ପିକ୍‌ନିକ୍‌ ହେଲା କାଳ: ଜଳପ୍ରପାତରେ ଗାଧୋଇବା ବେଳେ ଚାଲିଗଲା ୨ ଛାତ୍ରଙ୍କ ଜୀବନ

ସମ୍ବଲପୁର,୧୮।୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରାଠାରେ ଥିବା ଦେବଝରଣ ପର୍ଯ୍ୟଟନସ୍ଥଳୀକୁ ଶନିବାର ଭିସୁଟ୍‌ ଇଞ୍ଜିନିୟରିଂ ଛାତ୍ର ପିକ୍‌ନିକ୍‌ କରିବାକୁ ଯାଇଥିଲେ। ଜଳପ୍ରପାତରେ ଗାଧୋଉଥିବା ସମୟରେ ବୁଡ଼ିଯିବାରୁ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବୁର୍ଲା ଭିସୁଟ୍‌ କମ୍ପ୍ୟୁଟର ସାଇନ୍ସ ତୃତୀୟ ବର୍ଷ ଛାତ୍ର ହୀରାକୁଦ ହିଣ୍ଡାଲ୍‌କୋ କଲୋନୀର ଅଭିଜିତ ସାମଲ ଓ ମଧ୍ୟପ୍ରଦେଶ ଭୋପାଳର ସ୍ବରୂପ ରଞ୍ଜନ ବେଉରିଆ । ଖବର ପାଇ ଯୁଯୁମୁରା ପୋଲିସ ମୃତଦେହ ଜବତକରି ବ୍ୟବଚ୍ଛେଦ ପାଇଁ ପଠାଇଛି । ବିଶ୍ୱବିଦ୍ୟାଳୟ କିମ୍ବା ବିଭାଗ ପକ୍ଷରୁ ପିକ୍‌ନିକ୍‌ ଯିବା ପାଇଁ କୌଣସି ଅନୁମତି ଦିଆଯାଇ ନ ଥିଲା। ସେମାନେ ନିଜ ଇଚ୍ଛାରେ ଯାଇଥିବା ଭିସୁଟ୍‌ କର୍ତ୍ତୃପକ୍ଷ କହିଛନ୍ତି।
ସୂଚନାଯୋଗ୍ୟ ଯେ, କମ୍ପ୍ୟୁଟର ସାଇନ୍ସ ତୃତୀୟ ବର୍ଷ ୪୦ଜଣ ଛାତ୍ରୀଛାତ୍ର ଏକ ବସ୍‌ ଯୋଗେ ଦେବଝରଣକୁ ପିକ୍‌ନିକ୍‌ କରିବାକୁ ଯାଇଥିଲେ । ଅପରାହ୍ନରେ ଅଭିଜିତ୍‌ ଓ ସ୍ବରୂପ ରଞ୍ଜନ ଜଳପ୍ରପାତରେ ଗୋଧାଇବା ସମୟରେ ସେଠାରେ ବୁଡ଼ିଯାଇଥିଲେ। ହୀରାକୁଦରୁ ଆସିଥିବା ପର୍ଯ୍ୟଟକମାନେ ସେମାନଙ୍କୁ ଉଦ୍ଧାରକରି ସ୍ଥାନୀୟ ଚିକିତ୍ସାଳୟ ନେଇଥିଲେ। କସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri