ପିଏମ୍‌ କିଷାନ ହିତାଧିକାରୀଙ୍କୁ ୨୩ ସୁଦ୍ଧା କ୍ରେଡିଟ୍‌ କାର୍ଡ

ଜଗତ୍‌ସିଂହପୁର ଅଫିସ,୧୦ା୨: ଜଗତ୍‌ସିଂହପୁର ଜିଲାରେ ପାଖାପାଖି ୧,୧୦,୦୦୦ ଲୋକଙ୍କୁ ପ୍ରଧାନମନ୍ତ୍ରୀ (ପିଏମ୍‌) କିଷାନ ଯୋଜନାରେ ସହାୟତା ରାଶି ପ୍ରଦାନ କରାଯାଇଛି। ଏଥିମଧ୍ୟରେ ହିତାଧିକାରୀଙ୍କୁ ୨,୦୦୦ ଟଙ୍କା ଲେଖାଏ ୪ଟି କିସ୍ତିରେ ୮,୦୦୦ ଟଙ୍କା ମିଳି ସାରିଲାଣି। କିନ୍ତୁ ଅନେକ ହିତାଧିକାରୀଙ୍କୁ କିଷାନ କ୍ରେଡିଟ୍‌ କାର୍ଡ (କେସିସି) ଦିଆଯାଇନାହିଁ। ଯେଉଁ କାରଣରୁ ପିଏମ୍‌ କିଷାନ ଯୋଜନାରେ ସହାୟତା ପାଇଥିବା ଚାଷୀଙ୍କୁ କେସିସିରେ ଋଣ ସହାୟତା ମିଳିପାରୁ ନାହିଁ। ଏନେଇ ଗତ ୮ରୁ ୨୩ ତାରିଖ ପର୍ଯ୍ୟନ୍ତ ସ୍ବତନ୍ତ୍ର ଅଭିଯାନ ମାଧ୍ୟମରେ ସମସ୍ତ ପିଏମ୍‌ କିଷାନ ହିତାଧିକାରୀଙ୍କୁ କେସିସି ଦିଆଯିବା ପାଇଁ ନିଷ୍ପତ୍ତି ନିଆଯାଇଛି। ରବିବାର ସ୍ଥାନୀୟ ଯୋଗଧାରୀସ୍ଥିତ ରିସେଟି ନୂଆ ବିଲ୍ଡିଂରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏହା କୁହାଯାଇଛି। ଏଥିରେ ଏଲ୍‌ଡିଏମ୍‌ ସତୀଷ ପାତ୍ର ଓ ନାବାର୍ଡ ଜିଲା ଉନ୍ନୟନ ପରିଚାଳକ ବିଶ୍ୱଭୂଷଣ ମହାନ୍ତି ଯୋଗଦେଇ କହିଥିଲେ, କେସିସିରେ ସର୍ବାଧିକ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ସହାୟତା ଯୋଗାଯାଇପାରେ। ଚାଷୀ ଠିକ ସମୟରେ ଋଣ ପରିଶୋଧ କରିଦେଲେ କେନ୍ଦ୍ର ସରକାର ମୋଟ ସୁଧର ୩% ରିହାତି ହିସାବ କରି ଫେରସ୍ତ କରିବା ବ୍ୟବସ୍ଥା ରହିଛି। ଏଥିସହ ରାଜ୍ୟ ସରକାର ମଧ୍ୟ ମଝିରେ ମଝିରେ ଛାଡ କରିଥାନ୍ତି। ତେଣୁ ଚାଷୀ ଏହାର ଫାଇଦା ଉଠାଇବା ଜରୁରୀ। ଯେଉଁମାନଙ୍କ କେସିସି କାର୍ଯ୍ୟକ୍ଷମ ନାହିଁ ସେମାନେ ଏହାକୁ କ୍ରୀୟାଶୀଳ କରିବାକୁ ପଡିବ। ମୋଟାମୋଟି ଭାବରେ ଚାଷୀ ଓ ଚାଷର ଉନ୍ନତି ପାଇଁ ସରକାର କେସିସି ଉପରେ ଗୁରୁତ୍ୱାରୋପ କରୁଛନ୍ତି ବୋଲି କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଦିଗପହଣ୍ଡିରେ ‘ଆସ ସ୍କୁଲ ଯିବା’ ସଚେତନତା ସଭା ଅନୁଷ୍ଠିତ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ‘ଆସ ସ୍କୁଲ ଯିବା’ ସଚେତନତା ସଭା ସୋମବାର...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri