ପିଏମ୍‌ଇଜିପିରେ ଅଧିକ ଋଣ ଦିଅନ୍ତୁ ବ୍ୟାଙ୍କ

ଭୁବନେଶ୍ୱର, ୬-୯(ବ୍ୟୁରୋ): ସାରା ଦେଶରେ ନିଯୁକ୍ତି ସୃଷ୍ଟି କ୍ଷେତ୍ରରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛନ୍ତି। ଦେଶର ଅର୍ଥନୈତିକ ବିକାଶ କ୍ଷେତ୍ରରେ ଏହି ସଂସ୍ଥାଗୁଡିକର ଯୋଗଦାନ ଅତୁଳନୀୟ। ସରକାର ଉଦ୍ୟୋଗୀଙ୍କୁ ପ୍ରୋତ୍ସାହନ କରିବା ଦିଗରେ ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏଭଳି ସ୍ଥିତିରେ ଶିଳ୍ପ ସଂସ୍ଥା ସ୍ଥାପନ ଲାଗି ଉଦ୍ୟୋଗୀଙ୍କୁ ସହାୟତା କରିବା ଦିଗରେ ବ୍ୟାଙ୍କଗୁଡିକ ଆଗେଇ ଆସିବାକୁ କେନ୍ଦ୍ର ଏମ୍‌ଏସ୍‌ଏମ୍‌ଇ ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ଆହ୍ବାନ ଜଣାଇଛନ୍ତି।
ସ୍ଥାନୀୟ ଏକ ହୋଟେଲରେ ଖଦି ଏବଂ ଗ୍ରାମୋଦ୍ୟୋଗ କମିଶନ(କେଭିଆଇସି) ପକ୍ଷରୁ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଧାନମନ୍ତ୍ରୀ ନିଯୁକ୍ତି ସୃଷ୍ଟି କାର୍ଯ୍ୟକ୍ରମ(ପିଏମ୍‌ଇଜିପି) କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଷଡଙ୍ଗୀ କହିଛନ୍ତି, ସଂସ୍ଥାଗୁଡିକ କିଭଳି ଭଲ ଭାବେ ଋଣ ପାଇ ପାରିବେ ସେ ଦିଗରେ ବ୍ୟାଙ୍କ ଯନତ୍ବାନ ହେବା ଆବଶ୍ୟକ। ଏହି ଯୋଜନାରେ ଧାର୍ଯ୍ୟ ଲକ୍ଷ୍ୟ ମଧ୍ୟରୁ ଅଧିକରୁ ଅଧିକ ଋଣ ପ୍ରଦାନ ପାଇଁ ବ୍ୟାଙ୍କ ଆଗେଇ ଆସନ୍ତୁ ବୋଲି ସେ ମତ ଦେଇଛନ୍ତି। ସଂସ୍ଥାଗୁଡିକ ବିଭିନ୍ନ ସମୟରେ ଋଣ ଲାଭ କରିବାକୁ ଅସୁବିଧାର ସାମ୍ନା କରୁଛନ୍ତି। ଅପରପକ୍ଷରେ ଧାର୍ଯ୍ୟ ଲକ୍ଷ୍ୟଠାରୁ ବ୍ୟାଙ୍କଗୁଡିକ ଋଣ ପ୍ରଦାନ ହାରକୁ ଆହୁରି ଉନ୍ନତ କରିବାକୁ ହେବ। ସଂସ୍ଥାଗୁଡିକ ନିଯୁକ୍ତିକୁ ପ୍ରୋତ୍ସାହିତ କରୁଥିବାରୁ ସେମାନେ ଉତ୍ସାହିତ ହେଲେ ଅଧିକ ହାରରେ ନିଯୁକ୍ତି ସୃଷ୍ଟି ଦିଗରେ କାର୍ଯ୍ୟ କରିବେ। ଏହା ରାଜ୍ୟ ତଥା ଦେଶର ବିକାଶ ଦିଗରେ ସହାୟକ ହୋଇ ପାରିବ ବୋଲି ଷଡଙ୍ଗୀ କହିଛନ୍ତି। ଏ ଦିଗରେ ମିଳିତ ହୋଇ କାର୍ଯ୍ୟ କରିବାକୁ ବ୍ୟାଙ୍କ, ବିତ୍ତୀୟ ପ୍ରତିଷ୍ଠାନ ଏବଂ ଅଂଶୀଦାରଙ୍କୁ ସେ ଆହ୍ବାନ ଜଣାଇଛନ୍ତି।
ସେହିଭଳି ପିଏମ୍‌ଇଜିପିରେ ଆସୁଥିବା ପ୍ରସ୍ତାବଗୁଡିକ ଉପରେ ବ୍ୟାଙ୍କଗୁଡିକ ତ୍ୱରିତ ମଞ୍ଜୁରୀ ପ୍ରଦାନ କରିବା ନେଇ କେଭିଆଇସିର ରାଜ୍ୟ ନିର୍ଦ୍ଦେଶକ ସମୀର କୁମାର ମହାନ୍ତି ମତପ୍ରକାଶ କରିଛନ୍ତି। କାର୍ଯ୍ୟକ୍ରମରେ ଖଦି ଏବଂ ଗ୍ରାମୋଦ୍ୟୋଗ କମିଶନର ସଭାପତି ସଂଗ୍ରାମ କେଶରୀ ପାଇକରାଏ, ଶିଳ୍ପ ନିର୍ଦ୍ଦେଶକ ପ୍ରଣବ ଜ୍ୟୋତି ନାଥ, ଏସ୍‌ଏଲ୍‌ବିସି କନଭେନର ଟି.ଆର. ଚୋକଲିଙ୍ଗମ, କେଭିଆଇସି ଡେପୁଟି ଡାଇରେକ୍ଟର ପି.କେ ଶତପଥୀ ପ୍ରମୁଖ ଯୋଗ ଦେଇ ପିଏମ୍‌ଇଜିପିର ବିଭିନ୍ନ ଦିଗ ଉପରେ ଗୁରୁତ୍ୱାରୋପ କରିଥିଲେ। ଏଥିରେ ବ୍ୟାଙ୍କଗୁଡିକର ସ୍ଥାନୀୟ ମୁଖ୍ୟ, ଜିଲା ସ୍ତରରୁ ପ୍ରବନ୍ଧକ, ଡିଆଇସି, ଆରଆଇସିର ସାଧାରଣ ପ୍ରବନ୍ଧକ, ରିଜର୍ଭ ବ୍ୟାଙ୍କ, ନାବାର୍ଡ, ସିଡବି, କୟରବୋର୍ଡ, ଖଦି ଏବଂ ଗ୍ରାମୋଦ୍ୟୋଗ ବୋର୍ଡ, ଏନ୍‌ଏସ୍‌ଆଇସି, ସିଟିଟିସି ଏବଂ ଏମ୍‌ଏସ୍‌ଏମ୍‌ଇ ଡିଆଇର ପ୍ରତିନିଧି ମାନେ ଉପସ୍ଥିିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri