Posted inଖେଳ

ପିଏସ୍‌ଜି ସହ ରହିବେ ନେମାର

ପ୍ୟାରିସ,୧।୯(ଏଏଫ୍‌ପି): ବ୍ରାଜିଲ ଷ୍ଟାର ଫରଓ୍ବାର୍ଡ ନେମାର ଜୁନିୟରଙ୍କ ସହ ଚୁକ୍ତି କରିବାରେ ବିଫଳ ହୋଇଛି ଲା ଲିଗା ଲିଗ୍‌ ଚାମ୍ପିୟନ ବାର୍ସିଲୋନା। ଫଳରେ ସେ ଗତ ସିଜନ ଭଳି ଏଥର ମଧ୍ୟ ପ୍ୟାରିସ ସେଣ୍ଟ ଜର୍ମେନ (ପିଏସ୍‌ଜି) ପାଇଁ ଖେଳିବେ ବୋଲି ରବିବାର ଏକ ରିପୋର୍ଟରେ ପ୍ରକାଶ ପାଇଛି। ‘ଏଲ୍‌ ଇକ୍ୱିପ୍‌’ ଖବର କାଗଜର ପ୍ରଥମ ପୃଷ୍ଠାରେ ପ୍ରକାଶ ପାଇଥିବା ରିପୋର୍ଟ ଅନୁଯାୟୀ, ବାର୍ସିଲୋନା କ୍ଲବକୁ ତାଙ୍କ ଟ୍ରାନ୍ସଫର ଏବେ ସମ୍ଭବ ନୁହେଁ। ଚଳିତ ସିଜନ ପିଏସ୍‌ଜି ଦଳ ସହ ଶେଷ କରିବେ ବୋଲି ନେମାର କହିଛନ୍ତି। ସ୍ପାନିଶ କ୍ରୀଡ଼ାଭିତ୍ତିକ ଖବରକାଗଜ ମୁଣ୍ଡୋ ଡେପୋର୍ଟିଭୋରେ ମଧ୍ୟ ସମାନ ପ୍ରକାର ରିପୋର୍ଟ ବାହାରିଛି। ୨୭ ବର୍ଷୀୟ ନେମାର ବିଶ୍ୱର ସବୁଠୁ ଦାମୀ ଖେଳାଳି। ତାଙ୍କୁ ଫ୍ରାନ୍ସ କ୍ଲବ ପିଏସ୍‌ଜି ୨୨୨ ନିୟୁତ ୟୁରୋ ମୂଲ୍ୟରେ ବାର୍ସିଲୋନାଠାରୁ ଦୁଇ ବର୍ଷ ପାଇଁ କିଣିଥିଲା। ଦୁଇ ସିଜନରେ ସେ ୫୮ ମ୍ୟାଚ୍‌ ଖେଳି ୫୧ ଗୋଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri