରୀ ଓ ପରିବାର ସଦସ୍ୟଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ଶେଷରେ ଡ. ହିମାଂଶୁ ଶେଖର ପଣ୍ଡା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଦୃଶ୍ୟମ ୩’ର ଧମାକାଦାର ଟ୍ରେଲର ରିଲିଜ୍‌: ସାଉଁଟୁଛି ପ୍ରଶଂସା

ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ କ୍ରାଇମ ଥ୍ରିଲର୍‌ ‘ଦୃଶ୍ୟମ ଦ କନକ୍ଲୁଜନ’ ଅର୍ଥାତ୍‌ ‘ଦୃଶ୍ୟମ ୩’ର ଟ୍ରେଲର୍‌ ରିଲିଜ ହୋଇଛି। ୨୦୧୫ରେ ଆରମ୍ଭ ହୋଇଥିବା…

ଗଣେଶ ପୂଜା ପରେ ଏହି ୪ ରାଶିଙ୍କର ଚାଲିବ ଗୋଲ୍ଡେନ ଟାଇମ, ଲକ୍ଷ୍ମୀ-ନାରାୟଣ ରାଜଯୋଗରେ ବଢିବ ଧନ! ବିଦେଶ ଯାତ୍ରାର…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସେପ୍ଟେମ୍ବର ୨୬ରେ ବୁଧ ଗ୍ରହ କନ୍ୟା ରାଶିରୁ ବାହାରି ତୁଳା ରାଶିରେ ପ୍ରବେଶ କରିବେ। ତୁଳା ରାଶିରେ ବୁଧଙ୍କ ସହ ଶୁକ୍ରଙ୍କ ଯୁତି…

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ

ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି।…

୭୦୦ ରନ୍‌ କରିଲେ ବି ହାରିଯିବ ତିଳକ ବର୍ମାଙ୍କ ଦଳ! ବୈଭବଙ୍କ ଦଳ ହେବ ଚାମ୍ପିଅନ, ଜାଣନ୍ତୁ ରୋଚକ ନିୟମ

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଖେଳାଯାଉଛି। ସେପ୍ଟେମ୍ବର ୬ରୁ ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଆରମ୍ଭ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଟେନସନ୍‌ରେ ପଡ଼ିଲେ ଗୌତମ ଗମ୍ଭୀର! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ଭାରତୀୟ ଦଳ ସାମ୍ନାରେ ଏକ ବଡ଼ ପ୍ରଶ୍ନ ଠିଆ ହୋଇଛି। ଅଭିଷେକ ଶର୍ମାଙ୍କ ସହ ଇନିଂସ ଓପନ କରିବେ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri