ପିଏମ୍‌ କିଷାନ ଯୋଜନା;ଡିସେମ୍ବର ସୁଦ୍ଧା ଯୋଡି ହେବେ ୧୦କୋଟି ଚାଷୀ

ନୂଆଦିଲ୍ଲୀ,୧୦-୮: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି(ପିଏମ୍‌ କିଷାନ) ଯୋଜନା ଅଧୀନରେ ଚଳିତ ବର୍ଷ ଡିସେମ୍ବର ସୁଦ୍ଧା ୧୦ କୋଟି ଚାଷୀଙ୍କୁ ସାମିଲ କରାଯିବ ବୋଲି କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମର ଶୁକ୍ରବାର କହିଛନ୍ତି। ଏହି ଯୋଜନାରେ କୃଷକଙ୍କୁ ବର୍ଷରେ ୩ଟି କିସ୍ତିରେ ୬ ହଜାର ଟଙ୍କାର ସହାୟତା ପ୍ରଦାନ କରାଯିବ। ଚଳିତବର୍ଷ ଫେବୃୟାରୀ ୨୪ରେ ଉତ୍ତରପ୍ରଦେଶର ଗୋରଖପୁରରୁ ଏହି ଯୋଜନା ଅରମ୍ଭ କରାଯାଇଥିଲା। ସେ କହିଛନ୍ତି ଯେ, ଅଦ୍ୟାବଧି ଏହି ଯୋଜନାରେ ୫,୮୮,୭୭,୧୯୪ ଜଣ ଚାଷୀଙ୍କୁ ସାମିଲ କରାଯାଇଛି। କ୍ଷୁଦ୍ର ଚାଷୀଙ୍କୁ ଇତିମଧ୍ୟରେ ୨ ହଜାର ଟଙ୍କାର ସହାୟତା ମିଳିସାରିଛି। ସେହିପରି ୩,୪୦,୯୩,୮୩୭ ଜଣଙ୍କୁ ଦ୍ୱିତୀୟ କିସ୍ତି ମିଳିଛି। ଆର୍ଥିକ ବର୍ଷ ୨୦୧୯-୨୦ରେ ସରକାର ଏହି ଯୋଜନା ବାବଦରେ ୮୭,୨୧୭.୫୦ କୋଟି ଟଙ୍କା ଖର୍ଚ୍ଚ କରିବେ ବୋଲି ଅନୁମାନ କରିଛନ୍ତି। ତୋମର କହିଛନ୍ତି ଯେ, ପଶ୍ଚିମବଙ୍ଗକୁ ଛାଡ଼ି ଦେଲେ ଦେଶର ଅନ୍ୟ ସମସ୍ତ ରାଜ୍ୟର ଚାଷୀଙ୍କୁ ଉକ୍ତ ଯୋଜନାରେ ସାମିଲ କରାଯାଉଛି। ଅଦ୍ୟାବଧି ପ୍ରଗତି ଭଲ ହେଉଛି। ସେ କହିଛନ୍ତି ଯେ, ଏହି ଯୋଜନା ଅଧୀନରେ ଦେଶର ପ୍ରାୟ ୧୪.୫ କୋଟି ଚାଷୀଙ୍କୁ ସାମିଲ କରିବାକୁ ଲକ୍ଷ୍ୟଧାର୍ଯ୍ୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କୁ ଆକ୍ରମଣ, ଚାପୁଡ଼ା ମାରି….

ଜୟପୁର,୧୫।୬: ରାଜସ୍ଥାନର ଜୟପୁରରେ କକ୍ରୋଚ୍ ଜନତା ପାର୍ଟିର ଅଭିଜିତ୍ ଦୀପକେଙ୍କୁ ଚାପୁଡ଼ା ମାଡ଼ ହୋଇଛି । ରିପୋର୍ଟ ଅନୁଯାୟୀ, ଜଣେ ଅଜଣା ଯୁବକ ଏକ ପ୍ରତିବାଦ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri