Posted inଖେଳ

ପିଙ୍କ୍‌ ବଲ୍‌ ଟେଷ୍ଟରୁ ହାସନ ବାଦ୍‌

କୋଲକାତା,୨୦।୧୧(ପି.ଟି.)- ଶୁକ୍ରବାରଠାରୁ ସ୍ଥାନୀୟ ଇଡେନ ଗାର୍ଡେନ ଷ୍ଟାଡିୟମରେ ଆରମ୍ଭ ହେବାକୁ ଯାଉଥିବା ଦିବାରାତ୍ର ବା ଫିଙ୍କ ବଲ୍‌ ଟେଷ୍ଟ ମ୍ୟାଚ୍‌ରୁ ବାଂଲାଦେଶ ରିଜର୍ଭ ଓପନର ସୈଫ୍‌ ହାସନ ବାଦ୍‌ ପଡିଛନ୍ତି। ଭାରତ ବିପକ୍ଷ ଏହି ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଖେଳିବା ପୂର୍ବରୁ ବାଂଲାଦେଶକୁ ଆଉ ଏକ ଝଟ୍‌କା ଲାଗିଛି। ଇନ୍ଦୋରରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ସେ ବଦଳ ଖେଳାଳିଭାବେ ଫିଲ୍ଡିଂ କରିବାକୁ ଆସି ଅଙ୍ଗୁଳିରେ ଆଘାତ ପାଇଥିଲେ। ପ୍ରଥମ ଟେଷ୍ଟରେ ଏକ ଇନିଂସ ଓ ୧୩୦ ରନରେ ବିଜୟୀ ହୋଇ ଭାରତ ୨ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ୧-୦ରେ ଅଗ୍ରଣୀ ହାସଲ କରିଛି। ହାସନଙ୍କୁ ବିଶ୍ରାମ ନେବାକୁ ମେଡିକାଲ ଟିମ୍‌ ପରାମର୍ଶ ଦେଇଛି। ଫଳରେ ତାଙ୍କୁ ଦଳରୁ ବାଦ୍‌ ଦିଆଯାଇଛି ବୋଲି ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ତରଫରୁ କୁହାଯାଇଛି। ପିଙ୍କ୍‌ ବଲ୍‌ ଟେଷ୍ଟରେ ହାସନ ପଦାର୍ପଣ କରିବାର କାର୍ଯ୍ୟକ୍ରମ ଥିଲା। ପ୍ରଥମ ଟେଷ୍ଟରେ ନିୟମିତ ଓପନର ଶଦମାନ ଇସ୍ଲାମ ଓ ଇମରୁଲ କାଏସ୍‌ ଆଶାନୁରୂପ ପ୍ରଦର୍ଶନ କରିବାରେ ବିଫଳ ହୋଇଛନ୍ତି। ଫଳରେ ହାସନ ଦ୍ୱିତୀୟ ଟେଷ୍ଟ ଖେଳିବାର ଯଥେଷ୍ଟ ସମ୍ଭାବନା ଥିଲା। ମଙ୍ଗଳବାର ବାଂଲାଦେଶ ଏଠାରେ ଆସି ପହଞ୍ଚିଛି। ଭାରତୀୟ ଦଳର ସଦସ୍ୟମାନେ ମଧ୍ୟ ପର୍ଯ୍ୟୟକ୍ରମେ ଏଠାରେ ଆସି ପହଞ୍ଚିଛନ୍ତି। ଉଲ୍ଲେଖଥାଉ କି, ପ୍ରଥମଥର ପାଇଁ ଭାରତ ଓ ବାଂଲାଦେଶ ଦିବାରାତ୍ର ଟେଷ୍ଟ ଖେଳିବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

ଶାନ୍ତିବାର୍ତ୍ତା ବିଫଳ ହେବା ପଛର କାରଣ କହିଲା ଇରାନ, ଆମେରିକା ଏଭଳି ଦାବି ରଖିଲା ଯାହା…

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ବିଫଳ ହୋଇଛି। ପ୍ରାୟ ୨୧ ଘଣ୍ଟାର ଦୀର୍ଘ ଆଲୋଚନା ପରେ…

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri