ପିଓକେରେ ପାକିସ୍ତାନର ବର୍ବରତା: ବିକ୍ଷୋଭବେଳେ ଲାଠିମାଡ଼; ୨ ମୃତ, ୮୦ ଆହତ

ମୁଜାଫରାବାଦ,୨୩ା୧୦: ପାକ୍‌-ଅଧିକୃତ କଶ୍ମୀର(ପିଓକେ)ରେ ଇସ୍‌ଲାମାବାଦର ବର୍ବରତା ସୀମା ଟିପିଛି। ପିଓକେ ରାଜଧାନୀ ମୁଜାଫରାବାଦରେ ମଙ୍ଗଳବାର ସ୍ବାଧୀନତା ସପକ୍ଷରେ ଆୟୋଜିତ ଏକ ଶୋଭାଯାତ୍ରା ବେଳେ ପୋଲିସ ଲାଠିମାଡ଼ କରିଛି। ଏଥିରେ ୨ ଜଣଙ୍କ ଜୀବନ ଯାଇଥିବାବେଳେ ୮୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି।
ଅକ୍ଟୋବର ୨୨ରେ ପାକିସ୍ତାନୀ ସେନା ଜମ୍ମୁ-କଶ୍ମୀର ଉପରେ ଆକ୍ରମଣ କରି ଏହାର ଏକ ଅଂଶକୁ ଦଖଲ କରିଥିଲା, ଯାହାକୁ ପିଓକେ ବୋଲି କୁହାଯାଉଛି। ସେବେଠୁ ପିଓକେ ଏବଂ ଗିଲ୍‌ଗିଟ୍‌ ବାଲତିସ୍ତାନବାସୀ ପ୍ରତିବର୍ଷ ଅକ୍ଟୋବର ୨୨କୁ କଳାଦିବସ ଭାବେ ପାଳନ କରିଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଅଲ୍‌ ଇଣ୍ଡିପେଣ୍ଡେଣ୍ଟ ପାର୍ଟିଜ୍‌ ଆଲାଏନ୍ସ (ଏଆଇପିଏ) ବ୍ୟାନରରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସମ୍ପୃକ୍ତ ଭୂଖଣ୍ଡକୁ ପାକିସ୍ତାନ କବଳରୁ ମୁକ୍ତ କରିବା ପାଇଁ ସ୍ଥାନୀୟ ଲୋକେ ମଙ୍ଗଳବାର ଶୋଭାଯାତ୍ରା କରୁଥିବାବେଳେ ପୋଲିସ ସେମାନଙ୍କୁ ଘଉଡ଼ାଇବାକୁ ଯାଇ ଲାଠି ଚଳାଇଛି। ଲାଠିମାଡ଼ରେ ୨ ବିକ୍ଷୋଭକାରୀଙ୍କ ମୃତ୍ୟୁ ଘଟିଥିବାବେଳେ ଶତାଧିକ ଲୋକ ଆହତ ହୋଇଛନ୍ତି। ଜଣେ ବିକ୍ଷୋଭକାରୀ କହିଛନ୍ତି, ଆମେ ଶାନ୍ତିପୂର୍ଣ୍ଣ ଭାବେ ୭୨ତମ ଆକ୍ରମଣ ଦିବସ ପାଳନ କରୁଥିଲୁ। ପୋଲିସ ଲୁହବୁହା ବାଷ୍ପ ପ୍ରୟୋଗ କରି ଲାଠିଚାର୍ଜ କରିଛି। ପ୍ରଶାସନ ଏପରି ଅଭିମୁଖ୍ୟ ଦେଖାଇଲେ ଆମେ କୌଣସି ସ୍ତରକୁ ବି ଯାଇପାରୁ। କାରଣ ଆମ ସ୍ବରକୁ ଶୁଣାଯାଉ ବୋଲି ଆମେ ଚାହୁଁ। ପ୍ରକାଶ ଯେ, ଗତବର୍ଷ ଅକ୍ଟୋବର ୨୨ରେ ମଧ୍ୟ ମୁଜାଫରାବାଦ, କୋଟ୍‌ଲି, ଗିଲ୍‌ଗିଟ, ରାଓ୍ବଲପିଣ୍ଡି ଓ ଅନ୍ୟ କେତେକ ଅଞ୍ଚଳରେ ଅନୁରୂପ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri