ଚଣ୍ଡିଗଡ,୨୨।୯: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚାନ୍ନି ଆଜିକାଲି ଆମେରିକାରେ ତାଙ୍କର ପିଏଚଡି ଥେସିସ୍ ଲେଖୁଛନ୍ତି। ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣା ହେବାର ପ୍ରାୟ ଦୁଇ ମାସ ପରେ ଚାନ୍ନି ମାର୍ଚ୍ଚ ୧୦ରେ ଭାରତ ଛାଡିଥିଲେ। ତାଙ୍କ ଦଳର ସହକର୍ମୀମାନେ ମଧ୍ୟ ଚାନୀଙ୍କ ଭବିଷ୍ୟତ ଯୋଜନା ବିଷୟରେ ଜାଣି ନ ଥିଲେ।
୨୦୦୪ ମସିହାରୁ ଚାନ୍ନି ‘ଭାରତୀୟ ଜାତୀୟ କଂଗ୍ରେସ କେନ୍ଦ୍ରୀୟ ସଂଗଠନ ଏବଂ ନିର୍ବାଚନ ରଣନୀତି’ ଉପରେ ଦୀର୍ଘ ଦିନ ହେବ ପଞ୍ଜାବ ବିଶ୍ୱବିଦ୍ୟାଳୟରୁ ପିଏଚଡି କରୁଛନ୍ତି। ଚାନ୍ନିଙ୍କ ସାନଭାଇ ମନୋହର ସିଂ କହିଛନ୍ତି, ସେ ସବୁବେଳେ ରାଜନୀତିରେ ବ୍ୟସ୍ତ ଥିଲେ ଏବଂ ଅଧ୍ୟୟନ ପାଇଁ ସମୟ ପାଇ ନ ଥିଲେ। ସେ ବର୍ତ୍ତମାନ ଆମେରିକାରେ ରହି ତାଙ୍କର ପିଏଚଡି ଥେସିସ ପ୍ରସ୍ତୁତ କରୁଛନ୍ତି। ସେ ଆସନ୍ତା ମାସରେ ଭାରତ ଫେରିବାକୁ ଯୋଜନା କରିଛନ୍ତି।
ସୂଚନାଯୋଗ୍ୟ, ସେପ୍ଟେମ୍ବର ୨୦୨୧ରେ ପଞ୍ଜାବର ପ୍ରଥମ ଦଳିତ ମୁଖ୍ୟମନ୍ତ୍ରୀ ହୋଇଥିଲେ ଚରଣଜିତ୍ ସିଂ ଚାନ୍ନି। ଚାନ୍ନିଙ୍କୁ ମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତ କରିବା ଗାନ୍ଧୀ ପରିବାର ଦ୍ୱାରା ଏକ ମାଷ୍ଟରଷ୍ଟ୍ରୋକ ଭାବରେ ଦେଖାଯାଇଥିଲା। କିନ୍ତୁ ନିର୍ବାଚନରେ କଂଗ୍ରେସ ଶୋଚନୀୟ ପରାସ୍ତ ହୋଇଥିଲା। ଚାନ୍ନି ନିଜେ ପ୍ରତିଦ୍ୱନ୍ଦ୍ୱିତା କରିଥିବା ଉଭୟ ଆସନରୁ ପରାସ୍ତ ହୋଇଥିଲେ।
ହାଇଦ୍ରାବାଦ୍କୁ ହରାଇ ପଞ୍ଜାବର ତୃତୀୟ ବିଜୟ
ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍ ମ୍ୟାଚ୍ରେ ସନରାଇଜର୍ସ ହାଇଦ୍ରାବାଦ୍କୁ ପରାସ୍ତ କରିଛି। ପଞ୍ଜାବର…
ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ
ଶିମ୍ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍ ଟେବୁଲ ଟେନିସ ଚାମ୍ପିୟନଶିପ୍ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…
ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ
ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…
ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ
ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…
ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ
ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…
ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ
କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…
ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ
ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…
ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…
ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…
Archives

