ପିକ୍‌ଅପ୍‌-କାର ମୁହାଁମୁହିଁ : ପୁଅ ମୃତ, ମାଆ ଗୁରୁତର

କୋରାପୁଟ,୧୮।୭(ସ୍ବ.ପ୍ର.): କୋରାପୁଟ ସହର ଉପକଣ୍ଠ ବାଗ୍ରାଛକଠାରେ ପିକ୍‌ଅପ୍‌ ଓ କାର ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ପୁଅର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ମାଆ ଗୁରୁତର ହୋଇଛନ୍ତି। ମିଳିଥିବା ସୂଚନାରୁ ପ୍ରକାଶ, ବୁଧବାର ବିଳମ୍ବିତ ରାତିରେ ଏକ ପିକ୍‌ଅପ୍‌ (ଓଆର-୧୦-୦୭୪୭) ରାୟଗଡ଼ା ପଟୁ ଆସୁଥିବାବେଳେ କୋରାପୁଟ ପଟୁ ଆସୁଥିବା ଏକ କାର ସହ ମୁହାଁମୁହିଁ ଧକ୍କା ହୋଇଥିଲା।ଫଳରେ କାରରେ କୋରାପୁଟ ମେଡିକାଲରୁ ଦଶମନ୍ତପୁର ପୋଡ଼ାଗଡ଼ ପଞ୍ଚାୟତର ପରଜାସୁକୁ ଗ୍ରାମକୁ ଫେରୁଥିବା ଆଶ୍ୱାସନା ଖରାଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ମୃତକଙ୍କ ମାଆ ଗୁରୁତର ହୋଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି ହୋଇଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି। ସେହିପରି ପିକ୍‌ଅପ୍‌ ଡ୍ରାଇଭର ସାମାନ୍ୟ ଆହତ ହୋଇଥିବାବେଳେ ଗାଡ଼ିମାଲିକ ଗୁରୁତର ହୋଇ କୋରାପୁଟ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଅନ୍ୟପକ୍ଷରେ ମୃତଦେହ ବ୍ୟବଚ୍ଛେଦ ହୋଇଥିଲେ ମଧ୍ୟ କ୍ଷତିପୂରଣ ଦାବି କରି ମୃତକଙ୍କ ସମ୍ପର୍କୀୟ ଓ ଶତାଧିକ ଗ୍ରାମବାସୀ ମେଡିକାଲ କଲେଜଠାରେ ଧାରଣାରେ ବସିଥିବା ଜଣାପଡ଼ିଛି। ଇତିମଧ୍ୟରେ ମୃତକଙ୍କ ପରିବାରକୁ ଜିଲା ରେଡକ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କାର ଚେକ୍‌ ସହ ହରିଶ୍ଚନ୍ଦ୍ର ଯୋଜନାରେ ୨ ହଜାର ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଏହି ସହାୟତା ପ୍ରଦାନ କରିବାବେଳେ ଜିଲା ଜରୁରୀ ଅଧିକାରୀ ସିଦ୍ଧାର୍ଥ ପଟ୍ଟନାୟକ, ଜିଲାପରିଷଦ ଅଧ୍ୟକ୍ଷା ତୁଳସୀ କିରସାର୍ନୀ, ପ୍ରକାଶ ସାମଲ, ମୃତକଙ୍କ ଦାଦା ପ୍ରମୋଦ ଖରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

ଫିଟିଲା ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ଗୁମର: ମୃତ୍ୟୁ ପୂର୍ବରୁ ବୟଫ୍ରେଣ୍ଡ୍‌ଙ୍କୁ …

ଭୁବନେଶ୍ୱର,୧୩।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ଭଞ୍ଜବାଳା ହେମ୍ବ୍ରମ୍‌ଙ୍କ ମୃତ୍ୟୁ ଘଟଣାରେ ପର୍ଦ୍ଦାଫାଶ ହୋଇଛି। ଭୀମସେନଙ୍କ ପାଇଁ ଚନ୍ଦ୍ରିକାଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ତଥ୍ୟ ମିଳିଛି ବୋଲି…

ମମତା ବାନାର୍ଜୀଙ୍କ ଠାରୁ ଅଲଗା ହେବେ କି ବାବୁଲ ସୁପ୍ରିୟୋ? TMC ଏମପି ନିଜେ ଏକ ବିବୃତ୍ତି ଜାରି କରି କହିଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ନିର୍ବାଚନରେ ଭାଜପା ବିପକ୍ଷରେ ଦମନମୂଳକ ପରାଜୟ ପରେ, ଟିଏମସି କ୍ରମାଗତ ଭାବରେ ଭାଙ୍ଗିପଡ଼ିଛି। ମମତା ବାନାର୍ଜୀଙ୍କ ନିକଟତମ ସହଯୋଗୀମାନେ ଗୋଟିଏ ପରେ ଗୋଟିଏ ତାଙ୍କ…

ଚାମେଲିଙ୍କୁ ନ୍ୟାୟ ଦାବିରେ ବିକ୍ଷୋଭ ସମାବେଶ:ଥାନା ସମ୍ମୁଖରେ ପୋଲିସ ପଇଁତରା

ମହାକାଳପଡ଼ା,୧୩।୬(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡ଼ିଓ ଚାମ୍ବରରେ ତିଖିରୀ ସରପଞ୍ଚ ଚାମେଲୀ ଓଝା ଭିଡ଼ିଓ ରେକର୍ଡକୁ ନେଇ ବିଡ଼ିଓ ରବି ନାରାୟଣ ଆଚାର୍ଯ୍ୟ ଥାନାରେ…

ଭାରତୀୟ କ୍ରୁ ମେମ୍ବରଙ୍କୁ ନେଇ ଯାଉଥିବା ଜାହାଜ ‘ଲିଆକି ଫ୍ରିଡମ’ ଉପରେ ଆମେରିକାର ଆକ୍ରମଣ? MEA କଲା ସ୍ପଷ୍ଟ

ନୂଆଦିଲ୍ଲୀ,୧୩।୬: ଓମାନ ଉପକୂଳରେ ‘ଲିଆକି ଫ୍ରିଡମ’ନାମକ ଜାହାଜ ଭାରତୀୟ କ୍ରୁ ସହିତ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବା ଖବର ପ୍ରକାଶ ପାଇବା ପରେ, ଜାହାଜ ଉପରେ ଆକ୍ରମଣର ଗୁଜବ…

ଅଭିଷେକ ବାନାର୍ଜୀଙ୍କ ଘରେ ବେଙ୍ଗଲ ପୋଲିସର ଚଢାଉ, ଚିନ୍ତାରେ ମମତା!

କୋଲକାତା,୧୩।୬: ଶନିବାର ସକାଳେ ସାଲବୋନି ପୋଲିସ ଷ୍ଟେଶନର କର୍ମଚାରୀ ଏବଂ କୋଲକାତା ପୋଲିସର ଏକ ବଡ଼ ଦଳ ତୃଣମୂଳ କଂଗ୍ରେସ ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀଙ୍କ…

ପାକିସ୍ତାନକୁ ରାଜନାଥଙ୍କ ଖୋଲା ଚେତାବନୀ

ନୂଆଦିଲ୍ଲୀ,୧୩।୬: ପାକିସ୍ତାନକୁ କଡ଼ା ବାର୍ତ୍ତା ଦେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି ଯେ ସିନ୍ଧୁ ନଦୀର ଜଳ ଆତଙ୍କବାଦର ପୃଷ୍ଠପୋଷକଙ୍କ ପାଖରେ ପହଞ୍ଚିବାକୁ ଦିଆଯିବ ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri