ପିଏମ୍‌ କେୟାର୍ସ ଫଣ୍ଡକୁ ୫୧ଲକ୍ଷ ଟଙ୍କା ଦାନ କଲେ ପୂର୍ବତନ ବିଚାରପତି

ନୂଆଦିଲ୍ଲୀ,୧।୪: କରୋନା ଭାଇରସ୍‌ ବିରୋଧରେ ଜାରି ରହିଥିବା ଲଢ଼େଇରେ ସାରା ଦେଶରୁ ସହାୟତାର ହାତ ବଢ଼ିଛି। ଇତିମଧ୍ୟରେ ସୁପ୍ରମିକୋର୍ଟର ପୂର୍ବତନ ବିଚାରପତି ଦୀପକ ବର୍ମା ବୁଧବାର ପିଏମ୍‌ କେୟାର୍ସ ଫଣ୍ଡକୁ ୫୧ଲକ୍ଷ ଟଙ୍କା ଦାନ କରିଥିବା ଜଣାପଡ଼ିଛି। କରୋନା ଭାଇରସ୍‌ ଯୋଗୁ ଯେଉଁମାନେ ବେରୋଜଗାର ହୋଇ ସହରରୁ ଗାଁମୁହାଁ ହେଉଛନ୍ତି ସେମାନଙ୍କ ସହୟତା ପାଇଁ ଦୀପକ ବର୍ମା ଏହି ରାଶି ପ୍ରଦାନ କରିଛନ୍ତି। ଏଥିସହ ବିଚାରପତି ବର୍ମା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଭାବପୂର୍ଣ୍ଣ ଚିଠି ଲେଖିଛନ୍ତି। ସେ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ବେଳ ଥାଉଁ ଦେଶରେ କରୋନା ଭାଇରସ୍‌କୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ଯେଉଁ ଯେଉଁ ଉଚିତ ପଦକ୍ଷେପ ଗ୍ରହଣ କରିଛନ୍ତି ତାହା ଅତ୍ୟନ୍ତ ପ୍ରଶଂସନୀୟ। ଏଥିସହ ଦେଶରେ ଜାରି ହୋଇଥିବା ଲକ୍‌ଡାଉନ୍‌ ଯୋଗୁ ସହରରେ କାମଧନ୍ଦା ସବୁ ବନ୍ଦ ହୋଇଯାଇଛି। ଫଳରେ ହଜାର ହଜାର ଶ୍ରମିକ ଓ ଦିନ ମଜୁରିଆମାନେ ବେରୋଜଗାର ହୋଇ ନିଜ ପରିବାର ସହ ଚାଲି ଚାଲି ଗାଁକୁ ଫେରିବା ପାଇଁ ବାଧ୍ୟ ହେଉଛନ୍ତି। ଏହି ସମୟରେ ଏମାନଙ୍କ ଏଭଳି ଦୁର୍ଦ୍ଦଶାକୁ ଦେଖି ବିଚାରପତି ବର୍ମା ଚିନ୍ତା ପ୍ରକଟ କରିଛନ୍ତି। ତେଣୁ ତାଙ୍କର ଏହି ଛୋଟ ଯୋଗଦାନ ସେମାନଙ୍କର କିଛି ସହାୟତା କରିପାରିବ ବୋଲି ବିଚାରପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri