ପିଏମ୍‌ଜିଏସ୍‌ଓ୍ବାଇ ରାସ୍ତା ନିର୍ମାଣକୁ ନେଇ ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ୨୦୧୮-୧୯ ଆର୍ଥିକ ବର୍ଷରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା-୨(ପିଏମ୍‌ଜିଏସ୍‌ଓ୍ବାଇ)ରେ କେନ୍ଦ୍ର ସରକାର ୬୫୦ଟି ରାସ୍ତାର ଉନ୍ନତୀକରଣ ପାଇଁ ୧୬୧୫.୫୧ କୋଟି ଟଙ୍କା ଅନୁମୋଦନ କରିଛନ୍ତି। ସେଥିରୁ ୯ଟି ରାସ୍ତାର କାର୍ଯ୍ୟ ଶେଷ ହୋଇଛି। ୬୨୭ଟି ରାସ୍ତାର କାର୍ଯ୍ୟ ଚାଲୁ ରହିଛି। ୧୪ଟି ରାସ୍ତା ଅନ୍ୟ ବିଭାଗକୁ ହସ୍ତାନ୍ତର କରାଯାଇଛି। ସେହିପରି ରାଜ୍ୟର ମୁଖ୍ୟରାସ୍ତାଗୁଡ଼ିକର ଉନ୍ନତୀକଣ ଓ ସମ୍ପ୍ରସାରଣ ପାଇଁ ପିଏମ୍‌ଜିଏସ୍‌ଓ୍ବାଇ-୩ ପ୍ରସ୍ତୁତ କରାଯାଇଛି। ଏହି ଯୋଜନାରେ ଜିଲା ଗ୍ରାମ୍ୟ ରାସ୍ତା ଯୋଜନା ଭୌଗୋଳିକ ସୂଚନା ବ୍ୟବସ୍ଥା ମାଧ୍ୟମରେ ପ୍ରସ୍ତୁତ କରାଯାଇଛି। ଯେଉଁ ରାସ୍ତାଗୁଡ଼ିକ ଅଧିକ ତଥ୍ୟଭିତ୍ତିକ ଓ ଉପଯୁକ୍ତ ଚୟନ ପାଇଁ ମୋବାଇଲ ଆପ୍‌ ମାଧ୍ୟମରେ ବିଭିନ୍ନ ଗ୍ରାମରେ ଥିବା ଜନକଲ୍ୟାଣ ସେବା ସଂସ୍ଥାଗୁଡ଼ିକୁ ସର୍ଭେ କରାଯାଇ ଅନ୍‌ଲାଇନ୍‌ ଡାଟା ବେସ୍‌ ପ୍ରସ୍ତୁତ କରାଯାଉଛି। ଚଳିତ ବର୍ଷ ଏହି ଯୋଜନାରେ ପ୍ରସ୍ତାବ ପଠାଇବା ଲାଗି ଲକ୍ଷ୍ୟ ରଖାଯାଇଛି। ମଙ୍ଗଳବାର ବିଧାନସଭା ପ୍ରଶ୍ନୋତ୍ତର ବେଳେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri